Posted inଜାତୀୟ

ନେତାଙ୍କ ‘ରାକ୍ଷୀ’ ଚର୍ଚ୍ଚା

ଲକ୍ଷ୍ନୌ, ୨୧ା୯: ରାଜନେତାଙ୍କ ମୁହଁରେ ବଲିଉଡ୍‌ ଅଭିନେତ୍ରୀ ରାକ୍ଷୀ ସାଓ୍ବନ୍ତଙ୍କ ନାଁକୁ ନେଇ ଚର୍ଚ୍ଚା ଲାଗି ରହିଛି। ଆମ୍‌ ଆଦ୍‌ମୀ ପାର୍ଟି ନେତା ରାଘବ ଚଢ଼ାଙ୍କ ପରେ ଉତ୍ତରପ୍ରଦେଶ ବାଚସ୍ପତି ହୃଦୟ ନାରାୟଣ ଦୀକ୍ଷିତ୍‌ ମହାତ୍ମା ଗାନ୍ଧୀ ଓ ରାକ୍ଷୀ ସାଓ୍ବନ୍ତଙ୍କ କପଡ଼ା ଉପରେ ବିବାଦୀୟ ମନ୍ତବ୍ୟ ରଖିଛନ୍ତି। ୟୁପିର ଉନ୍ନାଓଠାରେ ଶନିବାର ଭାଜପା ପ୍ରବୁଦ୍ଧ ସମ୍ମିଳନୀରେ ଦୀକ୍ଷିତଙ୍କ କମେଣ୍ଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।
ଦୀକ୍ଷିତ କହିଛନ୍ତି, ଗାନ୍ଧିଜୀ କମ୍‌ କପଡ଼ା ପିନ୍ଧୁଥିଲେ, ଧୋତି ପରିଧାନ କରୁଥିଲେ। ଗାନ୍ଧିଜୀଙ୍କୁ ବାପୁ କୁହାଗଲା। ଯଦି ସେହି କ୍ରମରେ କେହି ପୋଷାକ ଖୋଲିଦେଲେ ମହାନ୍‌ ହୋଇଯାଇଥା’ନ୍ତେ ତେବେ ରାକ୍ଷୀ ସାଓ୍ବନ୍ତ ଗାନ୍ଧୀଙ୍କ ଠାରୁ ବି ବଡ଼ ହୋଇଥା’ନ୍ତେ। ଏଭଳି ମନ୍ତବ୍ୟକୁ ନେଇ ବିବାଦ ଦେଖାଯାଇଥିବାବେଳେ ଏହା ଉପରେ ସେ ସଫେଇ ଦେଇଛନ୍ତି। ଦୀକ୍ଷିତ କହିଛନ୍ତି, ସେ କାହାରି ତୁଳନା କରିନାହାନ୍ତି କିମ୍ବା ତାଙ୍କ କଥାର ପଛରେ କୌଣସି ମନ୍ଦ ଉଦ୍ଦେଶ୍ୟ ନାହିଁ। ସଭାରେ ତାଙ୍କୁ ବିଦ୍ୱାନ ଓ ମହାନ ଆଖ୍ୟା ଦିଆଯିବାରୁ ସେ ଏପରି କହିଥିଲେ। କେବଳ ଲେଖାପଢ଼ା ଜାଣିଦେଲେ କେହି ମହାନ୍‌ ହୋଇ ନ ଥାନ୍ତି। ସେଥିପାଇଁ ଅନ୍ୟ ଗୁଣ ମଧ୍ୟ ଆବଶ୍ୟକ ବୋଲି କହି ଗାନ୍ଧିଜୀଙ୍କ ଉଦାହରଣ ଦେଇଥିଲେ ବୋଲି ଦୀକ୍ଷିତ କହିଛନ୍ତି। ସୂଚନାଯୋଗ୍ୟ, ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂଙ୍କ ଇସ୍ତଫାକୁ ନେଇ କଂଗ୍ରେସ ନେତା ନବଜୋତ୍‌ ସିଦ୍ଧୁଙ୍କୁ ଦଳର ରାକ୍ଷୀ ସାଓ୍ବନ୍ତ ବୋଲି କହି ଏଏପି ନେତା ରାଘବ ଚଢ଼ା ସମାଲୋଚନା କରିଥିଲେ। ରାଘବ ତାଙ୍କ ନାଁରୁ ଦୂରେଇ ରୁହନ୍ତୁ ବୋଲି ରାକ୍ଷୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri