Posted inଖେଳ

ନିଜସ୍ବ ଓ୍ବେବ୍‌ସାଇଟ୍‌ ଲଞ୍ଚ୍‌ କଲେ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ, ୧୭ା୮ (ପି.ଟି.)- ଭାରତୀୟ ଟେନିସ୍‌ ଆଇକନ୍‌ ଲିଆଣ୍ଡର ପେସ୍‌ ଶନିବାର ଦେଶର ୭୪ତମ ସ୍ବାଧୀନତା ଦିବସ ଅବସରରେ ନିଜସ୍ବ ଓ୍ବେବ୍‌ ସାଇଟ୍‌ ଲଞ୍ଚ୍‌ କରିଛନ୍ତି। ଟେନିସ୍‌ରେ ଅଲିମ୍ପିକ ପଦକ ହାସଲ କରିବାରେ ପେସ୍‌ ହେଉଛନ୍ତି ଦେଶର ଏକମାତ୍ର ଖେଳାଳି। ୧୯୯୬ ଆଟଲାଣ୍ଟା ଗେମ୍ସ ପ୍ଲେ-ଅଫ୍‌ରେ ସେ ଆର୍ଜେଣ୍ଟିନାର ଫର୍ନାଣ୍ଡୋ ମେଲିଜେନିଙ୍କୁ ପରାସ୍ତ କରି ଐତିହାସିକ ବ୍ରୋଞ୍ଜ ହାସଲ କରିଥିଲେ। ୧୮ଥର ଗ୍ରାଣ୍ଡସ୍ଲାମ ବିଜେତା ଲଞ୍ଚ୍‌ କରିଥିବା ଓ୍ବେବ୍‌ସାଇଟ୍‌ ହେଲା ‘ଡବ୍ଲ୍ୟୁଡବ୍ଲ୍ୟୁଡବ୍ଲ୍ୟୁ.ଲିଆଣ୍ଡରପେସ୍‌ ଡଟ୍‌ଅନ୍‌ଡଟ୍‌’। ଏହି ଖେଳରତ୍ନ ବିଜେତା ୪୬ ବିଜୟ ସହ ଡେଭିସ୍‌ କପ୍‌ର ସବୁଠାରୁ ସଫଳ ଡବଲ୍ସ ଖେଳାଳି। ଶେଷ ଥର ସେ ଗତ ମାର୍ଚ୍ଚ ପ୍ରଥମ ସପ୍ତାହରେ ଭାରତର କ୍ରୋଏସିଆ ବିପକ୍ଷ ଡେଭିସ୍‌ କପ୍‌ କ୍ୱାଲିଫାୟର ଖେଳିଥିଲେ। ପ୍ରୋ-ସର୍କିଟରେ ୨୦୨୦ ତାଙ୍କର ଫେୟାରଓ୍ବେଲ ସିଜନ ହେବ ବୋଲି ୪୭ ବର୍ଷୀୟ ଟେନିସ୍‌ ଷ୍ଟାର ଘୋଷଣା କରିଥିଲେ। କ୍ରୀଡ଼ା ଇତିହାସରେ କ୍ରମାଗତ ୮ଅଲିମ୍ପିକ୍ସରେ ଭାଗ ନେବାରେ ଏକମାତ୍ର ଟେନିସ ଖେଳାଳି ହେବାର ଗୌରବ ଅର୍ଜନ କରିବା ଲକ୍ଷ୍ୟରେ ରହିଛନ୍ତି ପେସ୍‌। କରୋନା ଭାଇରସ୍‌ ମହାମାରୀ ଯୋଗୁ ଟୋକିଓ ଅଲିମ୍ପିକ୍ସ ଆସନ୍ତାବର୍ଷକୁ ଘୁଞ୍ଚାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

MS Dhoni Net Worth: କୋଟି କୋଟି ଟଙ୍କା ରୋଜଗାର, ହେଲେ କ୍ରିକେଟ ବ୍ୟତୀତ ଧୋନୀଙ୍କ ଆଉ କ’ଣ ରହିଛି ରୋଜଗାର? ଜାଣନ୍ତୁ…

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଜୁଲାଇ ୭ରେ ୪୫ ବର୍ଷ ବୟସରେ ପାଦ ଥାପିଛନ୍ତି। ‘କ୍ୟାପ୍ଟେନ କୁଲ’ ଭାବରେ ଜଣାଶୁଣା – କ୍ରିକେଟ…

Video: ବୈଭବ ସୂର୍ଯ୍ୟବଂଶୀ ଆହତ; ଯନ୍ତ୍ରଣାରେ ଛଟପଟ ହେଉଥିଲେ ବି ଧ୍ୟାନ ଦେଲେ ନାହିଁ କୋଚ; ତାଙ୍କ ଖେଳିବା ଉପରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୭।୭: ବୈଭବ ସୂର୍ଯ୍ୟବଂଶୀ ଶୀଘ୍ର ପ୍ରଶଂସକଙ୍କ ପ୍ରିୟ ହୋଇଗଲେ। ସମସ୍ତେ ତାଙ୍କ ଡେବ୍ୟୁକୁ ଅପେକ୍ଷା କରିଥିଲେ, ଯାହା ଏବେ ହୋଇଛି, ଏବଂ ସେ ତାଙ୍କର ଦ୍ୱିତୀୟ ଅନ୍ତର୍ଜାତୀୟ…

କାହିଁକି ଫୋନ୍‌ ଉଠାନ୍ତି ନାହିଁ ଧୋନୀ: ଜନ୍ମଦିନରେ ଜାଣନ୍ତୁ ‘କ୍ୟାପ୍ଟେନ କୁଲ’ଙ୍କ ବିଷୟରେ ୭ ଅଜଣା କଥା

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଆଜି ୪୫ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କୁ ବିଶ୍ୱର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରେ ଗଣନା କରାଯାଏ।…

ଆଜି ପଡ଼ଆକୁ ଓହ୍ଲାଇ ସଭିଙ୍କୁ ଚକିତ କରିବାକୁ ପ୍ରସ୍ତୁତ ବୈଭବ ସୂର୍ଯ୍ୟବଂଶୀ…, ଭାରତ ବନାମ ଇଂଲଣ୍ଡ ତୃତୀୟ ଟି-୨୦ ଉପରେ ରହିଛି ନଜର

ନୂଆଦିଲ୍ଲୀ,୭।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ଆଜି (ମଙ୍ଗଳବାର) ନଟିଂହାମର ଟ୍ରେଣ୍ଟ ବ୍ରିଜ ଗ୍ରାଉଣ୍ଡରେ ଖେଳାଯିବ। ସିରିଜରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri