Posted inଜାତୀୟ

କୋର୍ଟଙ୍କର ଅବମାନନା କଲେ ଆଉ ଛାଡ଼ ପାଇବେନି ନେତା…

ନୂଆଦିଲ୍ଲୀ,୨୮।୮: ନେତାମାନେ କୋର୍ଟଙ୍କର ଅବମାନନା କଲେ ସେମାନଙ୍କଉ ଛଡ଼ାଯିବ ନାହିଁ। ସେମାନଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସୁପ୍ରିମ୍‌କୋର୍ଟ (ଏସ୍‌ସି)ଙ୍କ ନିର୍ଦ୍ଦେଶ କ୍ରମେ ନିର୍ବାଚନ ଆୟୋଗ (ଇସି)ଙ୍କ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ସୁପ୍ରିମକୋର୍ଟ ପୂର୍ବରୁ ରାଜନୈତିକ ଦଳମାନଙ୍କୁ ସେମାନଙ୍କ ୱେବସାଇଟରେ ପ୍ରାର୍ଥୀଙ୍କ ଅପରାଧିକ ଘଟଣାର ସୂଚନା ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଅପରାଧିକ ପୃଷ୍ଠଭୂମି ଥିବା ରାଜନେତାଙ୍କ ଉପରେ ସୁପ୍ରିମକୋର୍ଟଙ୍କ କଡ଼ା ମନ୍ତବ୍ୟ ପରେ ନିର୍ବାଚନ ଆୟୋଗ ସମସ୍ତ ରାଜନନୈତିକ ଦଳଙ୍କୁ ଚିଠି ଲେଖି ଏପରି ପାଣ୍ଠି ଗଠନ କରିବାକୁ କହିଛନ୍ତି ଯେଉଁଥିରେ କୋର୍ଟର ଅବମାନନା ସହ ଜଡିତ ମାମଲାରେ ଜରିମାନା ପରିମାଣ ଜମା କରାଯାଇପାରିବ। ଯେଉଁମାନେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶାବଳୀ ପାଳନ କରୁନାହାଁନ୍ତି ସେମାନଙ୍କଠାରୁ ଜରିମାନା ଆଦାୟ କରାଯିବ। ନିର୍ବାଚନ ଆୟୋଗଙ୍କ ପକ୍ଷରୁ ୨୬ ଅଗଷ୍ଟରେ ବିଭିନ୍ନ ରାଜନୈତିକ ଦଳମାନଙ୍କୁ ଚିଠି ପଠାଯାଇଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ପଠାଯାଇଥିବା ଚିଠିରେ ନିର୍ବାଚନ ଆୟୋଗ କହିଛନ୍ତି ଯେ ଜରିମାନା ପୈଠ କରିବାକୁ ବ୍ୟାଙ୍କ ଆକାଉଣ୍ଟ ବିବରଣୀ ମଧ୍ୟ ଦିଆଯିବ। ଭାରତୀୟ ରାଜନୀତିରେ ପ୍ରାର୍ଥୀମାନଙ୍କ ବିଷୟରେ ଅଧିକ ସ୍ବଚ୍ଛତା ପରିପ୍ରକାଶ କ୍ଷେତ୍ରରେ ଏହାକୁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଭାବରେ ବିବେଚନା କରାଯାଉଛି। ୪ ସପ୍ତାହ ମଧ୍ୟରେ ଏହି ପାଣ୍ଠି ସୃଷ୍ଟି କରିବାକୁ ଆୟୋଗ ରାଜନୈତିକ ଦଳର ମୁଖ୍ୟମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନ ଆୟୋଗ ଏପରି ଏକ ସେଲ ତିଆରି କରିବାକୁ ରାଜନୈତିକ ଦଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଯାହା କୋର୍ଟଙ୍କର ନିର୍ଦ୍ଦେଶକୁ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ପଦକ୍ଷେପ ଗ୍ରହଣ କରିବ। କେବଳ ଏତିକି ନୁହେଁ, ଏପରି ଏକ ମୋବାଇଲ ଆପ ବିକଶିତ କରିବାକୁ ସୁପ୍ରିମକୋର୍ଟ ନିର୍ବାଚନ ଆୟୋଗଙ୍କୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ଯାହା ମାଧ୍ୟମରେ ପ୍ରାର୍ଥୀଙ୍କ ଅପରାଧିକ ଇତିହାସ ବିଷୟରେ ସୂଚନା ମିଳିପାରିବ। ଜଷ୍ଟିସ ଆର.ଏଫ. ନରିମାନ ଏବଂ ଜଷ୍ଟିସ ବି.ଆର ଗାଓ୍ବାଇଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ବଳାତ୍କାର ଅଭିଯୋଗକୁ ନେଇ ତାତିଲେ ଛାତ୍ରୀଛାତ୍ର, କ୍ୟାମ୍ପସ୍‌ରେ ଭଙ୍ଗାରୁଜା

ଫଗଓ୍ବାରା,୨୭ା୯: ପଞ୍ଜାବର ଫଗଓ୍ବାରାସ୍ଥିତ ଲଭ୍‌ଲି ପ୍ରଫେସନାଲ ୟୁନିଭର୍ସିଟି (ଏଲ୍‌ପିୟୁ)ର ଜଣେ ଛାତ୍ରୀଙ୍କୁ କ୍ୟାମ୍ପସ୍‌ ଭିତରେ ଜଣେ ବାହାର ଲୋକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଏହାକୁ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?