୧୬ ଦିନ ଭେଣ୍ଟିଲେଟରରେ ବିରୋଧୀ ଦଳ ନେତା:ଡାକ୍ତରଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨ା୫(ବ୍ୟୁରୋ): କରୋନାରେ ସଂକ୍ରମିତ ହୋଇ ଗତ ୧୬ ଦିନ ହେବ ବିରୋଧୀ ଦଳ ନେତା ତଥା ଭାଜପାର ବରିଷ୍ଠ ନେତା ପ୍ରଦୀପ୍ତ ନାଏକ ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ସେପରି ଉନ୍ନତି ହେଉନାହିଁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ପ୍ରଦୀପ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଏମ୍ସ ଡାକ୍ତରମାନଙ୍କ ସହ ଆଲୋଚନା କରିଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ବିରୋଧୀ ଦଳ ନେତାଙ୍କ ସ୍ବାସ୍ଥ୍ୟାବସ୍ଥା ତଦାରଖ କରୁଥିବା ଏମ୍ସ ଏବଂ ଏସ୍‌ସିବି ଡାକ୍ତରଙ୍କ ସହ ଆଲୋଚନା କରିଥିଲେ। ଆଲୋଚନା ବେଳେ ଡାକ୍ତରମାନେ କହିଛନ୍ତି, ପ୍ରଦୀପ୍ତ ଏବେ କୋଭିଡ୍‌ ନେଗେଟିଭ ଅଛନ୍ତି। ତେବେ ତାଙ୍କ ଶ୍ୱାସ ଯନ୍ତ୍ରରେ ଅଧିକ ସଂକ୍ରମଣ ହୋଇଥିବାରୁ ସେ ଭେଣ୍ଟିଲେଟରରେ ରହିଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ଆଡକୁ ଗତିକରୁଛି। ଶୀଘ୍ର ଆରୋଗ୍ୟ କରିବାକୁ ଯଥାସାଧ୍ୟ ଉଦ୍ୟମ ଜାରିରହିଛି । ଏମ୍ସ ନିର୍ଦ୍ଦେଶିକା ଗୀତାଞ୍ଜଳି ବଟମାନାବାନେ ବିରୋଧୀ ଦଳ ନେତାଙ୍କ ଚିକିତ୍ସା ପାଇଁ ସମସ୍ତ ସହାୟତା କରୁଥିବାରୁ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଡାକ୍ତରମାନଙ୍କର ଉଦ୍ୟମକୁ ପ୍ରଶଂସା କରିବା ସହ ବିରୋଧୀ ଦଳ ନେତାଙ୍କୁ ସବୁଠାରୁ ଉତ୍ତମ ଚିକିତ୍ସା ଯୋଗାଇ ଦେବାକୁ ଅନୁରୋଧ କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ସହାୟତା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ପ୍ରଦୀପ୍ତଙ୍କ ଦ୍ରୁତ ଆରୋଗ୍ୟ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ାରେ ବଡ଼ ଧରଣର ଡକାୟତି, ଗ୍ରିଲ୍‌ ଭାଙ୍ଗି ନେଇଗଲେ ୧୫ ଭରି ସୁନା ଅଳଙ୍କାର

ରାୟଗଡ଼ା,୨୦।୭(କୈଳାଶ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଏବେ ଲୁଟେରାଙ୍କ ଆଡ୍ଡାସ୍ଥଳୀ ପାଲଟିଛି l ଅଞ୍ଚଳରେ ଚୋରି, ଡକାୟତି, ରାହାଜନୀ, ଲୁଯ୍‌ ଭଳି ଘଟଣା ଦିନକୁ ଦିନ ବଢ଼ିବାରେ…

ରଥକାଠ ଭାଙ୍ଗିଲେ ଅଭିମାନିନୀ ମହାଲକ୍ଷ୍ମୀ: ସାନ୍ତ୍ୱନା ଦେଲେ ମହାପ୍ରଭୁ

କେସିଙ୍ଗା,୨୦।୭(ତୁମେଶ୍ୱର ସାହୁ): କେସିଙ୍ଗା ବ୍ଲକ ଅଧିନସ୍ଥ ସିର୍ଜାପାଲି ଗ୍ରାମରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ମହାଆଡମ୍ବରରେ ହେରାପଞ୍ଚମୀ ସୋମବାର ପାଳିତ ହୋଇଯାଇଛି। ଉକ୍ତ ଗ୍ରାମର ଶ୍ରୀପଦ୍ମନାଭ(ବଳଭଦ୍ର) ପ୍ରମୋଦ କୁମାର…

ଅନଶନରୁ ଓହରିଲେ ସୋନମ ୱାଙ୍ଗଚୁକ: ଜେପି ନଡ୍ଡାଙ୍କୁ ୩ ଦାବି କଲେ CJP ନେତା, ଆଶ୍ଚର୍ଯ୍ୟ ହୋଇଗଲେ…

ନୂଆଦିଲ୍ଲୀ, ୨୦।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ସୋମବାର ତାଙ୍କର ୨୩ ଦିନିଆ ଭୋକ ହରତାଳ ଶେଷ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା, ‘କକରୋଚ ଜନତା ପାର୍ଟି’…

ଏହି ସ୍ଥାନରେ ୩୦୦ ବର୍ଷ ଧରି ଟଣା ହୋଇନାହିଁ ରଥ

କେନ୍ଦ୍ରାପଡ଼ା, ୨୦ା୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସହରଠାରୁ ୧୨ କି.ମି. ଦୂର ଇନ୍ଦୁପୁର ବଜାର। ଏଠାରୁ ଦେଢ଼ କି.ମି. ଦୂର ହାବେଳି (ପତିସାହି) ଠାରେ ଥିବା ପ୍ରାୟ ୩୦୦ବର୍ଷ…

ଧମକ ଚମକ ଦେଇ କାମରୁ ବାହାର କରି ଦେବାରୁ ଏସ୍‌ପିଙ୍କ ଦାରସ୍ଥ ହେଲେ ଆର୍ଯ୍ୟପଲ୍ଲୀ ମହିଳା

ଛତ୍ରପୁର,୨୦।୭( ଦିଲ୍ଲୀପ ସାମଲ/ ଦ୍ୱାରିକା ପଟ୍ଟନାୟକ): ୫୦ ବର୍ଷ ପୂର୍ବରୁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଥିବା ଭାଲିଆ ତୋଟାରେ ଜଗୁଆଳି…

ସ୍ଥାନୀୟ ଯୁବତୀଯୁବକଙ୍କୁ ମିଳୁ ସ୍ଥାୟୀ ନିଯୁକ୍ତି: ଦାବି କଲା କଂଗ୍ରେସ, ପୂରଣ ନ ହେଲେ ଆଗାମୀ ଦିନରେ…

ଛତ୍ରପୁର,୨୦।୭( ଦିଲ୍ଲୀପ ସାମଲ/ ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ଉପକଣ୍ଠରେ ଥିବା ଆଇ. ଆର୍‌. ଇ. ଏଲ. ଓ ଗୋପାଳପୁର ବନ୍ଦର ଭଳି ପ୍ରତିଷ୍ଠିତ ଶିଳ୍ପରେ ସ୍ଥାନୀୟ ଯୁବତୀଯୁବକଙ୍କୁ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନାହିଁ ନାଁ: ଗର୍ଜିଲେ ମହିଳା

କେସିଙ୍ଗା,୨୦।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗୋକୁଳେଶ୍ୱର ଗ୍ରାମ ପଞ୍ଚାୟତ ଅଧିନସ୍ଥ କାଦୋପଡାର ୧୩ ମହିଳା ଜିଲାପାଳଙ୍କ ଜନଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନାଁ…

କାଠ କାମ ବେଳେ ମିସ୍ତ୍ରୀଙ୍କୁ ଲାଗିଲା କରେଣ୍ଟ, ଛିଟିକି….

ଦିଗପହଣ୍ଡି,୨୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ପଞ୍ଚାୟତ ଅନ୍ତର୍ଗତ ଆଦିକନ୍ଦପୁର ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି । ନାରାୟଣ ଗୈାଡଙ୍କ ଘରେ କାଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri