ଜାଲ୍‌ ଦସ୍ତଖତରେ ପଟ୍ଟା ପ୍ରଦାନ

ଢେଙ୍କାନାଳ ଅଫିସ,୧୪।୪: ଢେଙ୍କାନାଳ ସଦର ତହସିଲ କାର୍ଯ୍ୟାଳୟର ଦୁର୍ନୀତି ପିଛା ଛାଡୁନି। ୨୦୨୧ରେ ଚଞ୍ଚକତା କରି ଏକ ଜଳାଶୟର କିସମ ପରିବର୍ତ୍ତନ କରିବା ଘଟଣାରେ ଜଣେ ଅତିରିକ୍ତ ତହସିଲଦାରଙ୍କ ସମେତ ୨ କର୍ମଚାରୀ ଜେଲ ଯାଇଥିବାବେଳେ ଏବେ ଏହାର ପୁନରାବୃତ୍ତି ଘଟିଛି। ଜମି ମାଲିକଙ୍କ ଅଜାଣତରେ ଜାଲ୍‌ ଦସ୍ତଖତ କରି ଅନ୍ୟଜଣଙ୍କୁ ପଟ୍ଟା ପ୍ରଦାନ କରାଯାଇଛି। ଘଟଣା ଜଣାପଡ଼ିବା ପରେ ଭାରପ୍ରାପ୍ତ ତହସିଲଦାର ବୁଧବାର ୨ଜଣ କର୍ମଚାରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି।
ଅଭିଯୋଗରୁ ଜଣାପଡ଼ିଛି, ସଦର ବ୍ଲକ ମଧୁସାହୁପାଟଣାର ଅଭିଯୋଗକାରୀ ସନାତନ ସାହୁଙ୍କ ମଧୁସାହୁପାଟଣା ମୌଜାର ଖାତା ନଂ. ୧୬୩ ଏବଂ ପ୍ଲଟ୍‌ ନଂ. ୧୨ରେ ୧୫ ଡିସିମିଲ ୪ କଡି ଜମି ରହିଛି। ସନାତନଙ୍କ ଅଜାଣତରେ ଜଣେ ବ୍ୟକ୍ତି ଉକ୍ତ ଜମିକୁ ତାଙ୍କର ଜଣେ ସମ୍ପର୍କୀୟଙ୍କ ଜରିଆରେ ରେଜିଷ୍ଟ୍ରି କରିଦେଇଥିଲେ। ଏହା ଜଣାପଡ଼ିବା ପରେ ସେ ୨୦୧୪ରେ ବାଲ୍ୟାମ୍ବା ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ଏବଂ ସଦର ତହସିଲ କାର୍ଯ୍ୟାଳୟରେ ୩୧୮୧/୧୪ ମ୍ୟୁଟେଶନ ଖାରଜ ଲାଗି ଆବେଦନ କରିଥିଲେ। କିନ୍ତୁ ସନାତନଙ୍କୁ ନୋଟିସ୍‌ ନ କରି ତହସିଲ କାର୍ଯ୍ୟାଳୟରେ ୨୬୦୩/୨୦ରେ ନୂଆ ମ୍ୟୁଟେଶନ କେସ୍‌ କରି ଅଭିଯୁକ୍ତମାନେ ଜାଲ ଦସ୍ତଖତ ସହାୟତାରେ ପଟ୍ଟା କରି ନେଇଛନ୍ତି। ସନାତନ ଖଜଣା ପୈଠ କରିବାକୁ ଯାଇଥିବା ବେଳେ ଏହି ଘଟଣା ପଦାକୁ ଆସିଥିଲା। ନୂତନ ପଟ୍ଟାକୁ ଖାରଜ କରି ଉକ୍ତ ଜାଗାକୁ ପୁରୁଣା ପଟ୍ଟାରେ ମିଶାଇବା ନିମନ୍ତେ ସନାତନ ବୁଧବାର ସଦର ତହସିଲଦାରଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି।
ଏ ସଂକ୍ରାନ୍ତରେ ଭାରପ୍ରାପ୍ତ ସଦର ତହସିଲଦାର ଅନୁପମା ମୁର୍ମୁ କୁହନ୍ତି, ଅଭିଯୋଗ ପାଇଛୁ। ଏହାକୁ ସଂଶୋଧନ କରାଯିବ। ଯେଉଁ କର୍ମଚାରୀମାନେ ଏଭଳି କରିଛନ୍ତି, ସେମାନଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଏ ବିଷୟରେ ଉଚ୍ଚ ପଦାଧିକାରୀଙ୍କୁ ଅବଗତ କରାଯାଇଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri