ମହାନଦୀ ଉପରେ ୨ ସେତୁର ଶିଳାନ୍ୟାସ

ଜଗତ୍‌ସିଂହପୁର ଅଫିସ୍‌/ ଭୁବନେଶ୍ୱର, ୨୯।୯(ବ୍ୟୁରୋ): ଜଗତ୍‌ସିଂହପୁର ଜିଲାବାସୀଙ୍କ ଦୀର୍ଘଦିନର ଦାବି ପୂରଣ କରିବାକୁ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ମହାନଦୀ ଉପରେ ୨ଟି ସେତୁର ଶିଳାନ୍ୟାସ କରିଛନ୍ତି। ତାହା ହେଲା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ୧୧୮.୫୬ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା ତିର୍ତ୍ତୋଲ-ପୋଷଲ ହାଇଲେଭଲ୍‌ ସେତୁ ଏବଂ ପୂର୍ତ୍ତ ବିଭାଗ ପକ୍ଷରୁ ୮୨.୫୫ କୋଟି ଟଙ୍କା ବ୍ୟୟରେ ହେବାକୁ ଥିବା ଜଇପୁର-କଟିକଟା ହାଇଲେଭଲ୍‌ ସେତୁ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟ ସରକାର ଭିତ୍ତିଭୂମିର ବିକାଶ ଉପରେ ଗୁରୁତ୍ୱ ଦେଇ ଆସୁଛନ୍ତି। ଗତ ୨୦ ବର୍ଷ ମଧ୍ୟରେ ସରକାର ଓଡ଼ିଶାର ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ମା’ ଶାରଳାଙ୍କ ପାର୍ବଣ ଅବସରରେ ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇବା ସହ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ଓ ନୌବାଣିଜ୍ୟ କ୍ଷେତ୍ରରେ ତିର୍ତ୍ତୋଲ ବିଶେଷକରି ଜଗତ୍‌ସିଂହପୁର ଜିଲାର ଅବଦାନକୁ ସେ ସ୍ମରଣ କରିଛନ୍ତି। କରୋନା ଲଢ଼େଇ ସହ ବିକାଶ କାମ ଜାରି ରହିବ। ଜୀବନ ସହ ଜୀବିକାକୁ ଗୁରୁତ୍ୱ ଦେଇ ଆଗକୁ ବଢ଼ିବାକୁ ହେବ। ଉଭୟ କରୋନା ଲଢ଼େଇ ଓ ବିକାଶ କାମରେ ଜନସାଧାରଣଙ୍କୁ ସହଯୋଗ ଦରକାର। ଏହି ଦୁଇଟି ସେତୁ ଦ୍ୱାରା ତିର୍ତ୍ତୋଲ ସହ କଟକ ଓ କେନ୍ଦ୍ରାପଡ଼ା ଜିଲାର ୨୮ ପଞ୍ଚାୟତର ପ୍ରାୟ ଦେଢ ଲକ୍ଷ ଲୋକ ଉପକୃତ ହୋଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଢେଙ୍କାନାଳରୁ ଉକ୍ତ କାର୍ଯ୍ୟକ୍ରମରେ ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ ମଲିକ ଯୋଗଦେଇ କହିଛନ୍ତି, ମୁଖ୍ୟମନ୍ତ୍ରୀ ଦୃଢ଼ ସଂକଳ୍ପ ନେଇ ଓଡ଼ିଶାର ବିକାଶ କାର୍ଯ୍ୟ କରି ଆସୁଛନ୍ତି। ଏହି ଦୁଇଟି ସେତୁ ଠିକ୍‌ ସମୟରେ ସମ୍ପୂର୍ଣ୍ଣ କରାଯିବ। ଏହା ବିକାଶ ପ୍ରକ୍ରିୟାରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଓଡ଼ିଶାରେ ଗମନାଗମନ କ୍ଷେତ୍ରରେ ବହୁତ ଉନ୍ନତି ହୋଇଛି। ଏହି ଦୁଇଟି ସେତୁ ଦ୍ୱାରା ତିର୍ତ୍ତୋଲ, ପାଟକୁରା ଓ ମାହାଙ୍ଗା ଅଞ୍ଚଳର ଦେଢ଼ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ। ସେହିପରି ଜଳ ସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ କହିଛନ୍ତି, ୨ ସେତୁ ଜିଲାର ବିକାଶ ଇତିହାସରେ ଏକ ସ୍ବର୍ଣ୍ଣିମ ଅଧ୍ୟାୟ ସୃଷ୍ଟି କରିବ। ଏହି ଅବସରରେ ଜଗତ୍‌ସିଂହପୁର ଏମ୍‌ପି ରାଜଶ୍ରୀ ମଲ୍ଲିକ, ବିଧାୟକ ପ୍ରଶାନ୍ତ ମୁଦୁଲି, ପାରାଦୀପ ବିଧାୟକ ସମ୍ବିତ ରାଉତରାୟ ବକ୍ତବ୍ୟ ଦେଇଥିଲେ। ପ୍ରାରମ୍ଭରେ ଜିଲାପାଳ ସଂଗ୍ରାମ ମହାପାତ୍ର ସ୍ବାଗତ ଭାଷଣ ଓ ଶେଷରେ ଅତିରିକ୍ତ ଜିଲାପାଳ ସଚିଦାନନ୍ଦ ସାହୁ ଧନ୍ୟବାଦ ଦେଇଥିଲେ। ଉନ୍ନୟନ କମିଶନର, ସ୍ବତନ୍ତ୍ର ରିଲିଫ କମିଶନର, ଅର୍ଥ ବିଭାଗ ପ୍ରମୁଖ ସଚିବ, ପୂର୍ତ୍ତ ସଚିବ ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉପସ୍ଥିତ ଥିଲେ।
ସୂଚନାଥାଉ କି, ବରିଷ୍ଠ ବିଜେଡି ନେତା ତଥା ବିଧାୟକ ବିଷ୍ଣୁ ଚରଣ ଦାସଙ୍କ ପରଲୋକ ପରେ ତିର୍ତ୍ତୋଲ ବିଧାନସଭା ଆସନରେ ଉପନିର୍ବାଚନ ହେବାକୁ ଯାଉଛି। ଏଭଳିସ୍ଥଳେ ଉପରୋକ୍ତ ୨ ସେତୁର ଶିଳାନ୍ୟାସ ତିର୍ତ୍ତୋଲ ସମେତ ଜଗତ୍‌ସିଂହପୁର ଜିଲାବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri