କାର୍ଯ୍ୟରୁ ଛଟେଇ, ଧାରଣାରେ ବସିଲେ

ଛତ୍ରପୁର,୭ା୫(ଦିଲୀପ ସାମଲ): ଛତ୍ରପୁର ବ୍ଲକ ବଡ଼ ମାଧପୁର ପଞ୍ଚାୟତରେ ଏମ୍‌ବିକେ ଭାବେ କାର୍ଯ୍ୟରତ ମଞ୍ଜୁ ବେହେରାଙ୍କୁ କାର୍ଯ୍ୟରୁ ଛଟେଇ କରାଯାଇଛି। ବିନା କାରଣରେ ତାଙ୍କୁ ବହିଷ୍କାର କରାଯାଇଥିବା ଅଭିଯୋଗ କରି ନ୍ୟାୟ ପାଇଁ ସେ ଗୁରୁବାର ଛତ୍ରପୁର ବ୍ଲକ କାର୍ଯ୍ୟାଳୟରେ ଧାରଣାରେ ବସିଥିଲେ।

ନ୍ୟାୟ ପ୍ରଦାନ କରା ନ ଗଲେ ସେ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଆତ୍ମହତ୍ୟା କରିବେ ବୋଲି ସେ ଚେତାବନୀ ଦେଇଥିଲେ। ମଞ୍ଜୁ ପାଖରେ ପେଟ୍ରୋଲ ବୋତଲ ରଖିଥିଲେ। ପୋଲିସ ଏହି ଖବର ପାଇ ଘଟଣାସ୍ଥଳରେ ଛତ୍ରପୁର ଥାନା ପୋଲିସ ପହଁଚି ଏମ୍‌ବିକେ ମଞ୍ଜୁଙ୍କ ଠାରୁ ପେଟ୍ରୋଲ ବୋତଲ ଛଡାଇ ନେଇଛି।

ଦୀର୍ଘ ୯ ବର୍ଷ ହେଲା ମଞ୍ଜୁ ମାଧପୁର ପଞ୍ଚାୟତରେ କାର୍ଯ୍ୟ ତୁଲାଇ ଆସୁଥିବା ବେଳେ ଗତ ୨ ମାସ ହେଲା ତାଙ୍କଠାରୁ ଜିପିଏଲଏଫର ଚାବି ଛଡାଇ ନିଆଯାଇଛି l ଏ ନେଇ ସେ ବହୁବାର ଛତ୍ରପୁର ବିଡିଓ ଓ ବିପିଏମଙ୍କୁ ଜଣାଇଥିଲେ ମଧ୍ୟ କୌଣସି ସୁଫଳ ନ ମିଳିବାରୁ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିିଥିଲେ। ମଞ୍ଜୁ ବିଡ଼ିଓଙ୍କୁ ଭେଟି ଘଟଣା ବିଷୟରେ ପୁଣି କହିଥିଲେ l ବିଡ଼ିଓ ତାଙ୍କୁ ଆଶ୍ୱାସନା ଦେଇ କହିଛନ୍ତି, ଏ ସମ୍ୱନ୍ଧରେ ପ୍ରଥମେ ୟୁସି ମେମ୍ୱର ଏବଂ ପରେ ଜିଲ୍ଲାସ୍ତରର ଅଧିକାରୀଙ୍କ ସହ ଆଲୋଚନା କରି ସମାଧାନର ବାଟ ବାହାର କରାଯିବ ବୋଲି କହିଥିଲେ। ପରେ ମଞ୍ଜୁ ଘରକୁ ଯାଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରେ ଇତିହାସ ରଚିଲେ କଳାହାଣ୍ଡି ପୁଅ ଆକାଶ, ଭାରତ ପାଇଁ ଆଣିଲେ…

ଭବାନୀପାଟଣା,୨୨ା୬(ଉତ୍ତମ କୁମାର ଦାଶ): ତୁର୍କୀ ଦେଶର ମରସିନ ସହରରେ ଗତ ୧୮ରୁ ଚାଲିଥିବା ଓ୍ବାଲର୍‌ଡ ଆବିଲିଟିସ୍ପୋର୍ଟ ୟୁଥ୍‌ ଗେମ୍ସ-୨୦୨୬ରେ କଳାହାଣ୍ଡି ପୁଅ ଆକାଶ ରଞ୍ଜନ ମୁଣ୍ଡ ଇତିହାସ…

ଏଇ ଭାରତରେ

ଦିଲ୍ଲୀର ‘ମାଠିଆ ମଣିଷ’ ନଟରାଜନ- ଏଭଳି ସମ୍ବୋଧନ ଅଜବ ଲାଗୁଥିଲେ ବି ଏହା ପଛରେ ରହିଛି ଏକ ବାସ୍ତବ କାହାଣୀ। ନଟରାଜନ ଦିଲ୍ଲୀର ଲୋକଙ୍କୁ ଥଣ୍ଡା ମାଠିଆ…

ପୁଞ୍ଜି ବଜାରରେ ଅବିଶ୍ୱାସ

ଞ୍ଜି ବଜାର ଏକ ଦେଶର ଅର୍ଥନୀତିର ଦର୍ପଣ ସଦୃଶ। ଏହା କେବଳ ଶେୟାର ଓ ଅନ୍ୟାନ୍ୟ ଆର୍ଥିକ ସମ୍ପତ୍ତିର କାରବାର ସ୍ଥଳ ନୁହେଁ, ବରଂ ଏହା ସଞ୍ଚୟ…

ସତ୍ୟର ପ୍ରୟୋଗ ବନାମ କାଳର ପ୍ରଭାବ

ବଡ଼ ବଡ଼ ମାଛ ଛୋଟ ଛୋଟ ମାଛକୁ ଖାଇ ସଫା କରିଦେଲା ପରି ବଡ଼ ବଡ଼ ଖବର ଦାଉରେ ଆଜିକାଲି ଛୋଟ ଛୋଟ ଖବର ଆଖିରେ ପଡ଼ୁନାହାନ୍ତି।…

ଇସ୍ତଫା ଦେବେ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୨ା୬: ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ପଦରୁ କିର୍‌ ଷ୍ଟାର୍ମର ଇସ୍ତଫା ଦେବାକୁ ଯାଉଥିବା ରବିବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କହିଛନ୍ତି। ଆଣ୍ଡି ବର୍ନହାମ୍‌ଙ୍କୁ ନୂଆ ପ୍ରଧାନମନ୍ତ୍ରୀ ଭାବେ…

ଜାଣନ୍ତି କି କାହିଁକି ଖରାପ ହୁଏ କିଡ୍‌ନୀ?

କିଡ୍‌ନୀ ଏପରି ଏକ ଅଙ୍ଗ ଯାହାର କାର୍ଯ୍ୟ ଅକ୍ଷମତା ଅନେକ ଡେରିରେ ଧରାପଡ଼େ। ଅଙ୍ଗଟି ପ୍ରାୟ ୮୦-୯୦ ଶତାଂଶ ଅକ୍ଷମ ନ ହୋଇପଡ଼ିବାର ପୂର୍ବ ପର୍ଯ୍ୟନ୍ତ ରୋଗୀକୁ…

ରାଜ୍ୟରେ ପାଗ ପରିବର୍ତ୍ତନ: ଟ୍ବିନ୍‌ସିଟିରେ ଜାରି ରହିଛି ବର୍ଷା

ଭୁବନେଶ୍ୱର,୨୨ା୬: ସାରା ରାଜ୍ୟରେ ପାଗରେ ପରିବର୍ତ୍ତନ ଘଟିଛି। ଟ୍ବିନ୍‌ସିଟିରେ ରବିବାର ରାତିରୁ କିଛି ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଥିବାବେଳେ ଆଜି ସକାଳୁ ମଧ୍ୟ ବର୍ଷା ଜାରି…

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri