ବିଜେଡିରେ ଲିଡରସିପ୍‌ କ୍ରାଇସିସ: ଦଳ ଚଳାଉଥିବା ଡାଇରେକ୍ଟର ପାର୍ଟି ଛାଡ଼ି ପଳାଇବା ଯୋଜନାରେ କାହିଁକି ଏମିତି କହିଲେ କୃଷ୍ଣ

ଭୁବନେଶ୍ୱର,୫।୪: ବିଜେଡି କନ୍ଦଳକୁ ନେଇ ବଡ଼ ବୟାନ ଦେଲେ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର। ବିଜେଡି ଭବିଷ୍ୟତ ଏବେ ଅନ୍ଧାର ବୋଲି ସେ କହିଛନ୍ତି।
ମନ୍ତ୍ରୀ ଆହୁରି କହିଛନ୍ତି, ଦଳରେ ନେତୃତ୍ୱ ଅଭାବ ରହିଛି। ବିଜେଡିରେ ଲିଡରସିପ କ୍ରାଇସିସ ଚାଲିଛି। ଏପଟେ ନବୀଙ୍କ ଉପରେ କାହାର ଭରସା ନାହିଁ ବୋଲି ମଧ୍ୟ ଯୋଗାଣମନ୍ତ୍ରୀ କହିଛନ୍ତି। ଦଳକୁ ପଛରେ ରହି ଚଲାଉଥିବା ଡାଇରେକ୍ଟର ପାର୍ଟି ଛାଡ଼ି ପଳାଇବା ଯୋଜନାରେ ବୋଲି ସେ କହିଛନ୍ତି। ଓଡ଼ିଶାକୁ ଲୁଟ କରି ପଳାଇବେ, ଏହା ସମ୍ଭବ ନୁହେଁ। ଆଜି ଆକ୍ସନ ନିଆଯାଇନି, କାଲି ଆକ୍ସନ ନିଆଯିବ।

ବିଜେଡିରେ ଓ୍ବକଫ ବିଲକୁ ନେଇ ଅସ୍ପଷ୍ଟ ନୀତି ଦଳ ଭିତରେ ଅସ୍ଥିରତା ସୃଷ୍ଟି କରିଛି। ଏହି ବିଲ ଶୁକ୍ରବାର ସକାଳେ ରାଜ୍ୟ ସଭାରେ ପାରିତ ହୋଇଥିବା ସମୟରେ ଦଳୀୟ ଏମପିଙ୍କ ମଧ୍ୟରେ ମତଭେଦ ଦେଖାଦେଇଛି। କୁହାଯାଉଛି ଯେ, ଦଳର ସଭାପତି ନବୀନ ପଟ୍ଟନାୟକ ସବୁ ଏମପିଙ୍କୁ ବିଲ ବିରୋଧରେ ଭୋଟ ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ହେଲେ ଶେଷ ମୂହୁର୍ତ୍ତରେ ପରିସ୍ଥିତି ଅଲଗା ଦେଖିବାକୁ ମିଳିଥିଲା।
ଫଳରେ, ରାଜ୍ୟ ସଭାରେ ବିଜେଡି ଏମପି ସସ୍ମିତ ପାତ୍ର ବିଲ୍କୁ ସମର୍ଥନରେ ଭୋଟ ଦେଇଥିବା ବେଳେ ମୁଜିବୁଲ୍ଲା ଖାନ ଏହାର ବିରୋଧ କରିଥିଲେ। ସେହିପରି ଦେବାଶିଷ ସାମନ୍ତରାୟ ଭୋଟ ନେଇ ନାହାନ୍ତି। ଅନ୍ୟ ୪ ଏମପିଙ୍କ ଭୋଟ ସ୍ଥିତି ଏପର୍ଯ୍ୟନ୍ତ ଅଜଣା ରହିଛି।

ଏହା ଭିତରେ ବଦ୍ରି ଅସନ୍ତୋସ ଝାଡ଼ି କହିଛନ୍ତି, ସସ୍ମିତ ପାତ୍ର ଏତେ ବଡ଼ ସାହସ କଲେ କେମିତି? । ଦଳ ସମଦୂରତା ନୀତି ରଖି ଚାଲୁଥିଲା, ନିଷ୍ପତ୍ତି ଅନୁରୂପ ହେଲାନି, କିଏ ଗୋଟେ ଖେଳ କଲା। କେଉଁଠି ଖେଳ ହୋଇଛି ତାହା ଜାଣିବା ଆବଶ୍ୟକ। ତଦନ୍ତରେ ଜଣାପଡ଼ିବ କାହା ନିର୍ଦେଶରେ ଏଭଳି ହେଲା।ଦଳ ଏବେ ବିଶ୍ବାସ ସଙ୍କଟରେ ବୋଲି ବଦ୍ରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋଟଗଡ଼ରେ ବାଘ ଆତଙ୍କ: ଲଗାଗଲା ସ୍ବତନ୍ତ୍ର କ୍ୟାମେରା, ଗର୍ଜନରେ ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା, ୧୮।୩ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ ବାଘର ଗର୍ଜନକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି।…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ବ୍ରାହ୍ମଣୀଗାଁରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର; ଯୋଗଦେଲେ ୨୫୦ଜଣ, ଚି଼ହ୍ନଟ ହେଲେ ୧୮୫

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୧୮।୩(ଅରୁଣ ସାହୁ/ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୨୦୨୫/୨୬ଆର୍ଥିକ ବର୍ଷର ଦ୍ଵିତୀୟ ପର୍ଯ୍ୟାୟ ଭୀମଭୋଇ…

ଲିଭ୍‌ ଇନ୍‌ରେ ରହି ଯୁବତୀଙ୍କୁ କରି ଆସୁଥିଲେ ବଳାତ୍କାର, କୌଶଳ କ୍ରମେ ହୋଇଯାଇଥିଲେ ଫେରାର, ଅଭିଯୁକ୍ତଙ୍କୁ ବାନ୍ଧିି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ବିବାହର ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପାଟପୁର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri