ରୋଷେଇ କଲା ବେଳେ ଫାଟିଲା ଗ୍ୟାସ ସିଲିଣ୍ଡର, ଗୁରୁତରଙ୍କୁ କଟକ ସ୍ଥାନାନ୍ତର

ବ୍ରହ୍ମପୁର , ୨୩।୧୨( ସୁବାସ ଚନ୍ଦ୍ର ପାଢ଼ୀ): ନିମଖଣ୍ଡି ଥାନା ଅନ୍ତର୍ଗତ ବୋରିଗାଁର ବଡ଼ ବନ୍ଧ ସାହିରେ ସୋମବାର ରାତିରେ ଗ୍ୟାସ ସିଲିଣ୍ଡର ଫାଟିଯାଇଛି । ଏଥିରେ ପ୍ରଫୁଲ୍ଲ ରାଉତ ନାମକ ଜଣେ ଗୁରୁତର ହୋଇଛନ୍ତି। ସେହିପରି ପଡୋଶୀ, ଚାରୋଟି ଘରର କାନ୍ଥ ଭାଙ୍ଗିଛି। ଗୁରୁତରଙ୍କୁ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ଅବସ୍ଥା ଗୁରୁତର ହେବାରୁ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି। ଅନ୍ୟପଟେ ଏନେଇ ଥାନାରେ ଅଭିଯୋଗ ହୋଇନଥିବା ପୋଲିସ କହିଛି। ପ୍ରଫୁଲ୍ଲ ରାଉତ ଘରେ ଏକୁଟିଆ ଥିବା ସମୟରେ ରାତି ପ୍ରାୟ ୧୧ ଟା ସମୟରେ ଗ୍ୟାସରେ ଡାଲି ଗରମ କରୁଥିବା ବେଳେ ହଠାତ୍‌ ଗ୍ୟାସ ସିଲିଣ୍ଡର ଫାଟି ଯାଇଥିଲା । ଗ୍ୟାସ ସିଲିଣ୍ଡର ଫାଟିବା ଫଳରେ ଗୁରୁତର ଭାବେ ଆହତ ହୋଇଥିଲେ ପ୍ରଫୁଲ୍ଲ। ପ୍ରଫୁଲ୍ଲଙ୍କ ହାତ, ଗୋଡ଼ ସହ ଶରୀରର ବିଭିନ୍ନ ଅଙ୍ଗ କ୍ଷତ ହୋଇଥିଲା । ଗୁରୁତର ଅବସ୍ଥାରେ ପ୍ରଫୁଲ୍ଲଙ୍କୁ ପ୍ରଥମେ ବ୍ରହ୍ମପୁର ଏମକେସିଜି ମେଡିକାଲ ଓ ପରେ କଟକ ବଡ଼ ମେଡ଼ିକାଲକୁ ପଠାଇ ଦିଆଯାଇଛି । ତାଙ୍କ ଘର ଛାତ ଓ ଘର ଭିତରେ ଥିବା ବହୁ ଆସବାବପତ୍ର ନଷ୍ଟ ହୋଇଛି । ସେହିପରି ପ୍ରଫୁଲ୍ଲଙ୍କ ଘର ସମେତ ଚାରୋଟି ଘରର କାନ୍ଥ ଭାଙ୍ଗିବା ସହ ବ୍ୟାପକ କ୍ଷୟକ୍ଷତି ହୋଇଛି। ଅଗ୍ନିଶମ ବିଭାଗ ଓ ସ୍ଥାନୀୟ ବାସିନ୍ଦା ପ୍ରଫୁଲ୍ଲଙ୍କୁ ଉଦ୍ଧାର କରି ହସ୍ପିଟାଲ ପଠାଇଥିଲେ ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

PCBର ବଡ଼ ଘୋଷଣା, ପୁଣି ଥରେ ବାବର ଆଜମ ହେଲେ ଅଧିନାୟକ

ଇସଲାମାବାଦ,୫।୭: ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ବଡ଼ ଘୋଷଣା। ଆଗାମୀ ୱେଷ୍ଟଇଣ୍ଡିଜ ଏବଂ ଇଂଲଣ୍ଡ ଗସ୍ତ ପାଇଁ ବୋର୍ଡ ଟେଷ୍ଟ ଦଳର ଘୋଷଣା କରିଛି। ଏହା ସହିତ…

ସୁଦୃଢ ମନ ଉଜ୍ଜ୍ୱଳ ଭବିଷ୍ୟତ ଗଠନର ମୂଳଭିତ୍ତି: ରାଜଯୋଗୀ ଡଃ ଶକ୍ତିରାଜ

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ବରୀୟ ବିଶ୍ବବିଦ୍ୟାଳୟ ଭଞ୍ଜନଗର ଉପସେବା କେନ୍ଦ୍ର ଆନୁକୁଲ୍ୟରେ ୩ ଦିନ ବ୍ୟାପି ଚାଲିଥିବା ‘ସୁଦୃଢ ମନ ଉଜ୍ଜ୍ୱଳ ଭବିଷ୍ୟତ’ ପ୍ରସଙ୍ଗ ଭିତ୍ତିକ…

ସେଲ୍ଫି ନେଇ ଗାଧୋଇବା ହେଲା କାଳ, ଭାସିଗଲେ ୩ ଯୁବକ

କଟକ,୫।୭(ପ୍ରଭୂକଲ୍ୟାଣ ପାଲ୍‌): ସେଲ୍ଫି ଓ ମସ୍ତି ନିଶା ହେଲା କାଳ। କଟକ ନରାଜରେ ଘଟିଛି ଏକ ଅଘଟଣ। ହଠାତ୍‌ ପାଣି ମାଡ଼ି ଆସି ନରାଜ ପୁରୁଣା ନଦୀ…

କୂଳ ଲଂଙ୍ଘିବା ଓ ବେଳାଭୂମି ଅବକ୍ଷୟ ପ୍ରସଙ୍ଗ, ସମୀକ୍ଷା କରି ଅଞ୍ଚଳବlସୀଙ୍କ ସହ ବିଧାୟକଙ୍କ ଆଲୋଚନା

ଗଞ୍ଜାମ,୫ା୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି ଦ୍ରୁତ…

ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ଖାମଖିଆଲ ନୀତି: ଡ୍ରେନ୍‌ ସଫା କଲେ ଗ୍ରାମବାସୀ

ରିଷିଡ଼ା,୫ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହା ଗ୍ରାମ ମୁଖ୍ୟ ରାସ୍ତାର ଗୋଟିଏ ପାର୍ଶ୍ୱ ଡ୍ରେନ୍‌ରୁ ରବିବାର ସକାଳେ ଗ୍ରାମବାସୀ ଅଳିଆ ସଫା କରିଥିବା…

ରବିଙ୍କ ପାଦ ରେଖା ଅତିକ୍ରମ କରି ନ ଥିଲା, ତେବେ କାହିଁକି ନୋ-ବଲ ଦିଆଗଲା, ICC ନିୟମ ବିଷୟରେ ଜାଣନ୍ତୁ ଯାହା ଭାରତକୁ ମହଙ୍ଗା ପଡ଼ିଲା…

ମାଞ୍ଚେଷ୍ଟର,୫ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ ମ୍ୟାଚ୍‌…

ମହାରାଷ୍ଟ୍ର ରାଜନୀତିରେ ହଲଚଲ! କଂଗ୍ରେସ MLCଙ୍କୁ କିଣାବାକୁ ୨୦ କୋଟିର ଡିଲ୍‌…

ମୁମ୍ବାଇ,୫ା୭: ମହାରାଷ୍ଟ୍ରର ଶିବସେନା (ଉଦ୍ଧବ ଠାକରେ ଗୋଷ୍ଠୀ)ର ନେତା ସଞ୍ଜୟ ରାଉତ ରବିବାର (୫ ଜୁଲାଇ) ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି । ସେ କହିଛନ୍ତି ଯେ…

ଘୋଡ଼ାହାଡ଼ ଡ୍ୟାମ୍‌ରୁ ଛଡ଼ାଗଲା ପାଣି, ଖୋଲିଲା ୨ ଗେଟ୍‌

ଦିଗପହଣ୍ଡି,୫ା୭(ଅଶେଷ ନାଥ ମିଶ୍ର): ଦକ୍ଷିଣ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରବିବାର ସକାଳୁ ଦିଗପହଣ୍ଡି ଅଞ୍ଚଳରେ ବର୍ଷା ହୋଇଛି। ବର୍ଷା ଯୋଗୁ ଜଳସମ୍ପଦ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri