Posted inଜାତୀୟ

ସ୍ବାସ୍ଥ୍ୟ ମନ୍ତ୍ରଣାଳୟଠାରୁ ଶିକ୍ଷାଲାଭ କରନ୍ତୁ ଅନ୍ୟ ମନ୍ତ୍ରଣାଳୟ, ଆପଣାନ୍ତୁ ରିୟଲ ଟାଇମ୍‌ ମନିଟରିଂ ଡ୍ୟାଶବୋର୍ଡ: ସ୍ବାସ୍ଥ୍ୟମନ୍ତ୍ରୀ…

ନୂଆଦିଲ୍ଲୀ, ୧୧।୯ : ସରକାରୀ ଯୋଜନା ଏବଂ ମନ୍ତ୍ରଣାଳୟର କାର୍ଯ୍ୟକାରିତା ଉପରେ ନଜର ରଖିବା ପାଇଁ ଅନ୍ୟ ମନ୍ତ୍ରଣାଳୟଗୁଡ଼ିକ ବର୍ତ୍ତମାନ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଲାଇନରେ ଡ୍ୟାଶବୋର୍ଡ ଗ୍ରହଣ କରିବାକୁ ଯୋଜନା କରୁଛନ୍ତି। ଏହି ରିୟଲ ଟାଇମ ମନିଟରିଂ ଡ୍ୟାଶବୋର୍ଡ ପ୍ରଥମେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରବର୍ତ୍ତିତ ହୋଇଥିଲା, ଯାହା ମାଧ୍ୟମରେ ବିଭାଗର କାର୍ଯ୍ୟକାରିତାକୁ ସ୍ବଚ୍ଛତା, ଉତ୍ତରଦାୟିତ୍ୱ ଏବଂ ଉନ୍ନତ ଶାସନ ପ୍ରଦାନ କରାଯାଇପାରିଥିଲା।

ସେପ୍ଟେମ୍ବର ୨୦୨୧ ରେ ଆରମ୍ଭ ହୋଇଥିବା ଏହି ରିୟଲ ଟାଇମ୍‌ ମନିଟରିଂ ଡ୍ୟାଶବୋର୍ଡ ସ୍ବାସ୍ଥ୍ୟମନ୍ତ୍ରୀ ମାନସୁଖ ମାଣ୍ଡବ୍ୟଙ୍କ ମୁଣ୍ଡକୁ ଜୁଟିଥିଲା। ଏହା ମାଧ୍ୟମରେ ସେ ସରକାରୀ ଯୋଜନା, ଭିତ୍ତିଭୂମି ପ୍ରକଳ୍ପ, ସଂସଦୀୟ ବ୍ୟାପାର, ଚିଠି, ଫାଇଲର ପେଣ୍ଡେନ୍ସି, ମନ୍ତ୍ରଣାଳୟ ସହ ଜଡିତ ତଥ୍ୟର ରିୟଲ ଟାଇମ୍‌ ମନିଟରିଂ କରିଥାନ୍ତି।

ଡ୍ୟାଶବୋର୍ଡ ମାଧ୍ୟମରେ ମନ୍ତ୍ରଣାଳୟର କାର୍ଯ୍ୟ ଆବଣ୍ଟନ କରୁଥିବାବେଳେ ସମ୍ପୃକ୍ତ ଅଧିକାରୀଙ୍କୁ ମଧ୍ୟ ଅଭିଯୋଗକୁ ମଧ୍ୟ ସମ୍ପୃକ୍ତ ଅଧିକାରୀଙ୍କ ସହିତ ଟ୍ୟାଗ୍‌ କରାଯାଇଥାଏ। ସୂତ୍ରରୁ ପ୍ରକାଶ ଯେ ଅଭିଯୋଗର ବିଶ୍ଳେଷଣ ମଧ୍ୟ ନୀତିଗତ ନିଷ୍ପତ୍ତି ନେବାରେ ମନ୍ତ୍ରଣାଳୟକୁ ସାହାଯ୍ୟ କରିଥାଏ। ଏହାର ସାହାଯ୍ୟରେ ଅଧିକାରୀମାନେ ଆସୁଥିବା ବିଲକୁ ମଧ୍ୟ ଟ୍ରାକ କରି ପାରିଥାନ୍ତି।

ଡ୍ୟାଶବୋର୍ଡର ମୁଖ୍ୟ ବୈଶିଷ୍ଟ୍ୟ ହେଉଛି ଏଥିରେ ସମସ୍ତ ୧୫ ମଡ୍ୟୁଲର ତଥ୍ୟକୁ ଏକୀକୃତ କରାଯାଇଛି ଏବଂ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଅଧୀନରେ ଥିବା ବିଭିନ୍ନ ଯୋଜନା, କାର୍ଯ୍ୟକ୍ରମ ଏବଂ ଅନୁଷ୍ଠାନ ସହିତ ସଂଯୁକ୍ତ ହୋଇଛି, ଯାହା ୩୬୦ ଡିଗ୍ରୀ ମନିଟରିଂ କରିବାକୁ ସକ୍ଷମ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ପଦ୍ମପୁର ସହର ବେହାଲ: ୱାର୍ଡ ବୁଲି କ୍ଷୟକ୍ଷତି ଅନୁଧ୍ୟାନ କଲେ ବିଧାୟିକା

ପଦ୍ମପୁର,୨୯।୭(ପ୍ରଦୀପ୍ତ ଦାଶ): ଲଗାଣ ବର୍ଷାରେ ପଦ୍ମପୁର ସହରର ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗତ ୨୪ ଘଣ୍ଟା ମଧ୍ୟରେ ପଦ୍ମପୁରରେ ୧୪୮ ମିଲିମିଟର ବର୍ଷା ରେକର୍ଡ ହୋଇଥିବାବେଳେ ବର୍ତ୍ତମାନ…

୬୬ ଜଣଙ୍କୁ ଚୋରି ମୋବାଇଲ ଫେରାଇଲା ଛତ୍ରପୁର ଉପଖଣ୍ଡ ପୋଲିସ

ଛତ୍ରପୁର,୨୯।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ ଦାରା ଛତ୍ରପୁର ଉପଖଣ୍ଡ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜାମ ଜିଲା ଆରକ୍ଷୀ ଅଧିକ୍ଷକ ହରିଶ ବି.…

ରାଜ୍ୟ ସରକାରୀ କର୍ମଚାରୀଙ୍କ ବଲ୍ଲେ ବଲ୍ଲେ! କେନ୍ଦ୍ର କର୍ମଚାରୀଙ୍କ ଭଳି ବଢିବ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୨୯ା୭: ପଶ୍ଚିମବଙ୍ଗର ହଜାର ହଜାର ସରକାରୀ କର୍ମଚାରୀଙ୍କ ପାଇଁ ଏକ ଖୁବ୍‌ ଭଲ ଖବର ସାମ୍ନାକୁ ଆସିଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ମହଙ୍ଗା ଭତ୍ତା (DA) କୁ ନେଇ…

ଜୁଲାଇ ୩୧ରୁ ମିଳିବନି ଚିକେନ୍! ବିକ୍ରି ବନ୍ଦ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୯ା୭: ଭାରତ ଏକ ବିବିଧତାରେ ପରିପୂର୍ଣ୍ଣ ଦେଶ, ଯେଉଁଠାରେ ଭିନ୍ନ ଭିନ୍ନ ଧର୍ମ, ବିଶ୍ୱାସ ଏବଂ ଚିନ୍ତାଧାରାର ଲୋକମାନେ ବାସ କରନ୍ତି। ଆମିଷ (ନନ୍-ଭେଜ୍) ଖାଉଥିବା ଲୋକଙ୍କ…

ଲୋକ ସଭାରେ ରାହୁଲ ଖୋଲାଖୋଲି କହିଦେଲେ ଏକ ବଡ଼ କଥା, ରାଗିଗଲେ କିରେନ ରିଜିଜୁ, କହିଲେ କ୍ଷମା ନ ମାଗିଲେ…

ନୂଆଦିଲ୍ଲୀ,୨୯ା୭: ଲୋକ ସଭାରେ ପେପର ଲିକ୍‌ ବିରୋଧୀ ବିଲ୍‌ ସମୟରେ ରାହୁଲ ଗାନ୍ଧୀ ତାଙ୍କର ଭାଷଣ ରଖିଥିଲେ। ଏହି ସମୟରେ ରାହୁଲ ଜୋର୍‌ ଦେଇ କହିଥିଲେ ଯେ,…

ବନ୍ୟାରେ ୬ ଜିଲାର ୪୪ ବ୍ଲକ ପ୍ରଭାବିତ, ୪ ମୃତ

ଭୁବନେଶ୍ୱର,୨୯ା୭: ବନ୍ୟାରେ ୬ ଜିଲାର ୪୪ ବ୍ଲକ ପ୍ରଭାବିତ ହୋଇଛି। ଏନେଇ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ବାଲେଶ୍ୱରର ୧୨, ଭଦ୍ରକର ୫, ଢେଙ୍କାନାଳର…

ସ୍ବଦେଶ ପ୍ରତ୍ୟାବର୍ତ୍ତନକୁ ନେଇ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ/ଢାକା,୨୯।୭: ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା ବୁଧବାର କହିଛନ୍ତି ଯେ ଗିରଫ, ଜେଲ କିମ୍ବା ମୃତ୍ୟୁଦଣ୍ଡର ବିପଦ ସତ୍ତ୍ୱେ ସେ ଡିସେମ୍ବର ସୁଦ୍ଧା ତାଙ୍କ ଦେଶକୁ…

ସରକାରଙ୍କୁ ଚେତାବନୀ ଦେଇ ବଡ଼ ଘୋଷଣା କଲେ ଅଭିଜିତ ଦୀପକେ, କହିଲେ-କଙ୍ଗନାଙ୍କୁ…

ନୂଆଦିଲ୍ଲୀ, ୨୯।୭: ଦିଲ୍ଲୀରେ ଗଣମାଧ୍ୟମ ସହ ଆଲୋଚନା ସମୟରେ ‘ସିଜେପି’ (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେ ସଙ୍କେତ ଦେଇଛନ୍ତି ଯେ ଯଦି ସରକାର ସେମାନଙ୍କ ଦାବି ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri