ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ଆକ୍ରମଣ: ଥାନାରେ ପଶି ଛଡାଇ ନେବାକୁ ପୋଲିସ ସହ ଧସ୍ତାଧସ୍ତି, ୫ ମହିଳାଙ୍କ ସମେତ…

ପୁରୁଷୋତ୍ତମପୁର,୧୧ା୯ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶୁକ୍ରବାର ଗୁଣିଗାରେଡିକୁ ନେଇ ତୁମୁଳକାଣ୍ଡ ଘଟିଛି। ଗୁଣିଗାରେଡି ସନ୍ଦେହରେ କେଶବ ଗୌଡ(୬୫)ଙ୍କୁ ଆକ୍ରମଣ କରାଯାଇଛି। ତାଙ୍କୁ ଥାନାରେ ପଶି ପୋଲିସ ହାତରୁ ଛଡାଇ ନେବାକୁ ଉଦ୍ୟମ ହୋଇଛି। ଏହି ସମୟରେ ପୋଲିସ ସହ ଗ୍ରାମବାସୀଙ୍କ ଧସ୍ତାଧସ୍ତି ହୋଇଛି। ପୋଲିସ ସ୍ଥିତିକୁ ନିୟନ୍ତ୍ରଣକୁ ଆଣି ୫ ମହିଳାଙ୍କ ସମେତ ୮ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ କମଳା ବେହେରା, କର୍ପୁର ବେହେରା, ସନ୍ତୋଷୀ ବେହେରା, ରଞ୍ଜୁ ବେହେରା, ଅନି ବେହେରା, ରାମ ବେହେରା, ଭୀମସେନ ଗୌଡ଼ ଓ ଶ୍ୟାମ ବେହେରା । ଗିରଫ ପରେ ସମସ୍ତଙ୍କୁ କୋର୍ଟଚାଲାଣ କରାଯାଇଛି। ଏହାକୁ ନେଇ ରଣଝାଲି ଗ୍ରାମରେ ଉତ୍ତେଜନା ଲାଗିରହିଛି।
ଖବରରୁ ଜଣାପଡିଛି, ରାମ ବେହେରାଙ୍କ ବାପା ପଞ୍ଚୁ ବେହେରାଙ୍କ ଦୁଇମାସ ତଳେ ମୃତ୍ୟୁ ହୋଇଥିଲା। ତାଙ୍କ ସାନଭାଇ ଲକ୍ଷ୍ମଣଙ୍କ ମଧ୍ୟ ସ୍ବାସ୍ଥ୍ୟ ଖରାପ ହୋଇପଡିବାରୁ ସେମାନେ ଗୁଣି ସନ୍ଦେହରେ ଜଣେ ଗୁଣିଆଙ୍କ ପାଖକୁ ଯାଇଥିଲେ। ସେହି ଗୁଣିଆ ରଣଝାଲି ଗ୍ରାମର କେଶବ ଗୁଣି କରିଥିବା କହିଥିଲେ। ଗ୍ରାମକୁ ଫେରି କେତେ ଜଣ ଗ୍ରାମବାସୀ କେଶବଙ୍କୁ ଗୁଣିଗାରେଡି କରିଥିବା ସନ୍ଦେହ କରି ଆକ୍ରମଣ କରି ମାଡ଼ ମାରିଥିଲେ। ଖବର ପାଇ ପୁରୁଷୋତ୍ତମପୁର ଆଇଆଇସି କୁଳମଣି ସେଠୀ ଘଟଣାସ୍ଥଳରେ ପହଞ୍ଚତ୍ କେଶବଙ୍କୁ ଲୋକଙ୍କ କବଳରୁ ଉଦ୍ଧାର କରି ପ୍ରଥମେ ପୁରୁଷୋତ୍ତମପୁର ଡାକ୍ତରଖାନାକୁ ଆଣି ତାଙ୍କୁ ଚିକିତ୍ସା କରାଇ ଥାନାରେ ସୁରକ୍ଷିତ ଅବସ୍ଥାରେ ରଖିଥିଲେ। ତେବେ ଉତ୍ତେଜିତ ଗ୍ରାମବାସୀ ଥାନା ଭିତରେ ଧସେଇ ପଶି କେଶବଙ୍କୁ ପୋଲିସଠାରୁ ଛଡ଼ାଇନେବାକୁ ଉଦ୍ୟମ କରିଥିଲେ। ଏହାକୁ ନେଇ ପୋଲିସ ଓ ଗ୍ରାମବାସୀଙ୍କ ମଧ୍ୟରେ ଦୀର୍ଘ ସମୟ ଧରି ଧସ୍ତାଧସ୍ତି ଓ ଯୁକ୍ତିତର୍କ ହୋଇଥିଲା। ସୂଚନା ପାଇ ପୋଲିସ ଫୋର୍ସ ଆସି ସ୍ଥିତି ନିୟନ୍ତ୍ରଣ କରିଥିଲା। ଏହି ଘଟଣାରେ ନଂ ୬୧୯/୨୬ରେ ମାମଲା ରୁଜୁ କରି ଉପରୋକ୍ତ ୮ଜଣଙ୍କୁ କୋର୍ଟଚାଲାଣ କରିଥିଲା। ସେମାନଙ୍କଠାରୁ ଠେଙ୍ଗାବାଡି ଜବତ ହୋଇଛି। ଏସ୍‌ଆଇ ଶୁଶାନ୍ତ ମିଶ୍ର ଏହାର ତଦନ୍ତ ଜାରି ରଖିଛନ୍ତି। ରଣଝାଲିରେ ଉତ୍ତେଜନା ଲାଗି ରହିଥିବାରୁ ସେଠାରେ ପୋଲିସ ମୁତୟନ ରହି ନଜର ରଖିଥିବା ପୁରୁଷୋତ୍ତମପୁର ଏସ୍‌ଡିପିଓ ସୁଜିତ ନାୟକ କହିଛନ୍ତି। ଏହି ଘଟଣାରେ ସମ୍ପୃକ୍ତ ଥିବା ଅନ୍ୟମାନଙ୍କୁ ମଧ୍ୟ ଗିରଫ କରାଯିବ। ତେବେ ଏଭଳି ଉସୁକାଇଥିବା ଗୁଣିଆଙ୍କ ସମ୍ପର୍କରେ ମଧ୍ୟ ତଦନ୍ତ ହେବ ବୋଲି ସେ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଖରାରେ ସିଝିଲେ, ବର୍ଷାରେ ଭିଜିଲେ ଭିନ୍ନକ୍ଷମ

ହାଟଡିହୀ/ଛେନାପଦୀ,୧୧।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଅନୁଷ୍ଠିତ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ବ୍ୟାପକ ଅବ୍ୟବସ୍ଥା ପରିଲକ୍ଷିତ ହୋଇଛି।…

ବିରେନ୍ଦ୍ର ସେହ୍ବାଗଙ୍କ ନୂଆ ଇନିଂସ, ଅଶନୀର ଗ୍ରୋଭରଙ୍କୁ ଆଉଟ୍‌ କରି ଚମକାଇଲେ, ଏଣିକି…

ମୁମ୍ବାଇ,୧୧।୯: ପ୍ରାଇମ୍ ଭିଡିଓର ସୁପରହିଟ୍ ରିଆଲିଟି ଶୋ’ ‘ରାଇଜ୍‌ ଆଣ୍ଡ୍‌ ଫଲ୍‌’ (Rise And Fall) ନିଜର ଦ୍ୱିତୀୟ ସିଜନ୍ ସହ ଫେରୁଛି। ଏଥର ଶୋ’କୁ ନେଇ…

ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରୁ ସେବା ସଂକଳ୍ପ ଅଭିଯାନ: ୧୩ଟି କାର୍ଯ୍ୟକ୍ରମକୁ ନେଇଁ ଲୋକଙ୍କୁ ପାଖକୁ ଯିବ ଭାଜପା

ଭବାନୀପାଟଣା,୧୧।୯(ଉତ୍ତମ କୁମାର ଦାଶ): ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ମାସେ ବ୍ୟାପି ସେବା ସଂକଳ୍ପ ଅଭିଯାନ କରିବ ଭାଜପା । ଏଥିରେ ପ୍ରତ୍ୟେକ ମଣ୍ଡଳ, ବୁଥ ଏବଂ ଜିଲାରେ ସେବା…

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ, ଅକ୍ଟୋବରରୁ ୩ରାଶିଙ୍କ ଧନଲାଭ ଯୋଗ; ଚାକିରିରେ ବଡ଼ ପ୍ରମୋଶନ!

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ, ଶନିଙ୍କୁ ସବୁଠାରୁ ଶକ୍ତିଶାଳୀ, ନିଷ୍ଠୁର ଗ୍ରହ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ । ଶନିଙ୍କ ସ୍ଥିତିର ପ୍ରଭାବ ୧୨ଟି ରାଶି ସହିତ…

ଦିବ୍ୟାଙ୍ଗଙ୍କୁ ସ୍ୱାବଲମ୍ବୀ କରାଇବା ପାଇଁ ପଦକ୍ଷେପ: ଏକାଧିକଙ୍କୁ ମିଳିଲା ସହାୟତା ରାଶି

ଦାରିଙ୍ଗବାଡ଼ି, ୧୧।୯ (ଅରୁଣ ସାହୁ): ଦିବ୍ୟାଙ୍ଗଙ୍କ ବିକାଶ ସହ ସେମାନଙ୍କୁ ସ୍ୱରୋଜଗାରକ୍ଷମ କରାଇ ସ୍ୱାବଲମ୍ବୀ କରିବା ପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ପ୍ରୟାସ ଆରମ୍ଭ ହୋଇଛି। ପୂର୍ବରୁ…

ଘରେ ଝିଅ ଜନ୍ମ ହେଲେ ଆପଣଙ୍କୁ ମିଳିବ ୨୭ ଲକ୍ଷ ଟଙ୍କା! କରିବାକୁ ହେବ କେବଳ ଏହି କାମ…

ନୂଆଦିଲ୍ଲୀ,୧୧।୯: ଯଦି ଆପଣଙ୍କ ଘରେ ଝିଅ ଜନ୍ମ ହୋଇଛି, ତେବେ ଏବେ ଆପଣ ୨୭ ଲକ୍ଷ ଟଙ୍କା ପାଇପାରିବେ। କେନ୍ଦ୍ର ସରକାରଙ୍କ ଏପରି ଏକ ଯୋଜନା ଅଛି,…

ଭଞ୍ଜନଗର ପଞ୍ଚାୟତ ସମିତିର ସାଧାରଣ ବୈଠକ: ଯୋଗଦେଲେ ବିଧାୟକ, କହିଲେ ସମନ୍ୱୟ ରକ୍ଷା କରି…

ଭଞ୍ଜନଗର, ୧୧।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପଞ୍ଚାୟତ ସମିତିର ଚତୁର୍ଥ ସାଧାରଣ ବୈଠକ ଶୁକ୍ରବାର ପଞ୍ଚାୟତ ସମିତି ଅଧ୍ୟକ୍ଷ ନରିସଭା ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ମହାବୀର ପର୍ବତ ଛାଡି ଉଦାରମା ଜଙ୍ଗଲ ଗଲେ ୨୬ ଟିକିଆ ହାତୀପଲ

ବଡ଼ଗାଁ,୧୧ା୯(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅଧୀନ ମହାବୀର ପର୍ବତରେ ମାସେ ହେଲା ଅବସ୍ଥାନ କରିଥିବା ୨୬ ଟିକିଆ ହାତୀପଲ ମହାବୀର ପର୍ବତରୁ ବାହାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Trending

ଛୁଟିଦିନ
ପିଲାଙ୍କ ଧରିତ୍ରୀ
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?