ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ଆକ୍ରମଣ: ଥାନାରେ ପଶି ଛଡାଇ ନେବାକୁ ପୋଲିସ ସହ ଧସ୍ତାଧସ୍ତି, ୫ ମହିଳାଙ୍କ ସମେତ…

ପୁରୁଷୋତ୍ତମପୁର,୧୧ା୯ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶୁକ୍ରବାର ଗୁଣିଗାରେଡିକୁ ନେଇ ତୁମୁଳକାଣ୍ଡ ଘଟିଛି। ଗୁଣିଗାରେଡି ସନ୍ଦେହରେ କେଶବ ଗୌଡ(୬୫)ଙ୍କୁ ଆକ୍ରମଣ କରାଯାଇଛି। ତାଙ୍କୁ ଥାନାରେ ପଶି ପୋଲିସ ହାତରୁ ଛଡାଇ ନେବାକୁ ଉଦ୍ୟମ ହୋଇଛି। ଏହି ସମୟରେ ପୋଲିସ ସହ ଗ୍ରାମବାସୀଙ୍କ ଧସ୍ତାଧସ୍ତି ହୋଇଛି। ପୋଲିସ ସ୍ଥିତିକୁ ନିୟନ୍ତ୍ରଣକୁ ଆଣି ୫ ମହିଳାଙ୍କ ସମେତ ୮ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ କମଳା ବେହେରା, କର୍ପୁର ବେହେରା, ସନ୍ତୋଷୀ ବେହେରା, ରଞ୍ଜୁ ବେହେରା, ଅନି ବେହେରା, ରାମ ବେହେରା, ଭୀମସେନ ଗୌଡ଼ ଓ ଶ୍ୟାମ ବେହେରା । ଗିରଫ ପରେ ସମସ୍ତଙ୍କୁ କୋର୍ଟଚାଲାଣ କରାଯାଇଛି। ଏହାକୁ ନେଇ ରଣଝାଲି ଗ୍ରାମରେ ଉତ୍ତେଜନା ଲାଗିରହିଛି।
ଖବରରୁ ଜଣାପଡିଛି, ରାମ ବେହେରାଙ୍କ ବାପା ପଞ୍ଚୁ ବେହେରାଙ୍କ ଦୁଇମାସ ତଳେ ମୃତ୍ୟୁ ହୋଇଥିଲା। ତାଙ୍କ ସାନଭାଇ ଲକ୍ଷ୍ମଣଙ୍କ ମଧ୍ୟ ସ୍ବାସ୍ଥ୍ୟ ଖରାପ ହୋଇପଡିବାରୁ ସେମାନେ ଗୁଣି ସନ୍ଦେହରେ ଜଣେ ଗୁଣିଆଙ୍କ ପାଖକୁ ଯାଇଥିଲେ। ସେହି ଗୁଣିଆ ରଣଝାଲି ଗ୍ରାମର କେଶବ ଗୁଣି କରିଥିବା କହିଥିଲେ। ଗ୍ରାମକୁ ଫେରି କେତେ ଜଣ ଗ୍ରାମବାସୀ କେଶବଙ୍କୁ ଗୁଣିଗାରେଡି କରିଥିବା ସନ୍ଦେହ କରି ଆକ୍ରମଣ କରି ମାଡ଼ ମାରିଥିଲେ। ଖବର ପାଇ ପୁରୁଷୋତ୍ତମପୁର ଆଇଆଇସି କୁଳମଣି ସେଠୀ ଘଟଣାସ୍ଥଳରେ ପହଞ୍ଚତ୍ କେଶବଙ୍କୁ ଲୋକଙ୍କ କବଳରୁ ଉଦ୍ଧାର କରି ପ୍ରଥମେ ପୁରୁଷୋତ୍ତମପୁର ଡାକ୍ତରଖାନାକୁ ଆଣି ତାଙ୍କୁ ଚିକିତ୍ସା କରାଇ ଥାନାରେ ସୁରକ୍ଷିତ ଅବସ୍ଥାରେ ରଖିଥିଲେ। ତେବେ ଉତ୍ତେଜିତ ଗ୍ରାମବାସୀ ଥାନା ଭିତରେ ଧସେଇ ପଶି କେଶବଙ୍କୁ ପୋଲିସଠାରୁ ଛଡ଼ାଇନେବାକୁ ଉଦ୍ୟମ କରିଥିଲେ। ଏହାକୁ ନେଇ ପୋଲିସ ଓ ଗ୍ରାମବାସୀଙ୍କ ମଧ୍ୟରେ ଦୀର୍ଘ ସମୟ ଧରି ଧସ୍ତାଧସ୍ତି ଓ ଯୁକ୍ତିତର୍କ ହୋଇଥିଲା। ସୂଚନା ପାଇ ପୋଲିସ ଫୋର୍ସ ଆସି ସ୍ଥିତି ନିୟନ୍ତ୍ରଣ କରିଥିଲା। ଏହି ଘଟଣାରେ ନଂ ୬୧୯/୨୬ରେ ମାମଲା ରୁଜୁ କରି ଉପରୋକ୍ତ ୮ଜଣଙ୍କୁ କୋର୍ଟଚାଲାଣ କରିଥିଲା। ସେମାନଙ୍କଠାରୁ ଠେଙ୍ଗାବାଡି ଜବତ ହୋଇଛି। ଏସ୍‌ଆଇ ଶୁଶାନ୍ତ ମିଶ୍ର ଏହାର ତଦନ୍ତ ଜାରି ରଖିଛନ୍ତି। ରଣଝାଲିରେ ଉତ୍ତେଜନା ଲାଗି ରହିଥିବାରୁ ସେଠାରେ ପୋଲିସ ମୁତୟନ ରହି ନଜର ରଖିଥିବା ପୁରୁଷୋତ୍ତମପୁର ଏସ୍‌ଡିପିଓ ସୁଜିତ ନାୟକ କହିଛନ୍ତି। ଏହି ଘଟଣାରେ ସମ୍ପୃକ୍ତ ଥିବା ଅନ୍ୟମାନଙ୍କୁ ମଧ୍ୟ ଗିରଫ କରାଯିବ। ତେବେ ଏଭଳି ଉସୁକାଇଥିବା ଗୁଣିଆଙ୍କ ସମ୍ପର୍କରେ ମଧ୍ୟ ତଦନ୍ତ ହେବ ବୋଲି ସେ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?