ଷ୍ଟେଶନରେ ଅକ୍ସିଜେନ ଟ୍ୟାଙ୍କର ଲିକ୍‌

ରାୟଗଡ଼ା ଅଫିସ,୨୫।୫: ରାୟଗଡ଼ା ରେଳ ଷ୍ଟେଶନରେ ସୋମବାର ଏକ ଅକ୍ସିଜେନ ବୋଝେଇ ଟ୍ୟାଙ୍କର ଲିକ୍‌ ହୋଇଥିବାବେଳେ ଅଳ୍ପକେ ଏକ ବଡ଼ ଦୁର୍ଘଟଣା ଟଳିଯାଇଛି। ମାଲବାହୀ ଟ୍ରେନ୍‌ ଯୋଗେ ରାଉରକେଲାରୁ ୬ଟି ଅକ୍ସିଜେନ ବୋଝେଇ ଟ୍ୟାଙ୍କର ବେଙ୍ଗାଲୁରୁ ଯାଉଥିଲା। ସିଗ୍‌ନାଲ ନିମନ୍ତେ ରାୟଗଡ଼ା ଷ୍ଟେଶନରେ ଅଟକିଥିଲା। ତେବେ କୌଣସି କାରଣରୁ ଏଠାରେ ଗୋଟିଏ ଟ୍ୟାଙ୍କରରୁ ଅକ୍ସିଜେନ ଲିକ୍‌ ହୋଇଥିଲା। ଏହା ଜଣାପଡ଼ିବାପରେ ଘଟଣା ବିଷୟରେ ରାଉରକେଲାସ୍ଥିତ ମୁଖ୍ୟ କର୍ତ୍ତୃପକ୍ଷଙ୍କୁ ଅବଗତ କରାଯିବା ସହ ରେଲ୍‌ଓ୍ବେ କର୍ତ୍ତୃପକ୍ଷ ରାୟଗଡ଼ା ଅଗ୍ନିଶମ ବାହିନୀକୁ ଜଣାଇଥିଲେ। ଅଗ୍ନିଶମ ବାହିନୀ ଏବଂ ରେଲ୍‌ଓ୍ବେ ଟେକ୍ନିସିଆନ ପହଞ୍ଚି ଲିକ୍‌କୁ ଆୟତ୍ତ କରିଥିଲେ। ଏହାପରେ ଅକ୍ସିଜେନ ବୋଝେଇ ଟ୍ୟାଙ୍କରଗୁଡ଼ିକ ବିଶାଖାପାଟଣା ଅଭିମୁଖେ ଯାଇଛି। ଅନ୍ୟପକ୍ଷରେ ଠିକଣା ସମୟରେ ପଦକ୍ଷେପ ଯୋଗୁ ଏକ ବଡ଼ ଦୁର୍ଘଟଣା ଟଳିଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri