ପତ୍ରପୋଡା ରୋଗ: ଶତାଧିକ ଏକର ଧାନ ଫସଲ ନଷ୍ଟ ଆଶଙ୍କା

ବାଲିଆ,୯ା୧୧: ବିରିଡି ବ୍ଲକର ବଡଖଣ୍ଡାଏତା ପଞ୍ଚାୟତର ବାଇଟାଙ୍ଗୀ, ରାଇମୁହଁ, ବଡଖରଦା, ଗଉଡକିଆରି, ବଉରି ଜୋରି, ଚୌଧୁରିବାଟୀ ପ୍ରଭୃତି ପାଟ ଜମିରେ ପତ୍ରପୋଡା ରୋଗ ଦେଖାଦେଇଛି। ଫଳରେ ଶତାଧିକ ଏକର ଧାନ ଗଛ ସବୁ ନାଲି ପଡି ଗଲାଣି। ଏଥିଯୋଗୁ ଧାନ ଫସଲ ନଷ୍ଟ ହୋଇଯିବା ଚାଷୀମାନେ କହୁଛନ୍ତି। କିଟନାଶକ ପକାଇଲେ ମଧ୍ୟ ତାହାର କୌଣସି ସୁଫଳ ମିଳୁନାହିଁ। ଏଭଳି ଅଭିଯୋଗ ଚାଷୀ ସନାତନ ଖୁଣ୍ଟିଆ, ପ୍ରଦୀପ୍ତ ସାହୁ, ବେଣୁଧର ଖୁଣ୍ଟିଆ, ରବୀନ୍ଦ୍ର ମଥାନ, ନାରାୟଣ ପରିଡା, ସୁକାନ୍ତ ମଥାନ, ପ୍ରଶାନ୍ତ ସାହୁ, ପରମାନନ୍ଦ ବେହେରା, ଅଭୟ କୁମାର ସାହୁ ପ୍ରମୁଖ ଆଣିଛନ୍ତି। ଏଥିପ୍ରତି ସରକାରୀ ସ୍ତରରେ କୌଣସି ସାହାଯ୍ୟ ମିଳୁ ନ ଥିବାରୁ ବା ପତ୍ର ପୋଡା ରୋଗ ପାଇଁ କୃଷି ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନ ଥିବା ଅଭିଯୋଗ ହୋଇଛି। ଚାଷୀମାନେ ଚଳିତବର୍ଷ ସାରଳା, ଆରଜେଲ୍‌, ପ୍ରଧାନ ପ୍ରଭୃତି ଧାନ ବିହନ ଆଣି ଚାଷ କରିଥିଲେ। ଏହି ଧାନ ୧୪୫ ଦିନରେ ଥୋଡ ବାହାରିବା କଥା। ହେଲେ ୧୫୫ ଦିନରୁ ଊର୍ଦ୍ଧ୍ୱ ସମୟ ବିତି ଯାଇଥିଲେ ମଧ୍ୟ ଧାନ ଗଛରେ ଥୋଡ ବାହାରୁନାହିଁ। ଯାହାକୁ ନେଇ ଚାଷୀମାନଙ୍କ ମଧ୍ୟରେ ଉଦ୍‌ବେଗ ପ୍ରକାଶ ପାଇଛି। ଏକର ପିଛା ୨୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ କରି ଚାଷୀମାନେ ଧାନ ଚାଷ କରିଥିଲେ। ଏଥିଯୋଗୁ ଅମଳ କମିଯିବ ବୋଲି ଚାଷୀମାନେ ଆଶଙ୍କା ପ୍ରକାଶ କରିଛନ୍ତି। ତେବେ କୃଷି ବିଭାଗ ପକ୍ଷରୁ କ୍ଷେତ୍ର ପରିଦର୍ଶନ କରି ପତ୍ର ପୋଡା ଓ ଅନ୍ୟ ରୋଗ ଯୋଗୁ ନଷ୍ଟ ହୋଇଥିବା ଧାନ ଫସଲ ପାଇଁ ସରକାରୀ ସହାୟତା ଯୋଗାଇ ଦେବାକୁ ଚାଷୀମାନେ ଦାବି କରିଛନ୍ତି। ଏ ସମ୍ପର୍କରେ କୃଷି ବିଭାଗର କ୍ଷେତ୍ର ପରିଦର୍ଶକ ରୁଦ୍ରନାରାୟଣ ମହାନ୍ତିଙ୍କୁ ପଚାରିବାରେ ଏହି ରୋଗ ସବୁଆଡେ ବ୍ୟାପିଛି। ଏହାର ପ୍ରତିକାର ପାଇଁ ଯେଉଁ କିଟନାଶକ ଆବଶ୍ୟକ ତାହା ଚାଷୀମାନଙ୍କୁ କୁହାଯିବା ସହ ଟୋକନ ଦେଇଥିଲୁ। ସେମାନେ କିଟନାଶକ ଆଣି ଧାନ ଗଛରେ ସିଞ୍ଚନ କରିଥିଲେ। ହେଲେ ଔଷଧ କାମ କଲାନାହିଁ। ଯଦି ସରକାରୀ ସ୍ଥରରେ କୌଣସି ସୁବିଧା ଆସେ ବିଭାଗ ପକ୍ଷରୁ ଚାଷୀମାନଙ୍କୁ ଜଣାଇବୁ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri