ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି, ଘରକୁ ଫେରିବା ପାଇଁ କରାଯାଉଛି ଟିକେଟ ବ୍ୟବସ୍ଥା

କେନ୍ଦ୍ରାପଡ଼ା,୨୬ା୫ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ସାଧାରଣ ନିର୍ବାଚନ ପାଇଁ ଜୁନ ୧ରେ ମତଦାନ ହେବ। ଏଥିପାଇଁ ରାଜନୀତି ସରଗରମ ହୋଇଥିବା ବେଳେ ପ୍ରାର୍ଥୀଙ୍କର ଭୋଟରଙ୍କୁ ଖୋଜା ବଢ଼ିଯାଇଛି। ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଏବେ ପ୍ରାର୍ଥୀଙ୍କ ଆଖି ପଡିଛି। ଏଥିପାଇଁ ପରିବାର ଓ ଦଳୀୟ କର୍ମୀଙ୍କ ସହାୟତାରେ ପ୍ରବାସୀ ଶ୍ରମିକଙ୍କର ଘରକୁ ଫେରିବା ପାଇଁ ଟିକେଟ ବ୍ୟବସ୍ଥା ହେଉଛି। ଏକ ବେସରକାରୀ ସଂସ୍ଥାର ଆକଳନ ଅନୁଯାୟୀ ଆଳି, ରାଜନଗର, ମହାକାଳପଡ଼ା ବିଧାନସଭା କ୍ଷେତ୍ରର ପ୍ରାୟ ୪୬ ପ୍ରତିଶତ ଯୁବତୀଯୁବକ କର୍ମ ଅନ୍ବେଷଣରେ ଜିଲା ବାହାରେ ରହୁଛନ୍ତି। ଚଳିତ ନିର୍ବାଚନରେ ପ୍ରାର୍ଥୀଙ୍କ ମଧ୍ୟରେ ମୁକାବିଲା ଅଧିକ ଥିବାରୁ ସୀମିତ ଭୋଟ ଫଳ ପ୍ରାର୍ଥୀଙ୍କୁ ବିଜୟ ଦେବ। ଏଥିପାଇଁ ଜିଲାର ପ୍ରବାସୀ ଶ୍ରମିକଙ୍କ ଗୁରୁତ୍ୱ ଅଧିକ ହୋଇଛି। ଅପରପକ୍ଷରେ ଜିଲାର ଲୋକସମ୍ଭଳଙ୍କୁ ଜିଲାରେ କର୍ମନିଯୁକ୍ତି ମିଳି ପାରୁ ନ ଥିବାରୁ କ୍ଷୋଭ ପ୍ରକାଶ ପାଇଛି।

ଏ ସମ୍ପର୍କରେ ସାମାଜିକ କର୍ମୀ ସୁନୀଲ କୁମାର ସ୍ବାଇଁ କହିଛନ୍ତି, ଚଳିତ ସାଧାରଣ ନିର୍ବାଚନ ରାଜ୍ୟର ପ୍ରମୁଖ ୩ ରାଜନୈତିକ ଦଳ ପାଇଁ ଗୁରୁତ୍ୱପୂର୍ଣ୍ଣ। ରାଜ୍ୟ ସରକାର ଗଠନ ନେଇ ଭାଜପା ଉଦ୍ୟମକୁ ଜୋରଦାର କରିଛି। ସେହିପରି କେନ୍ଦ୍ରାପଡ଼ା ଜିଲା ଶାସକ ଦଳର ଗଡ଼ ଭାବେ ପରିଚିତି ପାଇଥିବାରୁ ବିଜେଡି ପାଇଁ ସମ୍ମାନର ପ୍ରଶ୍ନ ହୋଇଛି। ଜିଲାର ୫୭ ହଜାରରୁ ଅଧିକ ଯୁବବର୍ଗ ଜିଲା କର୍ମ ନିୟୋଜନ ସଂସ୍ଥାରେ ନାମ ପଞ୍ଜୀକରଣ କରି ନିଯୁକ୍ତି ଅପେକ୍ଷାରେ ଅଛନ୍ତି। ସେହିପରି ପ୍ରାୟ ୩ ଲକ୍ଷ ଶ୍ରମିକ କର୍ମନିଯୁକ୍ତି ପାଇଁ ଜିଲା ବାହାରେ ଅଛନ୍ତି। ମତଦାନ ପାଇଁ ଘରକୁ ଫେରିବାକୁ ପ୍ରାର୍ଥୀମାନେ ଏବେ ଟିକେଟ ବ୍ୟବସ୍ଥା କରୁଛନ୍ତି। ବୁଦ୍ଧିଜୀବୀ ସନ୍ତୋଷ କୁମାର ପଣ୍ଡା କହିଛନ୍ତି, ପ୍ରତ୍ୟେକ ରାଜନୈତିକ ଦଳ ଏବେ ଶ୍ରମିକଙ୍କ ଦୁଃଖ ପାଇଁ ସମବେଦନା ଜଣାଉଥିବା ବେଳେ ଜିଲାରେ କର୍ମନିଯୁକ୍ତି ଏକ ବଡ ସମସ୍ୟା ହୋଇଛି। ଜିଲାର ଅର୍ଥନୀତି କୃଷିଭିତ୍ତିକ। ତେବେ କ୍ଷେତକୁ ଜଳ ପରିଚାଳନା, ଶୀତଳଭଣ୍ଡାର, ତାଲିମ ବ୍ୟବସ୍ଥା, ଅର୍ଥକରୀ ଫସଲ ପାଇଁ ଭିତ୍ତିଭୂମି ଆଦି ନିମନ୍ତେ କୌଣସି ଯୋଜନା ନାହିଁ। ପ୍ରତି ନିର୍ବାଚନ ସମୟରେ ଶିଳ୍ପ ପ୍ରତିଷ୍ଠା, ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ର ପ୍ରତିଷ୍ଠା, ଯୁବବର୍ଗଙ୍କୁ ଶିଳ୍ପୋଦ୍ୟୋଗୀ ପାଇଁ ବ୍ୟବସ୍ଥା ପାଇଁ ପ୍ରତିଶ୍ରୁତି ମିଳୁଥିଲେ ମଧ୍ୟ କାର୍ଯ୍ୟକାରୀ ହେଉନାହିଁ। ଏପରିକି ସବୁ ଗ୍ରାମକୁ ରାସ୍ତା ନ ଥିବାରୁ ମୌଳିକ ସମସ୍ୟାର ସମାଧାନ ହୋଇପାରୁନାହିଁ। ଜିଲାର ବଡ଼ ସଂଖ୍ୟକ ଯୁବବର୍ଗ କର୍ମନିଯୁକ୍ତି ପାଇଁ ଜିଲା ବାହାରକୁ ଯାଉଥିବାରୁ ସେ କ୍ଷୋଭ ପ୍ରକାଶ କରିଛନ୍ତି। ବିଜେଡିର ଯୁବନେତା ରାଜେଶ କୁମାର ପଣ୍ଡା କହିଛନ୍ତି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶାସନ କାଳରେ କର୍ମନିଯୁକ୍ତିକୁ ଗୁରୁତ୍ୱ ଦେଇଛନ୍ତି। ଚାଷୀଙ୍କ ପାଇଁ କାଳିଆ, ବଳରାମ ଯୋଜନାଠାରୁ ଆରମ୍ଭ କରି ମହିଳା ସଶକ୍ତୀକରଣ ପାଇଁ ନାମକୁମାତ୍ର ସୁଧରେ ଅନୁଦାନ ଯୋଗାଇ ଦିଆଯାଉଛି। କୃଷି କ୍ଷେତ୍ର ପରି ଯୁବ ଶିଳ୍ପୋଦ୍ୟୋଗୀଙ୍କ ପାଇଁ ସିଙ୍ଗଲ ୱିଣ୍ଡୋ ବ୍ୟବସ୍ଥାରେ ଋଣଠାରୁ ଆରମ୍ଭ କରି କ୍ଷୁଦ୍ରଶିଳ୍ପ ପ୍ରତିଷ୍ଠା ପାଇଁ ପ୍ରୋତ୍ସାହିତ କରାଯାଉଛି। ଏହା ବ୍ୟତୀତ ଏହି ଶିଳ୍ପବିହୀନ ଜିଲାରେ ବୃହତ୍‌ ଶିଳ୍ପ ପ୍ରତିଷ୍ଠା ପାଇଁ ଆର୍ସେଲର ମିତ୍ତଲ ସହିତ ଏମ୍‌ଓୟୁ ହୋଇଛି। ସେହିପରି ପଟ୍ଟାମୁଣ୍ଡାଇ ପାଣିପାଇପ ମରାମତି ତାଲିମ କେନ୍ଦ୍ର ସହିତ ଯୁବବର୍ଗଙ୍କ ଦକ୍ଷତା ବୃଦ୍ଧି ପାଇଁ ତାଲିମ କେନ୍ଦ୍ର ନିର୍ମାଣ, କର୍ମନିଯୁକ୍ତି ମେଳା ଆଦି ଆୟୋଜିତ ହେଉଛି। ଭାଜପାର ଯୁବନେତା ନେହେରୁ କୁମାର ସାହୁ କହିଛନ୍ତି, କେନ୍ଦ୍ର ସରକାରଙ୍କ କୃଷି ଓ ଶିଳ୍ପ ନୀତି ଅତ୍ୟନ୍ତ ସ୍ପଷ୍ଟ। ଏଥିରେ ଥିବା ଯୋଜନା କାର୍ଯ୍ୟକାରୀ ହେଲେ କୌଣସି ଶ୍ରମିକ ଜିଲା ବାହାରକୁ ଯିବାର ଆବଶ୍ୟକତା ନାହିଁ। କେନ୍ଦ୍ରାପଡ଼ା ଜିଲାରେ କେନ୍ଦ୍ରୀୟ ଯୋଜନାକୁ ହଡପ କରାଯାଉଥିବା ତୃଣମୂଳସ୍ତରର ଶ୍ରମିକ ବୁଝିଥିବା ସେ ପ୍ରକାଶ କରିଛନ୍ତି। କଂଗ୍ରେସର ଯୁବନେତା ଅବଦୁଲ ସତାର କହିଛନ୍ତି, ଶ୍ରମିକଙ୍କ କଲ୍ୟାଣ ପାଇଁ କଂଗ୍ରେସ ସର୍ବଦା ଚିନ୍ତା କରିଛି। ଓଡ଼ିଶାର ଜାନକୀ ପଟ୍ଟନାୟକଙ୍କ ସମୟରେ ହଜାରେ ଦିନରେ ହଜାର ଶିଳ୍ପ ପ୍ରତିଷ୍ଠାଠାରୁ ଆରମ୍ଭ କରି ଉପା ସରକାର ସମୟରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପ୍ରଣୟନ ଶ୍ରମିକଙ୍କ ଆଶ୍ୱସ୍ତି ଆଣିଥିଲା। ତେବେ ଚଳିତ ସରକାରଙ୍କ ଅମଳରେ ଏହା ବାଟବଣା ହୋଇଛି। ଦାଦନ ସମସ୍ୟାର ମୂଳ କାରଣ ଖୋଜି ଏହାର ନିରାକରଣ କେବଳ କଂଗ୍ରେସ ଦ୍ୱାରା ସମ୍ଭବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ

ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା…

ନନ୍ଦପୁର ବଜାରରେ ସିଓଟିପିଏ ଏନଫୋର୍ସମେଣ୍ଟ ଟିମ୍‌ :ଗୁଟଖା,ଫୁଡ ଲାଇସେନ୍ସ ଯାଞ୍ଚ

ନନ୍ଦପୁର,୨୩।୩: କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ସୋମବାର ସିଓଟିପିଏ ଏନଫୋର୍ସମେଣ୍ଟ ଟିମ ପହଞ୍ଚି ନନ୍ଦପୁର ବଜାରର ଏକାଧିକ ଦୋକାନରେ ଗୁଟଖା ବିକ୍ରି, ଫୁଡ ଲାଇସେନ୍ସ,…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri