କଂଗ୍ରେସ ଛାଡ଼ିଥିବା ନେତାଙ୍କୁ ଫେରାଇ ଅଣାଯିବ: ଅଜୟ କୁମାର

ଭୁବନେଶ୍ୱର,୭।୧(ଅନିଲ ଦାସ): ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ନବନିଯୁକ୍ତ ପ୍ରଭାରୀ ଅଜୟ କୁମାର ଦାୟିତ୍ୱ ନେବା ପରେ ପ୍ରଥମ ଥର ପାଇଁ ଶନିବାର ଭୁବନେଶ୍ୱର ଆସିଛନ୍ତି। କଂଗ୍ରେସ କାର୍ଯ୍ୟାଳୟଠାରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପ୍ରଦେଶ କଂଗ୍ରେସ କାର୍ଯ୍ୟକାରୀ କମିଟି ଓ କର୍ମକର୍ତ୍ତାର ବୈଠକରେ ଯୋଗଦେଇ ଅଜୟ କହିଛନ୍ତି, ୨୦୨୪ ସାଧାରଣ ନିର୍ବାଚନରେ କଂଗ୍ରେସ ବିଜୟର ଯଥେଷ୍ଟ ସମ୍ଭାବନା ରହିଛି। ଓଡ଼ିଶାରେ କଂଗ୍ରେସ ଆଜି ଯେଉଁ ସ୍ଥିତିରେ ଅଛି ତେଲଙ୍ଗାନାରେ ମଧ୍ୟ ସମାନ ସ୍ଥିତିରେ ଥିଲା। କଂଗ୍ରେସ କର୍ମୀ ଓ ନେତୃବର୍ଗ ସଂକଳ୍ପ ନେଇ ସେଠାରେ ଯଦି କଂଗ୍ରେସକୁ ପୁନଃକ୍ଷମତାସୀନ କରିପାରିଲେ ଓଡ଼ିଶାରେ ତାହା ନିଶ୍ଚୟ ହୋଇପାରିବ। ସେ ଦଳୀୟ ଶୃଙ୍ଖଳାକୁ ଅଧିକ ଗୁରୁତ୍ୱ ଦେଇଛନ୍ତି। ତେଲଙ୍ଗାନା ନିର୍ବାଚନୀ ସଫଳତାରେ ସାମାଜିକ ଗଣମାଧ୍ୟମର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା। ଓଡ଼ିଶା କଂଗ୍ରେସରେ ସାମାଜିକ ଗଣମାଧ୍ୟମକୁ ଅଧିକ କ୍ରିୟାଶୀଳ କରିବାକୁ ସେ ପରାମର୍ଶ ଦେଇଛନ୍ତି। କଂଗ୍ରେସ ପକ୍ଷରୁ ‘ଦେଶ ପାଇଁ ଦାନ’ ଅଭିଯାନରେ ବ୍ୟାପକ ଭାବରେ ଲୋକମାନଙ୍କୁ ସାମିଲ କରିବା ପାଇଁ ସେ କହିଛନ୍ତି। ଯେଉଁମାନେ କଂଗ୍ରେସ ଛାଡ଼ି ଯାଇଛନ୍ତି ସେମାନେ ଫେରିଆସିବା ପାଇଁ ଅଜୟ କୁମାର ଆହ୍ବାନ ଦେଇଛନ୍ତି। ଓଡ଼ିଶା ଓଡ଼ିଆମାନଙ୍କ ପାଇଁ। ଏହି ପ୍ରସଙ୍ଗରେ କୌଣସି ପ୍ରକାର ବ୍ୟତିକ୍ରମକୁ ବରଦାସ୍ତ କରାଯିବା ଉଚିତ ନୁହେଁ। ଆଗାମୀ ଦିନରେ ଅଜୟଙ୍କ ଦିଗ୍‌ଦର୍ଶନରେ ଏହି ୨୪ ବର୍ଷର ଭ୍ରଷ୍ଟାଚାରୀ ବିଜେଡି ସରକାରକୁ ହଟାଇବାକୁ ସମସ୍ତେ ଆଗେଇ ଆସିବାକୁ ପିସିସି ସଭାପତି ଆହ୍ବାନ ଦେଇଛନ୍ତି। ଶେଷରେ ପିସିସି ଗଣମାଧ୍ୟମ ବିଭାଗ ଅଧ୍ୟକ୍ଷ ଗଣେଶ୍ୱର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।

ବୈଠକରେ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ବିଜୟ ପଟ୍ଟନାୟକ, ରାମଚନ୍ଦ୍ର ଖୁଣ୍ଟିଆ, ସପ୍ତଗିରି ଉଲ୍ଲାକା, ଶରତ ରାଉତ, ସୁଶ୍ରୀ ସୁଶୀଳା ତିରିଆ,ତାରାପ୍ରସାଦ ବାହିନୀପତି, ସନ୍ତୋଷ ସିଂ ସାଲୁଜା, ରମେଶ ଜେନା, ଡ. ଦେବାଶିଷ ପଟ୍ଟନାୟକ, ଦାଶରଥି ଗମାଙ୍ଗୋ, ଅଧିରାଜ ପାଣିଗ୍ରାହୀ, କିଶୋର ପଟେଲ, ଅନନ୍ତ ପ୍ରସାଦ ସେଠୀ, ରାଜନ ଏକ୍କା, ସୁରେନ୍ଦ୍ର ସିଂ ଭୋଇ, ବିଶ୍ୱ ରଞ୍ଜନ ମହାନ୍ତି, ବିଜୟଲକ୍ଷ୍ମୀ ସାହୁ, ଭୁଜବଳ ମାଝିଙ୍କ ସମେତ ବହୁ ନେତା ଯୋଗ ଦେଇଥିଲେ।
ବୈଠକ ପୂର୍ବରୁ ଅଜୟ କୁମାରଙ୍କୁ ଭୁବନେଶ୍ୱର ବିମାନବନ୍ଦରରେ ରାଜ୍ୟ କଂଗ୍ରେସ ପକ୍ଷରୁ ବିପୁଳ ସମ୍ବର୍ଦ୍ଧନା ଦିଆଯାଇଥିଲା। ପିସିସି ସଭାପତି, ଖୋର୍ଦ୍ଧା ଜିଲା କଂଗ୍ରେସ କମିଟି ପକ୍ଷରୁ ସଭାପତି ସୁରେଶ କୁମାର ରାଉତରାୟଙ୍କ ନେତୃତ୍ୱରେ ବାଦ୍ୟ, ନୃତ୍ୟ ମାଧ୍ୟମରେ ତାଙ୍କୁ ସ୍ବାଗତ କରାଯାଇଥିଲା। କଟକ ଜିଲା କଂଗ୍ରେସ ସଭାପତି ମାନସ ଚୌଧୁରୀଙ୍କ ସଂଯୋଜନାରେ ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜ ଓ ପ୍ରଦେଶ ଯୁବ କଂଗ୍ରେସ ସଭାପତି ରଣଜିତ ପାତ୍ରଙ୍କ ନେତୃତ୍ୱରେ ଏକ ବିଶାଳ ଶୋଭାଯାତ୍ରାରେ ବିମାନବନ୍ଦରଠାରୁ ଅଜୟ କୁମାରଙ୍କୁ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ପର୍ଯ୍ୟନ୍ତ ନିଆଯାଇଥିଲା। ଭୁବନେଶ୍ୱର ଜିଲା କଂଗ୍ରେସ ପକ୍ଷରୁ ସଭାପତି ବିଶ୍ୱଜିତ ଦାଶ ଓ ପ୍ରଦେଶ ମହିଳା କଂଗ୍ରେସ ସଭାନେତ୍ରୀ ବନ୍ଦିତା ପରିଡ଼ାଙ୍କ ନେତୃତ୍ୱରେ ଶିଶୁଭବନ ଛକ, ରାଜମହଲ ଛକଠାରେ ତାଙ୍କୁ ଉଚ୍ଛ୍ବସିତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ପରେ ସେବାଦଳ ପକ୍ଷରୁ ଅଧ୍ୟକ୍ଷ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର ଏବଂ ସେବାଦଳ କର୍ମୀମାନେ ଅଜୟଙ୍କୁ ଗାର୍ଡ ଅଫ୍‌ ଅନର ପ୍ରଦାନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?