ବାହାର ନେତା ନିର୍ବାଚନମଣ୍ଡଳୀ ଛାଡ଼ନ୍ତୁ

ପଦ୍ମପୁର,୪।୧୨(ଡି.ଏନ.ଏ.): ପଦ୍ମପୁର ଉପନିର୍ବାଚନ ପାଇଁ ୫ ତାରିଖରେ ଭୋଟ୍‌ଗ୍ରହଣ ହେବ। ଏହାକୁ ନିରପେକ୍ଷ ଓ ଶୃଙ୍ଖଳିତ କରିବା ପାଇଁ ମତଦାନର ୪୮ ଘଣ୍ଟା ପୂର୍ବରୁ ଅର୍ଥାତ୍‌ ଶନିବାର ଅପରାହ୍ନ ୪ଟାରୁ ପ୍ରଚାର ଶେଷ ହୋଇଛି। ପଦ୍ମପୁର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବରଗଡ଼ ଜିଲାପାଳ ମୋନିଷା ବାନାର୍ଜୀ ଓ ଏସ୍‌ପି ପି. ସ୍ମିତ ପରମାର ଖବରଦାତାମାନଙ୍କୁ ଏ ନେଇ ସୂଚନା ଦେଇଛନ୍ତି। ରାଜନୈତିକ ଦଳ ଓ ନେତାଙ୍କ ପାଇଁ ବାହାରୁ ଆସିଥିବା କର୍ମୀ ଓ ନେତାମାନେ ତୁରନ୍ତ ନିର୍ବାଚନ ମଣ୍ଡଳୀ ଛାଡିବାକୁ ଜିଲାପାଳ ଅପିଲ କରିଛନ୍ତି। ସମସ୍ତ ହୋଟେଲ, ଗେଷ୍ଟ ହାଉସ ଓ କଲ୍ୟାଣ ମଣ୍ଡପକୁ ଯାଞ୍ଚ କରିବା ସହିତ ବାହାରୁ ଆସୁଥିବା ଗାଡ଼ି ଓ ଦଳବଦ୍ଧ ଲୋକଙ୍କୁ ଯାଞ୍ଚ କରାଯିବ। ମୋଟ୍‌ ୩୧୯ଟି ବୁଥ୍‌ରେ ୧୨୭୬ ପୋଲିଂ ଅଧିକାରୀ ଓ ୧୨୮ଜଣ ରିଜର୍ଭ ପୋଲିଂ ଅଧିକାରୀ ରହିବେ। ସେହିପରି ୫୧ଟି ସ୍ଥାନର ୭୯ଟି ବୁଥ୍‌ ସମ୍ବେଦନଶୀଳ ରହିଛି। ୪୬ଟି ବୁଥ୍‌ ମାଓବାଦୀ ପ୍ରବଣ ଅଞ୍ଚଳରେ ଥିବାରୁ ରାତ୍ର ରହଣୀର ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ମତଦାନ ଦିନ ହିଁ ପୋଲିଂ ପାର୍ଟି ବୁଥ୍‌ରେ ଉପସ୍ଥିତ ରହିବେ ବୋଲି ଜିଲାପାଳ ସୂଚନା ଦେଇଥିଲେ। ନିର୍ବାଚନ ମଣ୍ଡଳୀ ଅଧୀନ ପ୍ରତ୍ୟେକ ବ୍ଲକର ୨ଟି ଲେଖାଏଁ ଏହିପରି ମୋଟ୍‌ ୬ଟି ପିଙ୍କ୍‌ ବୁଥ୍‌ ଓ ୧୫ଟି ଆଦର୍ଶ ଭୋଟ୍‌ଗ୍ରହଣ କେନ୍ଦ୍ର କରାଯାଇଛି। ଏହି ଉପନିର୍ବାଚନରେ ମୋଟ୍‌ ୬୬୭ଟି ଗାଡି ବ୍ୟବହାର ହେବ। ୩୮ ଜଣ ପୋଲିସ ଅଧିକାରୀ, ୩୪ ସେକ୍ସନ ସିଆର୍‌ପିଏଫ୍‌, ୩୧୯ ସୁରକ୍ଷା କର୍ମୀ,୧୨୩ ହୋମ୍‌ଗାର୍ଡଙ୍କୁ ନିଯୁକ୍ତ କରାଯାଇଛି। ଅବାଧ, ମୁକ୍ତ, ନିରପେକ୍ଷ ଓ ଶାନ୍ତିଶୃଙ୍ଖଳା ସହିତ ନିର୍ବାଚନ କରିବା ପାଇଁ ଜିଲାପାଳ ଓ ଏସ୍‌ପି ପଦ୍ମପୁରବାସୀଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri