ଆସନ୍ତା ୧୬ରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌: ୧୪ ସୁଦ୍ଧା ଅଞ୍ଚଳ ଛାଡ଼ିବେ ନେତା-କର୍ମୀ

ଭୁବନେଶ୍ୱର,୧୨।୨(ବ୍ୟୁରୋ): ଆସନ୍ତା ୧୬ରେ ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ। ଏହିଦିନ ୨୦୨ ଜିଲା ପରିଷଦ ଜୋନର ୧୬୬୯ ପଞ୍ଚାୟତରେ ନିର୍ବାଚନ ହେବ । ଏଥିଲାଗି ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ଥିବା ବେଳେ ଅଞ୍ଚଳଗୁଡ଼ିକରେ ପ୍ରଚାର କରୁଥିବା ବାହାରର ନେତା ଏବଂ କର୍ମୀଙ୍କୁ ୧୪ ତାରିଖ ସନ୍ଧ୍ୟା ସୁଦ୍ଧା ସେଠାରୁ ଆସିବା ସୁନିଶ୍ଚିତ କରିବା ଲାଗି ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ଶନିବାର ଏନେଇ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ ଜିଲ୍ଲାପାଳମାନଙ୍କ ସହ ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି ଓ ପୌର ନିର୍ବାଚନ ପାଇଁ ଭୋଟର ତାଲିକା ପ୍ରସ୍ତୁତି କାର୍ଯ୍ୟର ଅଗ୍ରଗତିର ମଧ୍ୟ ସମୀକ୍ଷା କରିଥିଲେ। ବୈଠକ ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ସେ କହିଛନ୍ତି, ୧୬ରେ ନିର୍ବାଚନ ହେବାକୁ ଥିବା ଅଞ୍ଚଳରେ ୧୪ତାରିଖ ସା ପରେ ପ୍ରଚାରରେ ନିୟୋଜିତ ଥିବା କୌଣସି ବାହାର ଲୋକ ଅବା ରାଜନୀତିକ କର୍ମୀ-ନେତାମାନଙ୍କୁ ରହିବା ପାଇଁ ଅନୁମତି ମିଳିବ ନାହିଁ । ବାହାରର ସମସ୍ତ ନେତା-କର୍ମୀଙ୍କୁ ଫେବୃୟାରୀ ୧୪ତାରିଖ ସା ସୁଦ୍ଧା ସେସବୁ ସ୍ଥାନ ଛାଡ଼ିବାକୁ ପଡ଼ିବ ।
୧୬ତାରିଖରେ ମୋଟ ୬୭ଲକ୍ଷ ୫୧ହଜାର ୬୮ଜଣ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ । କମିଶନଙ୍କ ଦ୍ୱାରା ଚିହ୍ନଟ ହୋଇଥିବା ସମ୍ବେଦନଶୀଳ ବୁଥରେ ଅତିରିକ୍ତ ପୋଲିସ ମୁତୟନ କରାଯିବ। ସମସ୍ତ ସମ୍ବେଦନଶୀଳ ବୁଥ୍‌ରେ ମତଦାନର ଭିଡିଓ ରେକର୍ଡିଂ କରାଯିବା ସହ ଷ୍ଟ୍ରଙ୍ଗରୁମରେ ସିସିଟିଭି କ୍ୟାମେରା ଲଗାଯିବ । ଭୋଟଗଣତିର ରେକର୍ଡିଂ ମଧ୍ୟ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ପାଟପୁର ଥାନା ପକ୍ଷରୁ ନିଆରା ପ୍ରୟାସ, ନିଶା ଦ୍ରବ୍ୟ ସେବନ ବିରୋଧରେ ନେଲେ ଶପଥ 

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଆମ ପୋଲିସ ସମିତି ପକ୍ଷରୁ ବୁଧବାର ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୁଲ୍ୟରେ ସଚେତନତା ସଭା…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri