୫ ପାନୀୟ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

ପୋଲସରା,୧୪ା୧୨(ଡି.ଏନ.ଏ.): ପୋଲସରା ବ୍ଲକର ପ୍ରତ୍ୟେକ ପଞ୍ଚାୟତରେ ଶତ ପ୍ରତିଶତ ଘରୋଇ ପାନୀୟ ଜଳଯୋଗାଣକୁ ନେଇ ମଙ୍ଗଳବାର ୫ଟି ପଞ୍ଚାୟତର ପାନୀୟ ଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ରାଜ୍ୟ ସରକାରଙ୍କ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ବର୍ତ୍ତିନି ପଞ୍ଚାୟତର ଝିଟିକାବାଡ଼ି ଗ୍ରାମରେ ୬୪.୬୮ ଲକ୍ଷ ଟଙ୍କା ବ୍ୟୟରେ ୧ଲକ୍ଷ ଲିଟର କ୍ଷମତା ବିଶିଷ୍ଟ ଟ୍ୟାଙ୍କ ସହ ଝିଟିକାବାଡି ଓ କୁଆନନ୍ଦ ଗ୍ରାମର ୫୨୦ ଘରକୁ ଶତ ପ୍ରତିଶତ ଘରୋଇ ପାନୀୟ ଜଳ ଯୋଗାଣ ସଂଯୋଗୀକରଣ, ସୋଡ଼କ ପଞ୍ଚାୟତର ସେହି ଗ୍ରାମରେ ୧୦୭.୮୦ ଲକ୍ଷ ଟଙ୍କା ବ୍ୟୟରେ ଅଢ଼େଇ ଲକ୍ଷ ଲିଟର କ୍ଷମତା ବିଶିଷ୍ଟ ଟ୍ୟାଙ୍କ ସହ ୧୦୧୦ ଘର, ବାଲିଛାଇ ପଞ୍ଚାୟତର ଡୋଙ୍ଗରୀ ଗ୍ରାମରେ ୫୨.୩୪ ଲକ୍ଷ ଟଙ୍କା ବ୍ୟୟରେ ୫୦ ହଜାର ଲିଟର କ୍ଷମତା ବିଶିଷ୍ଟ ଟ୍ୟାଙ୍କ ସହ ୨୫୦ ଘର, ଜକର ପଞ୍ଚାୟତର ସେହି ଗ୍ରାମରେ ୧୧୧.୯୭ ଲକ୍ଷ ଟଙ୍କା ବ୍ୟୟରେ ୧ ଲକ୍ଷ ଲିଟର ଓ ୫୦ ହଜାର ଲିଟର କ୍ଷମତା ବିଶିଷ୍ଟ ଦୁଇଟି ଟ୍ୟାଙ୍କ ନିର୍ମାଣ ସହ ୮୩୦ ଘର, ଖଣ୍ଡୁରୁ ପଞ୍ଚାୟତର ସେହି ଗ୍ରାମରେ ୧୧୮.୩୮ ଲକ୍ଷ ଟଙ୍କା ବ୍ୟୟରେ ଏକ ଲକ୍ଷ ଲିଟର ଓ ୫୦ ହଜାର ଲିଟର କ୍ଷମତା ବିଶିଷ୍ଟ ଦୁଇଟି ଟ୍ୟାଙ୍କ ନିର୍ମାଣ ସହ ୭୫୦ ଘରକୁ ଶତ ପ୍ରତିଶତ ପାନୀୟ ଜଳ ଯୋଗାଣ ସଂଯୋଗୀକରଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା। ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମରେ ଗ୍ରାମ୍ୟ ଜଳଯୋଗାଣ ନିର୍ବାହୀ ଯନ୍ତ୍ରୀ ତୁଷାରକାନ୍ତ ସାହୁ, ଯନ୍ତ୍ରୀ ପ୍ରଦୀପ କୁମାର ତ୍ରିପାଠୀ, ବ୍ଲକ ଅଧ୍ୟକ୍ଷା ପ୍ରତିନିଧି ରାଜେନ୍ଦ୍ର କୁମାର ପ୍ରଧାନ, ବ୍ଲକ ଉପାଧ୍ୟକ୍ଷ କାହ୍ନୁଚରଣ ପରିଡ଼ା, ଜିଲାପରିଷଦ ସଭ୍ୟ ଅଶୋକ କୁମାର ବିଷୋୟୀ, ବିକ୍ରମ କୁମାର ନାୟକ, ସୋଡ଼କ ସରପଞ୍ଚ ଉତ୍କଳ ପ୍ରଧାନ, ବାଲିଛାଇ ସରପଞ୍ଚ ସିଲୁ ବେହେରା, ଜକର ସରପଞ୍ଚ ଦୀପିକା କୁମାରୀ ବାରିକ, ଖଣ୍ଡୁରୁ ସୁଜାତା ପଣ୍ଡା, ଯୁବନେତା ଜଗନ୍ନାଥ ବାଢେଇ, ରଞ୍ଜନ କୁମାର ସାହୁ, ବ୍ଲକ ମହିଳା ବିଜେଡି ସଭାପତି ସଞ୍ଜୁକ୍ତା ବାଡ଼ତ୍ୟାଙ୍କ ସମେତ ସମସ୍ତ ନିର୍ବାଚିତ ପ୍ରତିନିଧି ଓ ଗ୍ରାମବାସୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri