ମାଣ୍ଡିପଙ୍କାକୁ ଛୁଟୁଛି ନେତା, ଅଫିସରଙ୍କ ସୁଅ: ମୁଣ୍ଡ ପିଛା ୧୫ କେଜି ପିଡ଼ିଏସ୍‌ ଚାଉଳ ଦେବାକୁ…

ଦାରିଙ୍ଗବାଡି,୨।୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କାରେ ଆମ୍ବ ଟାଙ୍କୁଆ ଖାଇ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଏବେ ମଧ୍ୟ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ଏହି ଘଟଣା ଘଟିବା ପରେ ଏବେ ମାଣ୍ଡିପଙ୍କାକୁ ନେତା, ଅଫିସରଙ୍କ ସୁଅ ଛୁଟୁଛି।
ଶନିବାର ଅପରାହ୍ନରେ କଂଗ୍ରେସର ବରିଷ୍ଠ ନେତା ଶ୍ରୀକାନ୍ତ ଜେନା, ବରିଷ୍ଠ ଓକିଲ ଦୀପକ ପଟ୍ଟନାୟକ, ଅମିରଚାନ୍ଦ ନାୟକ ପ୍ରମୁଖ ମାଣ୍ଡିପଙ୍କାରେ ମୃତକଙ୍କ ଘରେ ପହଞ୍ଚିଥିଲେ। ଶୋକସନ୍ତପ୍ତ ପରିବାରକୁ ଭେଟିବା ସହ ଏବେ ବି ଗ୍ରାମରେ ଭୋକ ପାଇଁ ଆମ୍ବ ଟାକୁଆ ଖାଇବା ଜାଣି ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏ ନେଇ ସେ ପିଡିିଏସ୍‌ ଚାଉଳ ଠିକ୍‌ ସମୟରେ ଲୋକଙ୍କୁ ମିଳୁ ନ ଥିବା ଓ ଅକ୍ଟୋବର ମାସର ଚାଉଳ ନଭେମ୍ବରରେ ବଣ୍ଟନ କରାଯାଉଥିବା ନେଇ କ୍ଷୋବ ପ୍ରକାଶ କରିଛନ୍ତି।
ସେହିପରି ପଡିିଏସ୍‌ ମାତ୍ର ୫ କେଜି ଲେଖାଏ ଚାଉଳ ନିଅଣ୍ଟିଆ ହେଉଛି। ତେଣୁ ସରକାର ସହର ତଥା ଉନ୍ନୟନ ଅଞ୍ଚଳ ଛାଡି ଏଭଳି ଦୁର୍ଗମ ଅପହଞ୍ଚ ଗ୍ରାମରେ ଅତି କମରେ ଜଣଙ୍କ ପିଛା ୧୫ କିଲୋ ଚାଉଳ ଦେବାକୁ ପଦକ୍ଷେପ ନିଅନ୍ତୁ ବୋଲି ସେ କହିଛନ୍ତି।
ସମାନଭାବେ ନେଟୱାର୍କ, ରାସ୍ତା ସମ୍ପ୍ରସାରଣ ଓ ବିଭିନ୍ନ ଉନ୍ନୟନ କାର୍ଯ୍ୟକୁ ସରକାର ଗୁରୁତ୍ୱ ଦେବାକୁ କହିବା ସହ ଏତେ ବଡ଼ ଘଟଣା ସାରା ରାଜ୍ୟ ତଥା ରାଜ୍ୟ ବାହାରେ ଚହଳ ସୃଷ୍ଟି କରିଥିବା ବେଳେ କନ୍ଧମାଳ ଜିଲାପାଳ ଏବେ ପର୍ଯ୍ୟନ୍ତ ମାଣ୍ଡିପଙ୍କାରେ ପହଞ୍ଚି ନଥିବା ନେଇ ଶ୍ରୀକାନ୍ତ ଜେନା ଉଦ୍‌ବେଗ ପ୍ରକାଶ କରଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri