ମମତାପଲରେ ୪ଜି ଟାଓ୍ବାର ଭିତ୍ତିପ୍ରସ୍ତର

ଭୁବନେଶ୍ୱର,୧୪।୧: ଭାରତ ସଞ୍ଚାର ନିଗମ ଲିମିଟେଡ୍‌ (ବିଏସ୍‌ଏନ୍‌ଏଲ୍‌)ର ଓଡ଼ିଶା ୟୁନିଟ୍‌ ପକ୍ଷରୁ ଶନିବାର ମୟୂରଭଞ୍ଜ ଜିଲା ଅନ୍ତର୍ଗତ ବେତନଟୀ ବ୍ଲକର ମମତାପଲ ଗ୍ରାମରେ ୪ଜି ଟାଓ୍ବାରର ଭିତ୍ତିପ୍ରସ୍ତର ହୋଇଯାଇଛି। ଏପରିକି ଓଡ଼ିଶାରେ ସ୍କିପର ଲିମିଟେଡ୍‌ ଜରିଆରେ ୪ଜି ଟାଓ୍ବାର ସାଚୁରେଶନ ପ୍ରୋଜେକ୍ଟ (ସଂତୃପ୍ତୀକରଣ ପ୍ରକଳ୍ପ) କାର୍ଯ୍ୟକ୍ଷମ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ, ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ସମେତ ଉଭୟ ବିଏସ୍‌ଏନ୍‌ଏଲ୍‌ ତଥା ସ୍କିପର ଲିମିଟେଡ୍‌ର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
ଏ ସମ୍ପର୍କରେ ସ୍କିପର ଲିମିଟେଡ୍‌ର ନିର୍ଦ୍ଦେଶକ ସରନ୍‌ ବଂଶଲ କହିଛନ୍ତି, ଏହି ଭିତ୍ତିପ୍ରସ୍ତର କାର୍ଯ୍ୟକ୍ରମରେ ଉଭୟ କେନ୍ଦ୍ରମନ୍ତ୍ରୀ ଓ ଏମ୍‌ପିଙ୍କ ଉପସ୍ଥିତି ପାଇଁ ଆମେ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଗ୍ରାମାଞ୍ଚଳ କ୍ଷେତ୍ରରେ ମୋବାଇଲ ସଂଯୋଗୀକରଣ, ଯୋଗାଣ ତଥା ଏ ଦିଗରେ ସରକାରଙ୍କର ଦୂରଦୃଷ୍ଟିକୁ ଆହୁରି ପ୍ରଶସ୍ତ କରିବା ସହିତ ଏକ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିବା ଏବଂ ତତ୍‌ସହିତ ଆମର ଯତ୍‌କିଞ୍ଚତ୍ତ୍‌ ଅଂଶଗ୍ରହଣ ଆମ ପାଇଁ ଗର୍ବ ଓ ଗୌରବର ବିଷୟ ବୋଲି ସେ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି। ଉଲ୍ଲେଖଯୋଗ୍ୟ,ସ୍କିପର ଲିମିଟେଡ୍‌ ହେଉଛି, ଶକ୍ତି ସଞ୍ଚାରଣ ଓ ବଣ୍ଟନ ସରଞ୍ଚନା ତଥା ଯୋଗାଯୋଗ ଏବଂ ରେଳବାଇ ସରଞ୍ଚନା କ୍ଷେତ୍ରରେ ଏକ ବିଶ୍ୱସ୍ତରୀୟ ଅଗ୍ରଣୀ ନିର୍ମାଣ ପ୍ରତିଷ୍ଠାନ। ଉକ୍ତ ପ୍ରତିଷ୍ଠାନ ତା’ର ଓଡ଼ିଶାର ମୟୂରଭଞ୍ଜ ଜିଲା ମମତାପଲ ଗ୍ରାମରେ କାର୍ଯ୍ୟକ୍ଷମ ୪ଜି (ସଂତୃପ୍ତୀକରଣ ପ୍ରକଳ୍ପ) ସ୍ଥାନର ପରିଦର୍ଶନ ସହ ଭିତ୍ତିପ୍ରସ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତଙ୍କ ଉଦ୍ୟମରେ ମେଗା ରକ୍ତଦାନ ଶିବିର: ୪୦ ୟୁନିଟ୍ ରକ୍ତ ସଂଗ୍ରହ

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରକ୍ତ ଭଣ୍ଡାରରେ ଦେଖାଦେଇଥିବା ରକ୍ତ ଅଭାବକୁ ଦୂର କରିବା ପାଇଁ ଏକ…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ…

ପ୍ରାଇଭେଟ୍ କମ୍ପାନୀରେ କେବେ ସୁଦ୍ଧା ମିଳିବା ଦରକାର ଦରମା? ଜାଣନ୍ତୁ କଣ କହୁଛି ସରକାରୀ ନିୟମ

ନିଜର ଗୁଜୁରାଣ ମେଣ୍ଟାଇବା ପାଇଁ ଲୋକମାନେ ଭିନ୍ନ ଭିନ୍ନ ପ୍ରକାରର କାମ କରିଥାନ୍ତି। କେହି ନିଜର ବ୍ୟବସାୟ କରନ୍ତି ତ କେହି ଚାକିରି କରନ୍ତି, ଯେଉଁଥିରେ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri