Posted inଜାତୀୟ

ପେଟ୍ରୋଲ-ଡିଜେଲ ଦର ବୃଦ୍ଧିକୁ ନେଇ ସାଇକେଲ ଚଳାଇ ପ୍ରତିବାଦ କଲେ ଏହି ନେତା

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୨୯।୬: କରୋନା ସଙ୍କଟ ମଧ୍ୟରେ ପେଟ୍ରୋଲ ଓ ଡିଜେଲ ଦର ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଏହାର ଦର ବୃଦ୍ଧିକୁ ନେଇ ଦେଶର ବିଭିନ୍ନ ସ୍ଥାନରେ ସୋମବାର କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଇତିମଧ୍ୟରେ କର୍ନାଟକର କଂଗ୍ରେସ ନେତା ଡି.କେ. ଶିବକୁମାର ସାଇକେଲ ଚଳାଇ ନିଆରା ପ୍ରତିବାଦ କରିଥିବା ଦେଖିବାକୁ ମିଳିଛି। ଅପରପକ୍ଷେ ଦିଲ୍ଲୀରେ କଂଗ୍ରେସ ନେତା ଓ କର୍ମକର୍ତ୍ତାଙ୍କ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଓ ଉପରାଜ୍ୟପାଳ ଅନୀଲ ବୈଜଲଙ୍କ ଘର ସମ୍ମୁଖରେ କଂଗ୍ରେସ କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଧାରଣା ଦେଇଥିଲେ। ସେହି ସମୟରେ ପୋଲିସ ସେମାନଙ୍କୁ ଘଟଣାସ୍ଥଳରୁ ଉଠାଇ ନେଇ ଅଟକ ରଖିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ସୋମବାର ଦିଲ୍ଲୀରେ ପେଟ୍ରୋଲ ଦର ୫ପଇସା ବୃଦ୍ଧି ପାଇ ୮୦.୪୩ଟଙ୍କା ହୋଇଥିବା ବେଳେ ଡିଜେଲ ଦର ୧୩ପଇସାକୁ ବୃଦ୍ଧି ପାଇ ୮୦.୫୩ଟଙ୍କା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ଏମ୍‌ପି ବସନ୍ତକୁମାରଙ୍କ କରୋନାରେ ମୃତ୍ୟୁ

ଚେନ୍ନାଇ,୨୮।୮-ମହାମାରୀ କରୋନାରେ ପ୍ରାଣ ହରାଇଛନ୍ତି ତାମିଲନାଡୁ କନ୍ୟାକୁମାରୀର କଂଗ୍ରେସ ଏମ୍‌ପି ଏଚ. ବସନ୍ତକୁମାର। ବସନ୍ତ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଗତ ୧୦ ତାରିଖରେ...

ଟିଏମ୍‌ସି କାର୍ଯ୍ୟକର୍ତ୍ତାଙ୍କୁ ଉଲଗ୍ନ କରି ଜୋତାରେ ପିଟିବାକୁ ଧମକ ଦେଲେ ଭାଜପା ନେତା

କୋଲକତା,୭।୯: ପଶ୍ଚିମବଙ୍ଗରେ ୨୦୨୧ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ଏବଂ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ମଧ୍ୟରେ ଆରୋପ-ପ୍ରତ୍ୟାରୋପ ଆରମ୍ଭ ହୋଇଯାଇଛି। ପଶ୍ଚିମବଙ୍ଗ ଭାଜପା ଅଧ୍ୟକ୍ଷ ଏକ ବିବାଦୀୟ...

ସାରା ଭାରତରେ କରୋନା ଆତଙ୍କ

ନୂଆଦିଲ୍ଲୀ/ବେଙ୍ଗାଲୁରୁ,୧୨ା୩(ପି.ଟି.): ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୁଧବାର ୬୦ରେ ପହଞ୍ଚତ୍ଛି। କର୍ନାଟକର କଳାବୁର୍‌ଗୀରେ ଜଣେ ୭୬ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବାବେଳେ ତାଙ୍କୁ କରୋନା ସଂକ୍ରମଣ...

ଚଳିତ ବର୍ଷ ଶେଷ ସୁଦ୍ଧା ଜମ୍ମୁ-କଶ୍ମୀରରେ ହେବ ସାଧାରଣ ନିର୍ବାଚନ: ଶାହ

ନୂଆଦିଲ୍ଲୀ,୨୮।୬: ଜମ୍ମୁ-କଶ୍ମୀରରେ ରାଷ୍ଟ୍ରପତି ଶାସନକୁ ଆଉ ୬ ମାସ ବୃଦ୍ଧି କରିବା ସହ ଚଳିତ ବର୍ଷ ଶେଷ ସୁଦ୍ଧା ସେଠାରେ ସାଧାରଣ ନିର୍ବାଚନ କରିବାକୁ ସ୍ବରାଷ୍ଟ୍ରମନ୍ତ୍ରୀ...

ଆଉ ଦୁଇ ଦିନ ରିମାଣ୍ଡରେ ରହିବେ ଚିଦାମ୍ବରମ

ନୂଆଦିଲ୍ଲୀ,୩।୯: ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି ଚିଦାମ୍ବରମଙ୍କୁ ପୁଣିଥରେ ସିବିଆଇ କଷ୍ଟୋଡିରେ ରଖାଯିବ। ମଙ୍ଗଳବାର ଆଇଏନ୍‌ଏକ୍ସ ମିଡିଆ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ଆସନ୍ତା ୫ ତାରିଖ...

ଅପରାଧୀ-ପ୍ରଶାସନର ମଧୁଚନ୍ଦ୍ରିକା: ବିକାଶ ଦୁବେଙ୍କ ଗିରଫ ନାଟକ

ଲକ୍ଷ୍ନୌ, ୯।୭: କାନପୁରରେ ୮ ଜଣ ପୋଲିସଙ୍କୁ ହତ୍ୟା କରିଥିବା ଅପରାଧୀ ବିକାଶ ଦୁବେଙ୍କୁ ଗୁରୁବାର ଗିରଫ କରାଯାଇଛି। ତାଙ୍କୁ ମଧ୍ୟପ୍ରଦେଶ ଉଜୈନର ମହାକାଳ ମନ୍ଦିରରୁ...

ବିବାହ ପରେ ନିଖୋଜ ବରଙ୍କ ମିଳିଲା ମୃତଦେହ

ଲକ୍ଷ୍ନୌ,୧୨।୨: ବିବାହ ପରେ ବରକନ୍ୟା ଘରକୁ ଫେରୁଥିବା ବେଳେ ରାସ୍ତାରୁ ହଠାତ୍‌ ବର ନିଖୋଜ ହୋଇଯାଇଥିଲେ। ପରଦିନ ଏକ ଘଞ୍ଚ ଜଙ୍ଗଲରୁ ତାଙ୍କ ମୃତଦେହ ମିଳିଥିଲା।...

ସାଙ୍ଗରେ ଛୁରୀ ନେଇ ସଂସଦରେ ପହଞ୍ଚିଲେ ରାମ ରହିମଙ୍କ ସମର୍ଥକ

ନୂଆଦିଲ୍ଲୀ,୨।୯: ଦିଲ୍ଲୀ ସଂସଦ ଭବନରେ ସୋମବାର ଜଣେ ସନ୍ଦିଗ୍ଧ ଯୁବକଙ୍କୁ ପୋଲିସ ଗିରଫ କରିଛି। ଯୁବକ ଜଣକ ସାଙ୍ଗରେ ଛୁରୀ ଧରି ରାମ ରହିମଙ୍କ ନାରା...

Coronavirus Update

Archives

Model This Week

Why Dharitri