ଲିଜ୍‌ଧାରୀଙ୍କୁ ୧୭ କୋଟିରୁ ଊର୍ଦ୍ଧ୍ୱ ଜରିମାନା

ବାରିପଦା ଅଫିସ,୨୬।୪ ମୟୂରଭଞ୍ଜ ଜିଲା ବୁଢ଼ାବଳଙ୍ଗ ନଦୀରୁ ବେଆଇନ ବାଲି ଉତ୍ତୋଳନ ଓ ପରିବହନକୁ ନେଇ ବଡ଼ସାହି ତହସିଲ ଅଧୀନ ଦୁଇଟି ବାଲି ସଇରାତ ମାମଲାର ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି) ଇଷ୍ଟର୍ଣ୍ଣ ବେଞ୍ଚ କୋଲକାତା ପକ୍ଷରୁ ଶୁଣାଣି କରାଯାଇଛି। ମାମଲାରେ ପ୍ରଦାନ କରାଯାଇଥିବା ସମସ୍ତ ରିପୋର୍ଟକୁ ଭିତ୍ତି କରି ଜୁଡିସିଆଲ ମେମ୍ବର ଜଷ୍ଟିସ ବି. ଅମିତ ସ୍ଥହେଲକାର ଓ ଏକ୍ସପର୍ଟ ମେମ୍ବର ସାଇବଲ ଦାସଗୁପ୍ତା ଲିଜ୍‌ଧାରୀଙ୍କୁ ୧୭କୋଟି ୩ ଲକ୍ଷ ୧୬ହଜାର ୨୭୨ଟଙ୍କା ଜରିମାନା କରିଛନ୍ତି। ଏନ୍‌ଜିଟି ଷ୍ଟାଣ୍ଡିଂ କମିଟିର ଅତିରିକ୍ତ ଅଧିକାରୀ ତାପସ କୁମାର ପ୍ରହରାଜ, ଆଇନଜୀବୀ ଦୀପାଞ୍ଜନ ଘୋଷ, ଗୋରାଚାନ୍ଦ ରାୟଚୌଧୁରୀ, ଶିବଜ୍ୟୋତି ଚକ୍ରବର୍ତ୍ତୀ, ଦେବାଶିଷ ଘୋଷ, ଟି. ଏସ୍‌. ସ୍ବରାଗ ପ୍ରମୁଖଙ୍କ ଉପସ୍ଥିତିରେ ଭର୍ଚୁଆଲ ମୋଡ୍‌ରେ ମାମଲାର ଶୁଣାଣି କରାଯାଇଛି।
ତହସିଲ ଅଧୀନ ଆରପଟା ଓ ଡିଙ୍ଗିରା ବାଲିଘାଟରେ ବେଆଇନ ବାଲି ଉତ୍ତୋଳନ ଓ ପରିବହନକୁ ନେଇ ବଡ଼ସାହି ବ୍ଲକ ଛେଳିଆ ଗ୍ରାମର ରାଧା ମୋହନ ସିଂଙ୍କ ଅଭିଯୋଗ କ୍ରମେ ୩୦/୨୨ ଓ ୩୧/୨୨ ଇଜେଡ୍‌ରେ ଏକ ମାମଲା ଏନ୍‌ଜିଟିରେ ରୁଜୁ ହୋଇଥିଲା। ଏହାକୁ ନେଇ ୨୨ତାରିଖରେ ଶୁଣାଣି କରି ଡିଙ୍ଗିରା ସଇରାତ୍‌ରୁ ୨ ହଜାର ସିୟୁଏମ ବାଲି ଉତ୍ତୋଳନ ପରିବର୍ତ୍ତେ ଅଧିକ ୮୩ହଜାର ସିୟୁଏମ୍‌ ବାଲି ଉତ୍ତୋଳନ କରାଯାଇଥିବା ନେଇ ରିପୋର୍ଟ ପ୍ରଦାନ କରାଯାଇଛି ା ସେହିପରି ନଦୀ ପୋଲର ୫୦ରୁ ୬୦ମିଟର ଦୂରତାରୁ ବାଲି ଉତ୍ତୋଳନ ହୋଇଥିବା ନେଇ ରିପୋର୍ଟ ପ୍ରଦାନ କରାଯାଇଛି ା ପରିବେଶ ଓ ଜୈବ ବିବିଧତାରେ କ୍ଷତି ପହଞ୍ଚାଇବା ବାବଦରେ ୧୧କୋଟି ୮୯ଲକ୍ଷ ୭୭ହଜାର ୪୦୪ଟଙ୍କା ଓ ପରିବେଶ କ୍ଷତି ପାଇଁ ୨୧ଲକ୍ଷ ଟଙ୍କାର କ୍ଷତିପୂରଣ ବାବଦରେ ଜରିମାନା ପୈଠ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ା ସେହିପରି ଆରପଟା ବାଲି ଖାଦାନରୁ ୨୪ଶହ ସିୟୁଏମ ପରିବର୍ତ୍ତେ ୨୫ହଜାର ସିୟୁଏମ ବାଲି ଉତ୍ତୋଳନ କରାଯାଇଥିବା ନେଇ ରିପୋର୍ଟ ପ୍ରଦାନ କରାଯାଇଛି। ପରିବେଶ ଓ ଜୈବ ବିବିଧତାରେ କ୍ଷତି ପହଞ୍ଚାଇବା ବାବଦରେ ୪ କୋଟି ୭୧ଲକ୍ଷ ୩୮ହଜାର ୮୬୮ଟଙ୍କା ଓ ପରିବେଶ କ୍ଷତି ପାଇଁ ୨୧ଲକ୍ଷ ଟଙ୍କାର କ୍ଷତିପୂରଣ ବାବଦରେ ଜରିମାନା ପୈଠ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାବ୍ୟତୀତ ଉଭୟ ଲିଜ୍‌ ଘାଟରେ ସୀମା ଖୁଣ୍ଟ ବସାଇବା ସହ ନଷ୍ଟ ହୋଇଥିବା ରାସ୍ତା ମରାମତି କରିବାକୁ ଗୃହ ଓ ରାସ୍ତା ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହିତ ତହସିଲଦାର ଓ ଲିଜଧାରୀଙ୍କ ନାମରେ ଆଇପିସି, ସିଆରପିସି ଏବଂ ପବ୍ଳିକ ଅର୍ଥ ହେରଫେର ଆକ୍ଟ ୨୦୦୨କୁ ନେଇ ମାମଲା ରୁଜୁ କରିବାକୁ ମୟୂରଭଞ୍ଜ ଜିଲାପାଳଙ୍କୁ ବ୍ୟକ୍ତିଗତ ଆଫିଡେଭିଟ ଦାଖଲ କରିବାକୁ ନିର୍ଦ୍ଦେଶରେ ଉଲ୍ଲେଖ ରହିଛି ା


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri