ଅଗ୍ରଣୀ ପ୍ରଯୁକ୍ତିବିଦ୍ୟା କେନ୍ଦ୍ର ଓଡ଼ିଶା : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୫(ବ୍ୟୁରୋ): ଓଡ଼ିଶା ସୂଚନା ଓ ପ୍ରଯୁକ୍ତିବିଦ୍ୟା ବିଭାଗ ଏବଂ ଦି ଇକୋନୋମିକ୍‌ ଟାଇମ୍ସର ମିଳିତ ଆନୁକୂଲ୍ୟରେ ‘ଟ୍ରାନ୍ସଫର୍ମିଂ ଓଡ଼ିଶା କନ୍‌କ୍ଲେଭ’ର ଦ୍ୱିତୀୟ ସଂସ୍କରଣ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଆଭାସି ଜରିଆରେ ଏହି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବା ସହିତ ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗତ ଦଶନ୍ଧି ମଧ୍ୟରେ ଓଡ଼ିଶା ଭାରତର ଏକ ଅଗ୍ରଣୀ ଅଭିନବ କେନ୍ଦ୍ର ଏବଂ ପ୍ରଯୁକ୍ତିବିଦ୍ୟା କେନ୍ଦ୍ର ଭାବେ ଉଭା ହୋଇଛି। ଇନ୍‌ଫୋସିସ୍‌, ଟିସିଏସ୍‌, ଟେକ୍‌ ମହିନ୍ଦ୍ରା ଭଳି ବଡ଼ ବଡ଼ ଆଇଟି କମ୍ପାନୀ ରାଜ୍ୟରୁ ସଫ୍ଟୱେର ରପ୍ତାନିରେ ଯୋଗଦାନ କରୁଥିବାରୁ ଦୀର୍ଘବର୍ଷ ଧରି ସେମାନେ କ୍ରମାଗତ ଅଭିବୃଦ୍ଧି କରୁଛନ୍ତି।
ଗତ କିଛିବର୍ଷ ମଧ୍ୟରେ ଅନେକ ଘରୋଇ ଆଇଟି କମ୍ପାନୀ ବ୍ୟବସାୟିକ ପରିପକ୍ବତା, ବଜାର ଅଧିଗ୍ରହଣ ଏବଂ ଗୁଣାତ୍ମକମାନ ଦୃଷ୍ଟିରୁ ମୂଲ୍ୟ ଶୃଙ୍ଖଳାରେ ଉନ୍ନତି ଆଣିଛନ୍ତି। ଏହା ରାଜ୍ୟର ଆଇଟି କ୍ଷେତ୍ରର ରୂପାନ୍ତରଣର ଏକ ସ୍ପଷ୍ଟ ସଙ୍କେତ। ସୂଚନା ପ୍ରଯୁକ୍ତିବିଦ୍ୟା ପାଇଁ ଆମର ପ୍ରଗତିଶୀଳ ନୀତି ଢାଞ୍ଚା ଅନେକ ଆଗଧାଡ଼ିର ଆଇଟି ଏବଂ ଆଇବିଏମ୍‌, ଡେଲୋଇଟ୍‌ ଏବଂ କନ୍‌ସେଣ୍ଟ୍ରିକ୍ସ ଭଳି ବହୁରାଷ୍ଟ୍ରୀୟ କମ୍ପାନୀଗୁଡ଼ିକୁ ରାଜ୍ୟକୁ ଆକୃଷ୍ଟ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଛି। ରାଜ୍ୟର ଯୁବତୀଯୁବକଙ୍କ ପାଇଁ ରୋଜଗାର ସୁଯୋଗ ସୃଷ୍ଟି କରିବା ଉପରେ ମୋ ସରକାର ଗୁରୁତ୍ୱ ଦେଉଛି। ରାଜ୍ୟକୁ ୧୦.୫ ଲକ୍ଷ କୋଟିରୁ ଅଧିକ ପୁଞ୍ଜିନିବେଶ ଆକୃଷ୍ଟ କରିବା ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌ ୨୦୨୨ର ବଡ଼ ସଫଳତା। ବିଶ୍ବସ୍ତରୀୟ ଦକ୍ଷତା, ନୂଆ ଦକ୍ଷତା ଏବଂ ଉନ୍ନତ ଦକ୍ଷତା କାର୍ଯ୍ୟକ୍ରମ ମାଧ୍ୟମରେ ଆମେ ଆମର ପ୍ରତିଭା ସମ୍ବଳମାନକୁ ଗୁଣାତ୍ମକ ଏବଂ ସଂଖ୍ୟାତ୍ମକ ଭାବରେ ସୁଦୃଢ଼ କରୁଛୁ, ଯାହାଦ୍ୱାରା ଶିଳ୍ପକୁ ମାନବ ସମ୍ବଳ ନିଯୁକ୍ତି ପାଇଁ ଅଧିକ ଦୂରକୁ ଚାହିଁବାକୁ ପଡ଼ିବ ନାହିଁ।
ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତୁଷାରକାନ୍ତି ବେହେରା, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଉପଦେଷ୍ଟା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ ତ୍ରିପାଠୀ, ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା, ସୂଚନା ଓ ପ୍ରଯୁକ୍ତିବିଦ୍ୟା ବିଭାଗର ପ୍ରମୁଖ ସଚିବ ମନୋଜ କୁମାର ମିଶ୍ର, ସ୍ବତନ୍ତ୍ର ସଚିବ ମାନସ ରଞ୍ଜନ ପଣ୍ଡା, ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେଶନ ସେଣ୍ଟରର ସିଇଓ ମନୋଜ ପଟ୍ଟନାୟକ, ଦି ଇକୋନୋମିକ୍‌ ଟାଇମ୍ସର ସମ୍ପାଦକ ଅନୁପ ବର୍ମା ଏବଂ ଅନ୍ୟ ପଦାଧିକାରୀମାନେ ଉପସ୍ଥିତ ଥିଲେ। ଏହି ଅବସରରେ ସୂଚନା ଓ ପ୍ରଯୁକ୍ତିବିଦ୍ୟା ବିଭାଗ ଏବଂ ଇଣ୍ଡିଆ ଇଲେକ୍ଟ୍ରୋନିକ୍ସ ସେମିକଣ୍ଡକ୍ଟର ଆସୋସିଏସନ ମଧ୍ୟରେ ଏକ ବୁଝାମଣାପତ୍ର(ଏମ୍‌ଓୟୁ) ସ୍ବାକ୍ଷରିତ ହୋଇଛି। ଏହି ଅବସରରେ ୨୦ରୁ ଊଦ୍ଧର୍‌ବ ସୂଚନା ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ ପୁରସ୍କୃତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri