ସମ୍ଭାବ୍ୟ ବାତ୍ୟା ପାଇଁ ଛୁଟି ବାତିଲ: ୩୧ ଯାଏ ମୁଖ୍ୟାଳୟ ଛାଡ଼ିବେ ନାହିଁ ସରକାରୀ କର୍ମଚାରୀ…

ଭବାନୀପାଟଣା,୨୫।୧୦(ଉତ୍ତମ କୁମାର ଦାଶ ): ସମ୍ଭାବ୍ୟ ବାତ୍ୟା “ମୋନ୍ଥା” ପାଇଁ ଆସନ୍ତା ୨୭ରୁ ୩୧ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ କର୍ମଚାରୀ ଓ ଅଧିକାରୀଙ୍କ ଛୁଟି ବାତିଲ ନେଇ ଶନିବାର ସାରେ କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶ ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏଥିରେ ଜିଲାପାଳଙ୍କ ବିନା ଅନୁମତିରେ କେହି ମୁଖ୍ୟାଳୟ ନ ଛାଡିବାକୁ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି।

ଆସନ୍ତା ୨୭ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସାଙ୍ଗକୁ ପବନ ସହ ବଜ୍ରପାତ ଆଶଙ୍କା ଥିବାରୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଜିଲାପାଳଙ୍କ ପତ୍ର ସଂଖ୍ୟା ୨୪୧୫ରେ ଶନିବାର ଅତିରିକ୍ତ ଜିଲାପାଳ (ରାଜସ୍ବ),ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ, ଭବାନୀପାଟଣା ଓ ଧର୍ମଗଡ଼ ଉପଜିଲାପାଳ,ଜିଲା ମୁଖ୍ୟ ଚିକିତ୍ସାଧିକାରୀ ସମେତ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର ଏବଂ ସମସ୍ତ ଜିଲାସ୍ତରୀୟ ଅଧିକାରୀଙ୍କୁ ପତ୍ର ମାଧ୍ୟରେ ଜଣାଇ ଦିଆଯାଇଛି। ଏପରିକି ସମସ୍ତ ଅଧିକାରୀ ନିଜ ନିଜର ମୁଖ୍ୟାଳୟରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ବ୍ଲକ ଓ ଜିଲାସ୍ତରରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ ଖୋଲାଯିବା ସହ ଏବଂ ସମସ୍ତ ଓଡ୍ରାଫ, ଦମକଳ ବାହିନୀଙ୍କୁ ସଜାଗ ରହିବା ପାଇଁ କୁହାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

ବାପାଙ୍କୁ ଥଣ୍ଡା ପାନୀୟରେ ପାଇଖାନା ସଫା ଏସିଡ୍‌ ମିଶାଇ ପିଇବାକୁ ଦେଲେ ପୁଅ, ପରେ ପନିକିରେ ଗଳାକାଟି…

ବିଷମକଟକ,୪ା୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ସହରର ବ୍ରାହ୍ମଣ ସାହି ଅଞ୍ଚଳରେ ଘଟିଥିବା ଏକ ନିର୍ମମ ହତ୍ୟାକାଣ୍ଡ ସାରା ଅଞ୍ଚଳକୁ ଚକିତ କରିଦେଇଛି। ନିଜ ବାପାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri