ସମ୍ଭାବ୍ୟ ବାତ୍ୟା ପାଇଁ ଛୁଟି ବାତିଲ: ୩୦ ପର୍ଯ୍ୟନ୍ତ ମୁଖ୍ୟାଳୟ ଛାଡ଼ିବେ ନାହିଁ ସରକାରୀ କର୍ମଚାରୀ

ଛତ୍ରପୁର,୨୫।୧୦(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ବାତ୍ୟା ପାଇଁ ଗଞ୍ଜାମ ଜିଲାରେ ଛୁଟି ବାତିଲ କରାଯାଇଛି। ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି ଜିଲାପାଳ। ପରିସ୍ଥିତି ନିଯନ୍ତ୍ରଣାଧୀନ ହେବା ପର୍ଯ୍ୟନ୍ତ ଛୁଟି ବାତିଲ ହୋଇଛି। ଛୁଟିରେ ଥିବା କର୍ମଚାରୀଙ୍କୁ ତୁରନ୍ତ ଯୋଗଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଅଧିକାରୀଙ୍କୁ ନିଜ ନିଜ ମୁଖ୍ୟାଳୟରେ ରହିବାକୁ ମଧ୍ୟ ନିର୍ଦ୍ଦେଶ ହୋଇଛି। ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ଲାଗି ଗଞ୍ଜାମ ଜିଲାରେ ପ୍ରବଳରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ସଜାଗ ହୋଇ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।ଏନେଇ ଗଞ୍ଜାମ ଜଲାପାଳଙ୍କ ଓସୱାନ ସମ୍ମିଳନୀ କକ୍ଷରେ ଜିଲାର ଅତିରିକ୍ତ ଜିଲାପାଳ ଡ଼ଃ ପ୍ରମୋଦ କୁମାର ପୃଷ୍ଟିଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆଭାସୀ ମାଧ୍ୟମରେ ଜିଲାର ସମସ୍ତ ଲାଇନ ଡିପାର୍ଟମେଣ୍ଟର ଅଧିକାରୀମାନେ ଯୋଡି ହୋଇଥିଲେ । ଜଲାରେ ଜିରୋ କାଜୁୟାଲିଟି ଉପରେ ଗୁରୁତ୍ୱ ଦିଆଯାଇଛି। ଆସନ୍ତା ୨୫ ତାରିଖରୁ ୩୦ ତାରିଖ ଯାଏଁ କୌଣସି ଅଧିକାରୀ ମୁଖ୍ୟାଳୟ ଛାଡି ନ ଯିବାକୁ ନିର୍ଦେଶ ଦିଆଯାଇଛି ।ଯେଉଁମାନେ ଛୁଟିରେ ଯାଇଛନ୍ତି। ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ କୁହାଯାଇଛି । ଜିଲାରେ ଥିବା ସମୁଦ୍ର କୁଳିଆ ଅଞ୍ଚଳ ଗୁଡିକରେ ମତ୍ସ୍ୟଜୀବି ମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ଯେଉଁମାନେ ଯାଇଛନ୍ତି ସେମାନେ ଫେରିବାକୁ କୁହାଯାଇଛି। ଡ଼ଙ୍ଗା ମାଲିକ ହେଉ କିମ୍ବା ଟ୍ରଲର ମାଲିକ ହୁଅନ୍ତୁ ସେମାନେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ବାରଣ କରାଯାଇଛି। ଯଦି ସେମାନେ ଏହି ନିର୍ଦ୍ଦେଶ ନ ମାନନ୍ତି ତେବେ ତାଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବା ଲାଗି ଅତିରିକ୍ତ ଜିଲାପାଳ କହିଛନ୍ତି। ଜିଲାରେ ଥିବା ୧୧୦ଟି ବହୁମୁଖୀ ବାତ୍ୟା / ବନ୍ୟା ଆଶ୍ରୟସ୍ଥଳୀ ଏବଂ ସ୍କୁଲ ଗୁଡିକୁ ପ୍ରସ୍ତୁତ କରି ରଖିବା ସହ ସେଠାରେ ବୈଠକ କରି ଲୋକଙ୍କୁ ସଚେତନ କରିବା ପାଇଁ ଅତିରିକ୍ତ ଜିଲାପାଳ ପୃଷ୍ଟି ନିର୍ଦେଶ ଦେଇଛନ୍ତି l ବ୍ଲକ ଓ ଜିଲା ସ୍ତରୀୟ କଣ୍ଟ୍ରୋଲ ରୁମ ଖୋଲାଯାଇଛି। ପ୍ରତି ପଞ୍ଚାୟତ ଓ ସହରାଞ୍ଚଳ ଜଣ ପ୍ରତିନିଧି ମାନଙ୍କୁ ନେଇ ଏକ ହାଟ୍ସଆପ ଗ୍ରୁପ କରିବାକୁ କୁହାଯାଇଛି। ଅଗ୍ନିଶମ ବିଭାଗ ଓ ଓଡ୍ରାଫ ସମେତ ସମସ୍ତ ଲାଇନ ବିଭାଗ ସଜାଗ ରହିବାକୁ କୁହାଯାଇଛି । ବର୍ଷା ଅଧିକ ଆଶଙ୍କା ଥିବାରୁ କଳିଙ୍ଗ ଘାଟି ଉପରେ ଅଧିକ ଫୋକସ ରଖିବାକୁ କୁହାଯାଇଛି । ଉପକୂଳ ବର୍ତ୍ତି ଅଞ୍ଚଳରେ ପଞ୍ଚାୟତବାରି ନୋଡାଲ ଅଫିସର ନିଯୁକ୍ତି କରାଯାଇଛି। ବନ୍ୟା ପ୍ରବଣ ଅଞ୍ଚଳକୁ ଚିହ୍ନଟ କରାଯାଇଛି। ଆବଶ୍ୟକ ହେଲେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବା ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଏହା ସହିତ ଗର୍ଭବତୀ ମହିଳା ମାନଙ୍କୁ ଦରକାର ପଡିଲେ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବ, ତଳିଆ ଅଞ୍ଚଳରେ ରହୁଥିବା ଲୋକ ମାନଙ୍କୁ ଆବଶ୍ୟକ ପଡିଲେ କିପରି ସ୍ଥାନାନ୍ତର କରାଯିବ। ଶୁଖିଲା ଏବଂ ରନ୍ଧା ଖାଦ୍ୟ କିପରି ମହଜୁଦ ରହିବ, ଏହା ସହିତ ସମସ୍ତ ବିଭଗୀୟ ଅଧିକାରୀ କିପରି ନିଜ ବିଭାଗ ଅନୁସାରେ ସଠିକ କାର୍ଯ୍ୟ କରିବେ ସେଥିପାଇଁ କୁହାଯାଇଛି। ଏହି ବୈଠକରେ ଅତିରିକ୍ତ ଜିଲାପାଳ ଦେବଦତ୍ତ ପଣ୍ଡା, ଛତ୍ରପୁର ଉପଜଲାପାଳ ଶିବାଶିଷ ବରାଳ, ଜିଲାଜରୁରୀ କାଳୀନ ଅଧିକାରୀ ଅଭିଷେକ ସାହୁଙ୍କ ସମେତ ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ କୋଠରୀରେ କ’ଣ ଘଟିଥିଲା? ଇସ୍ତଫା ଦେବା ପାଇଁ ହରମନପ୍ରୀତଙ୍କ ଉପରେ BCCI ଚାପ ପକାଇଥିଲା କି? ଜାଣନ୍ତୁ ଅଧିନାୟକ ପଦରୁ ଓହରିବାର…

ନୂଆଦିଲ୍ଲୀ,୬।୧୦: ମାତ୍ର ୨୪ ଘଣ୍ଟା ପୂର୍ବ ପର୍ଯ୍ୟନ୍ତ ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ଥିଲେ; ତେବେ ହଠାତ ସେ କାହିଁକି ନିଜ ପଦରୁ…

ପାକିସ୍ତାନୀ ମୁସଲମାନଙ୍କୁ ନେଇ ମିକା ସିଂଙ୍କ ବଡ଼ ବୟାନ, ଖରାପ ନୁହଁନ୍ତି….

ନୂଆଦିଲ୍ଲୀ,୬।୧୦: ବଲିଉଡ୍‌ର ଲୋକପ୍ରିୟ ସିଙ୍ଗର୍ ମିକା ସିଂ ନିଜର ବେବାକ୍ ଅନ୍ଦାଜ ପାଇଁ ବେଶ୍ ପରିଚିତ। ଭାରତ-ପାକିସ୍ତାନ ସମ୍ପର୍କ ଏବଂ ଦୁଇ ଦେଶର କଳାକାରଙ୍କୁ ନେଇ ମଧ୍ୟ…

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଆଜି ଆର୍ଜେଣ୍ଟିନା ପାଇଁ ମେସିଙ୍କ ଶେଷ ମ୍ୟାଚ୍‌

ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍‌ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ…

ହରମନପ୍ରୀତ କୌରଙ୍କ ପରେ ଭାରତୀୟ ଦଳର ପରବର୍ତ୍ତୀ ଅଧିନାୟିକା କିଏ? ନାମ ଆସିଲା ସାମ୍ନାକୁ

ନୂଆଦିଲ୍ଲୀ,୬।୧୦: ଗୁଆହାଟୀରେ ଅନୁଷ୍ଠିତ BCCI ସମୀକ୍ଷା ବୈଠକର ମାତ୍ର ଗୋଟିଏ ଦିନ ପରେ, ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ…

CECଙ୍କ ବିରୋଧରେ ଅଭିଯାନ ଆରମ୍ଭ କରିଛନ୍ତି ବିରୋଧି; ରାହୁଲ-ପ୍ରିୟଙ୍କା ଅଟକ

ନୂଆଦିଲ୍ଲୀ,୬।୧୦: ଭୋଟର ତାଲିକାରେ କଥିତ ଅନିୟମିତତାକୁ ନେଇ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ତାଙ୍କ ଇସ୍ତଫା…

ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା

ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?