ପୁରୀ,୩୧ା୧୨(ଅଜିତ୍ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ନବବର୍ଷ ଭିଡ଼ ତଥା ଶ୍ରଦ୍ଧାଳୁଙ୍କ ସୁରକ୍ଷା ଓ ଆତିଥେୟତାକୁ ନଜରରେ ରଖି ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଡିସେମ୍ବର ୩୦ରୁ ଜାନୁଆରୀ ୪ ତାରିଖ ପର୍ଯ୍ୟନ୍ତ ୬ଦିନ ଜିଲାର ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି। ଏନେଇ ଜିଲାପାଳଙ୍କ କାର୍ଯ୍ୟାଳୟରୁ ସମସ୍ତ ସରକାରୀ କାର୍ଯ୍ୟାଳୟକୁ ନିର୍ଦ୍ଦେଶନାମା ପଠାଯାଇଛି।
Dharitri – Odisha’s No.1 Odia Daily


