Posted inଜାତୀୟ

ଇଣ୍ଟରନେଟ୍‌ରୁ ସୂଚନା କିମ୍ବା ଡାଟା ଲିକ୍‌ କଲେ ଏଣିକି ପଡ଼ିବେ ଧରା

ନୂଆଦିଲ୍ଲୀ,୨୮ା୧୦: ପ୍ରତିରକ୍ଷା କ୍ଷେତ୍ର ତଥା ଅନ୍ୟାନ୍ୟ ରଣନୀତିକ କ୍ଷେତ୍ରକୁ ଶତ୍ରୁମାନଙ୍କଠାରୁ ସମ୍ପୂର୍ଣ୍ଣରୂପେ ରକ୍ଷା କରିବା ପାଇଁ ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ପ୍ରମୁଖ ପ୍ରସ୍ତୁତି ଆରମ୍ଭ କରିଛି। ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ଆୟୋଜିତ ଇଣ୍ଡିଆ ମୋବାଇଲ କଂଗ୍ରେସରେ ଇସ୍ରୋ ଏହି ପରୀକ୍ଷା ପ୍ରଦର୍ଶନ କରିଛି।

ଏହି କାର୍ଯ୍ୟରେ ନିୟୋଜିତ ଇସ୍ରୋ ବୈଜ୍ଞାନିକମାନେ କହିଛନ୍ତି ଯେ, ବର୍ତ୍ତମାନ ଅନେକ ଦେଶ ସେମାନଙ୍କର ବଡ ସର୍ଭର ସାହାଯ୍ୟରେ ଆମର ତଥ୍ୟ ଶେୟାର କରୁଛନ୍ତି ଏବଂ ଆମର ଇଣ୍ଟରନେଟ ଆଧାରିତ ବାର୍ତ୍ତାଳାପକୁ ମଧ୍ୟ ଡିକୋଡ କରିପାରିବେ। ଯାହା ଆମର ରଣନୀତିକ କ୍ଷେତ୍ର ପାଇଁ ବିପଦପୂର୍ଣ୍ଣ ଅଟେ। ଏହି ପ୍ରକାର ଚୋରିରୁ ରକ୍ଷା ପାଇବା ପାଇଁ ଇସ୍ରୋ ବୈଜ୍ଞାନିକମାନେ କ୍ୱାଣ୍ଟମ ଯୋଗାଯୋଗର ସାହାଯ୍ୟ ନେଇଛନ୍ତି ଏବଂ କୋଡିଂ ମାଧ୍ୟମରେ ଏପରି ଏକ କି ସୃଷ୍ଟି କରିଛନ୍ତି, ଯାହା ବ୍ୟବହାର କରି ତଥ୍ୟ ଚୋରି କରିବା ସମ୍ଭବ ନୁହେଁ।

ଯଦିଓ କେହି ତଥ୍ୟ କିମ୍ବା ସୂଚନା ଲିକ୍‌ କରିବାକୁ ଚେଷ୍ଟା କରନ୍ତି, ତେବେ ଏହା ସାମ୍ନାକୁ ଆସିବ। ଯେ କେହି ଏହାକୁ ଚୋରି କରିବାକୁ ଚେଷ୍ଟା କରୁଛନ୍ତି। ଇସ୍ରୋ ବୈଜ୍ଞାନିକମାନେ କହିଛନ୍ତି, ଏହି ମଡେଲ ପ୍ରସ୍ତୁତ କରାଯାଇଛି ଏବଂ ଏହା ଉପରେ ପରୀକ୍ଷା ମଧ୍ୟ ଚାଲିଛି। ଆସନ୍ତା ଦୁଇ-ତିନି ବର୍ଷ ମଧ୍ୟରେ ଏହା ଲଞ୍ଚ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ରୋଷେଇ ଘରେ ଇଥାନଲ

ମଣିଷ ଆଦିମ ଯୁଗରେ ପଥରକୁ ପଥରରେ ଘସି ନିଅଁା ବାହାର କରିଥିଲା। ସେବେଠାରୁ ତାହାର ଅନୁସନ୍ଧିତ୍ସୁ ମନ ବିକଳ୍ପ ବାହାର କରିବାରେ ଲାଗିରହିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri