ବାରିପଦାରେ ନୂଆ କୋର୍ଟ ବିଲ୍ଡିଂର ଶିଳାନ୍ୟାସ

ବାରିପଦା,୮।୭(ନୀଳାଦ୍ରି ବିହାରୀ ଦଣ୍ଡପାଟ) ବାରିପଦା ମୁର୍ଗାବାଡିଠାରେ ଜିଲା ଓ ଦୌରାଜଜ୍‌ଙ୍କ ଅଦାଲତର ନୂଆ କୋର୍ଟ ବିଲ୍ଡିଂର ଶିଳାନ୍ୟାସ ହୋଇଛି । ଏହି କାର୍ଯ୍ୟକ୍ରମକୁ ଭର୍ଚୁଆଲ ମାଧ୍ୟମରେ ଓଡିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଜଷ୍ଟିସ ଏସ. ମୁରଲୀଧର ଆନୁଷ୍ଠାନିକ ଭାବେ ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ଉଚ୍ଚ ନ୍ୟାୟାଳୟର ବିଚାରପତି ଜଷ୍ଟିସ ବି ଆର୍‌ ଷଢଙ୍ଗୀ, ଜଷ୍ଟିସ ଦେବବ୍ରତ ଦାସ ଓ ଜଷ୍ଟିସ ଏ କେ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ଦୀର୍ଘ ଦିନରୁ ଏହି କୋର୍ଟ ସ୍ଥାନନ୍ତର ନେଇ ପକ୍ରିୟା ଆରମ୍ଭ ହୋଇଥିବା ବେଳେ ସବୁ ଦୃଷ୍ଟିକୁ ନଜରରେ ରଖି ୧୮ନଂ ଜାତୀୟ ରାଜପଥ ପାଶର୍‌ବ ବାରିପଦା ମଣ୍ଡଳ କାରଗାର ପରିସର ମୁର୍ଗାବାଡିଠାରେ ସ୍ଥାନକୁ ଚୟନ କରାଯାଇଥିଲା। ଏହି ସ୍ଥାନ କୋର୍ଟ ପରିସରର ପାଇଁ ଉପଯୁକ୍ତ ବୋଲି ବିଚାରପତିମାନେ ସମ୍ମତି ପ୍ରଦାନ କରିବା ପରେ ଶନିବାର ସେହି ସ୍ଥାନରେ ନୂଆ ବିଲ୍ଡିଂ ନିର୍ମାଣ ପାଇଁ
ଶିଳାନ୍ୟାସ କରାଯାଇଛି । କାର୍ଯ୍ୟକ୍ରମରେ ଜିଲା ଓ ଦୌରାଜଜଙ୍କ ସମେତ ଅଦାଲତର ସମସ୍ତ ବିଚାରପତି, ସ୍ଥାନୀୟ ଓକିଲ ସଂଘର ସଭାପତି, ସମ୍ପାଦକ ସମେତ ଅନ୍ୟ ନେତୃବୃନ୍ଦ, ଆଇନଜୀବୀ ଓ ସ୍ଥାନୀୟ ଜନସାଧାରଣ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ନେରେଡ଼ି ପ୍ରକଳ୍ପକୁ ନେଇ ବିଜେଡିର ଉଦ୍‌ବେଗ: ଜମି ଅଧିଗ୍ରହଣ ପୂର୍ବରୁ ପ୍ରଭାବିତଙ୍କ ସହ ଆଲୋଚନା ଦାବି

ପାରଳାଖେମୁଣ୍ଡି, ୨୭।୮(ଗିରିଧାରୀ ପରିଚ୍ଛା): ନେରେଡ଼ି ବ୍ୟାରେଜ୍ ପ୍ରକଳ୍ପ ପାଇଁ ଗଜପତି ଜିଲା କାଶୀନଗର ତହସିଲ ଅଞ୍ଚଳରେ ପ୍ରାୟ ୧୦୬ ଏକର ଜମି ଅଧିଗ୍ରହଣ ପ୍ରସ୍ତୁତିକୁ ନେଇ ବିଜୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri