Posted inଜାତୀୟ

ସ୍ବାସ୍ଥ୍ୟ ମନ୍ତ୍ରଣାଳୟଠାରୁ ଶିକ୍ଷାଲାଭ କରନ୍ତୁ ଅନ୍ୟ ମନ୍ତ୍ରଣାଳୟ, ଆପଣାନ୍ତୁ ରିୟଲ ଟାଇମ୍‌ ମନିଟରିଂ ଡ୍ୟାଶବୋର୍ଡ: ସ୍ବାସ୍ଥ୍ୟମନ୍ତ୍ରୀ…

ନୂଆଦିଲ୍ଲୀ, ୧୧।୯ : ସରକାରୀ ଯୋଜନା ଏବଂ ମନ୍ତ୍ରଣାଳୟର କାର୍ଯ୍ୟକାରିତା ଉପରେ ନଜର ରଖିବା ପାଇଁ ଅନ୍ୟ ମନ୍ତ୍ରଣାଳୟଗୁଡ଼ିକ ବର୍ତ୍ତମାନ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଲାଇନରେ ଡ୍ୟାଶବୋର୍ଡ ଗ୍ରହଣ କରିବାକୁ ଯୋଜନା କରୁଛନ୍ତି। ଏହି ରିୟଲ ଟାଇମ ମନିଟରିଂ ଡ୍ୟାଶବୋର୍ଡ ପ୍ରଥମେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରବର୍ତ୍ତିତ ହୋଇଥିଲା, ଯାହା ମାଧ୍ୟମରେ ବିଭାଗର କାର୍ଯ୍ୟକାରିତାକୁ ସ୍ବଚ୍ଛତା, ଉତ୍ତରଦାୟିତ୍ୱ ଏବଂ ଉନ୍ନତ ଶାସନ ପ୍ରଦାନ କରାଯାଇପାରିଥିଲା।

ସେପ୍ଟେମ୍ବର ୨୦୨୧ ରେ ଆରମ୍ଭ ହୋଇଥିବା ଏହି ରିୟଲ ଟାଇମ୍‌ ମନିଟରିଂ ଡ୍ୟାଶବୋର୍ଡ ସ୍ବାସ୍ଥ୍ୟମନ୍ତ୍ରୀ ମାନସୁଖ ମାଣ୍ଡବ୍ୟଙ୍କ ମୁଣ୍ଡକୁ ଜୁଟିଥିଲା। ଏହା ମାଧ୍ୟମରେ ସେ ସରକାରୀ ଯୋଜନା, ଭିତ୍ତିଭୂମି ପ୍ରକଳ୍ପ, ସଂସଦୀୟ ବ୍ୟାପାର, ଚିଠି, ଫାଇଲର ପେଣ୍ଡେନ୍ସି, ମନ୍ତ୍ରଣାଳୟ ସହ ଜଡିତ ତଥ୍ୟର ରିୟଲ ଟାଇମ୍‌ ମନିଟରିଂ କରିଥାନ୍ତି।

ଡ୍ୟାଶବୋର୍ଡ ମାଧ୍ୟମରେ ମନ୍ତ୍ରଣାଳୟର କାର୍ଯ୍ୟ ଆବଣ୍ଟନ କରୁଥିବାବେଳେ ସମ୍ପୃକ୍ତ ଅଧିକାରୀଙ୍କୁ ମଧ୍ୟ ଅଭିଯୋଗକୁ ମଧ୍ୟ ସମ୍ପୃକ୍ତ ଅଧିକାରୀଙ୍କ ସହିତ ଟ୍ୟାଗ୍‌ କରାଯାଇଥାଏ। ସୂତ୍ରରୁ ପ୍ରକାଶ ଯେ ଅଭିଯୋଗର ବିଶ୍ଳେଷଣ ମଧ୍ୟ ନୀତିଗତ ନିଷ୍ପତ୍ତି ନେବାରେ ମନ୍ତ୍ରଣାଳୟକୁ ସାହାଯ୍ୟ କରିଥାଏ। ଏହାର ସାହାଯ୍ୟରେ ଅଧିକାରୀମାନେ ଆସୁଥିବା ବିଲକୁ ମଧ୍ୟ ଟ୍ରାକ କରି ପାରିଥାନ୍ତି।

ଡ୍ୟାଶବୋର୍ଡର ମୁଖ୍ୟ ବୈଶିଷ୍ଟ୍ୟ ହେଉଛି ଏଥିରେ ସମସ୍ତ ୧୫ ମଡ୍ୟୁଲର ତଥ୍ୟକୁ ଏକୀକୃତ କରାଯାଇଛି ଏବଂ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଅଧୀନରେ ଥିବା ବିଭିନ୍ନ ଯୋଜନା, କାର୍ଯ୍ୟକ୍ରମ ଏବଂ ଅନୁଷ୍ଠାନ ସହିତ ସଂଯୁକ୍ତ ହୋଇଛି, ଯାହା ୩୬୦ ଡିଗ୍ରୀ ମନିଟରିଂ କରିବାକୁ ସକ୍ଷମ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri