Posted inଜାତୀୟ

ଶିକ୍ଷା ସହିତ ଜାରି ରହୁ ରୋଜଗାର…

ନୂଆଦିଲ୍ଲୀ,୧୫।୭: ଶିକ୍ଷା ସହିତ ରୋଜଗାର ମଧ୍ୟ ଜାରି ରହୁ। ଶିକ୍ଷା ପାଇଁ ରୋଜଗାର ନ ଅଟକୁ। ସାମ୍ପ୍ରତିକ ଦୁନିଆରେ କୌଶଳ ବିକାଶ ହାସଲ କରିଥିବା ଦେଶରେ ହିଁ ପ୍ରଗତୀ ଧାରା ଅବ୍ୟାହତ ରହୁଛି। ତେଣୁ ଏଥିପ୍ରତି ଗୁରୁତ୍ୱାରୋପ କରିବାର ସମୟ ଆସିଛି। ବିଶ୍ୱ ଯୁବା କୌଶଳ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଯୁବବର୍ଗଙ୍କ ଉଦ୍ଦେଶ୍ୟରେ ଏଭଳି କହିଛନ୍ତି। ପାଠପଢ଼ା କ’ଣ କରିବାକୁ ହେବ ସେସମ୍ପର୍କରେ ଶିକ୍ଷା ପ୍ରଦାନ କରିଥାଏ ସେହିପରି କୌଶଳ ବିକାଶ ଦ୍ୱାରା କାର୍ଯ୍ୟର ବାସ୍ତବିକତାକୁ ପ୍ରତିପାଦିତ ହୋଇଥାଏ। ଭାରତୀୟ ଯୁବବର୍ଗଙ୍କ କୌଶଳ ବିକାଶ ଏକ ରାଷ୍ଟ୍ରୀୟ ଆବଶ୍ୟକତା। ଆତ୍ମନିର୍ଭର ଭାରତ ଗଠନ କ୍ଷେତ୍ରରେ ଏହା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଗତ ୬ ବର୍ଷ ଧରି ଦେଶରେ ସ୍କିଲ୍‌ ଇଣ୍ଡିଆ ମିଶନ ଦ୍ୱାରା ଅଗ୍ରଗତି ଜାରି ରହିଛି। ଭାରତୀୟ ସଂସ୍କୃତିରେ କୌଶଳ ବିକାଶ ଅତି ପୁରାତନ କାଳରୁ ପ୍ରଚଳିତ। ବିଜୟା ଦଶମୀରେ ଶସ୍ତ୍ର ପୂଜନ, ଅକ୍ଷୟ ତୃତୀୟାରେ କୃଷି ଉପକରଣ ପୂଜା ଏବଂ ଭଗବାନ ବିଶ୍ୱକର୍ମାଙ୍କ ପୂଜନ ଏହାକୁ ସ୍ବତଃ ପ୍ରତିପାଦିତ କରିଥାଏ। ସ୍କିଲ୍‌ ଇଣ୍ଡିଆ ମିଶନ ଯୁବବର୍ଗଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ପ୍ରସ୍ତୁତ କରାଯାଇଛି। ଏହାଦ୍ୱାରା ଯୁବବର୍ଗଙ୍କ ଦକ୍ଷତା ବିକାଶ ସମ୍ଭବ ହେବା ସହିତ ଦେଶର ଅର୍ଥନୀତିରେ ସକାରାତ୍ମକ ପ୍ରଭାବ ଜାରି ରହିଥିବା ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

ପୂର୍ବତନ ମନ୍ତ୍ରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

ନବରଙ୍ଗପୁର,୩୦ା୮(ସଦାଶିବ ପ୍ରହରାଜ): ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ମାଝୀ (୮୭)ଙ୍କ ରବିବାର ସକାଳ ପ୍ରାୟ ୫ଟା ସମୟରେ ତାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ…

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri