ମାଲକାନଗିରି,୨୪ା୯: ମାଲକାନଗିରି ଜିଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି ଜିଲା ପ୍ରଶାସନ। ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଜିଲାପାଳ ଏହି ଛୁଟି ବାତିଲ କରିଛନ୍ତି। ଏହି ସମୟ ମଧ୍ୟରେ ହେଡ୍ କ୍ୱାର୍ଟର୍ସ ନ ଛାଡ଼ିବା ପାଇଁ ସରକାରୀ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଜିଲାପାଳଙ୍କ ଅନୁମତି ବିନା ମୁଖ୍ୟାଳୟ ନ ଛାଡ଼ିବା ପାଇଁ ନିର୍ଦ୍ଦେଶନାମା ଜାରି ହୋଇଛି। ଏହି ନିର୍ଦ୍ଦେଶନାମାକୁ ଅବମାନନା କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଜିଲାପାଳ କଡ଼ା ଚେତାବନୀ ଦେଇଛନ୍ତି।


