Posted inଜାତୀୟ

କୋର୍ଟଙ୍କର ଅବମାନନା କଲେ ଆଉ ଛାଡ଼ ପାଇବେନି ନେତା…

ନୂଆଦିଲ୍ଲୀ,୨୮।୮: ନେତାମାନେ କୋର୍ଟଙ୍କର ଅବମାନନା କଲେ ସେମାନଙ୍କଉ ଛଡ଼ାଯିବ ନାହିଁ। ସେମାନଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସୁପ୍ରିମ୍‌କୋର୍ଟ (ଏସ୍‌ସି)ଙ୍କ ନିର୍ଦ୍ଦେଶ କ୍ରମେ ନିର୍ବାଚନ ଆୟୋଗ (ଇସି)ଙ୍କ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ସୁପ୍ରିମକୋର୍ଟ ପୂର୍ବରୁ ରାଜନୈତିକ ଦଳମାନଙ୍କୁ ସେମାନଙ୍କ ୱେବସାଇଟରେ ପ୍ରାର୍ଥୀଙ୍କ ଅପରାଧିକ ଘଟଣାର ସୂଚନା ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଅପରାଧିକ ପୃଷ୍ଠଭୂମି ଥିବା ରାଜନେତାଙ୍କ ଉପରେ ସୁପ୍ରିମକୋର୍ଟଙ୍କ କଡ଼ା ମନ୍ତବ୍ୟ ପରେ ନିର୍ବାଚନ ଆୟୋଗ ସମସ୍ତ ରାଜନନୈତିକ ଦଳଙ୍କୁ ଚିଠି ଲେଖି ଏପରି ପାଣ୍ଠି ଗଠନ କରିବାକୁ କହିଛନ୍ତି ଯେଉଁଥିରେ କୋର୍ଟର ଅବମାନନା ସହ ଜଡିତ ମାମଲାରେ ଜରିମାନା ପରିମାଣ ଜମା କରାଯାଇପାରିବ। ଯେଉଁମାନେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶାବଳୀ ପାଳନ କରୁନାହାଁନ୍ତି ସେମାନଙ୍କଠାରୁ ଜରିମାନା ଆଦାୟ କରାଯିବ। ନିର୍ବାଚନ ଆୟୋଗଙ୍କ ପକ୍ଷରୁ ୨୬ ଅଗଷ୍ଟରେ ବିଭିନ୍ନ ରାଜନୈତିକ ଦଳମାନଙ୍କୁ ଚିଠି ପଠାଯାଇଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ପଠାଯାଇଥିବା ଚିଠିରେ ନିର୍ବାଚନ ଆୟୋଗ କହିଛନ୍ତି ଯେ ଜରିମାନା ପୈଠ କରିବାକୁ ବ୍ୟାଙ୍କ ଆକାଉଣ୍ଟ ବିବରଣୀ ମଧ୍ୟ ଦିଆଯିବ। ଭାରତୀୟ ରାଜନୀତିରେ ପ୍ରାର୍ଥୀମାନଙ୍କ ବିଷୟରେ ଅଧିକ ସ୍ବଚ୍ଛତା ପରିପ୍ରକାଶ କ୍ଷେତ୍ରରେ ଏହାକୁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଭାବରେ ବିବେଚନା କରାଯାଉଛି। ୪ ସପ୍ତାହ ମଧ୍ୟରେ ଏହି ପାଣ୍ଠି ସୃଷ୍ଟି କରିବାକୁ ଆୟୋଗ ରାଜନୈତିକ ଦଳର ମୁଖ୍ୟମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନ ଆୟୋଗ ଏପରି ଏକ ସେଲ ତିଆରି କରିବାକୁ ରାଜନୈତିକ ଦଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଯାହା କୋର୍ଟଙ୍କର ନିର୍ଦ୍ଦେଶକୁ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ପଦକ୍ଷେପ ଗ୍ରହଣ କରିବ। କେବଳ ଏତିକି ନୁହେଁ, ଏପରି ଏକ ମୋବାଇଲ ଆପ ବିକଶିତ କରିବାକୁ ସୁପ୍ରିମକୋର୍ଟ ନିର୍ବାଚନ ଆୟୋଗଙ୍କୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ଯାହା ମାଧ୍ୟମରେ ପ୍ରାର୍ଥୀଙ୍କ ଅପରାଧିକ ଇତିହାସ ବିଷୟରେ ସୂଚନା ମିଳିପାରିବ। ଜଷ୍ଟିସ ଆର.ଏଫ. ନରିମାନ ଏବଂ ଜଷ୍ଟିସ ବି.ଆର ଗାଓ୍ବାଇଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri