ବାହାର ନେତା ନିର୍ବାଚନମଣ୍ଡଳୀ ଛାଡ଼ନ୍ତୁ

ପଦ୍ମପୁର,୪।୧୨(ଡି.ଏନ.ଏ.): ପଦ୍ମପୁର ଉପନିର୍ବାଚନ ପାଇଁ ୫ ତାରିଖରେ ଭୋଟ୍‌ଗ୍ରହଣ ହେବ। ଏହାକୁ ନିରପେକ୍ଷ ଓ ଶୃଙ୍ଖଳିତ କରିବା ପାଇଁ ମତଦାନର ୪୮ ଘଣ୍ଟା ପୂର୍ବରୁ ଅର୍ଥାତ୍‌ ଶନିବାର ଅପରାହ୍ନ ୪ଟାରୁ ପ୍ରଚାର ଶେଷ ହୋଇଛି। ପଦ୍ମପୁର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବରଗଡ଼ ଜିଲାପାଳ ମୋନିଷା ବାନାର୍ଜୀ ଓ ଏସ୍‌ପି ପି. ସ୍ମିତ ପରମାର ଖବରଦାତାମାନଙ୍କୁ ଏ ନେଇ ସୂଚନା ଦେଇଛନ୍ତି। ରାଜନୈତିକ ଦଳ ଓ ନେତାଙ୍କ ପାଇଁ ବାହାରୁ ଆସିଥିବା କର୍ମୀ ଓ ନେତାମାନେ ତୁରନ୍ତ ନିର୍ବାଚନ ମଣ୍ଡଳୀ ଛାଡିବାକୁ ଜିଲାପାଳ ଅପିଲ କରିଛନ୍ତି। ସମସ୍ତ ହୋଟେଲ, ଗେଷ୍ଟ ହାଉସ ଓ କଲ୍ୟାଣ ମଣ୍ଡପକୁ ଯାଞ୍ଚ କରିବା ସହିତ ବାହାରୁ ଆସୁଥିବା ଗାଡ଼ି ଓ ଦଳବଦ୍ଧ ଲୋକଙ୍କୁ ଯାଞ୍ଚ କରାଯିବ। ମୋଟ୍‌ ୩୧୯ଟି ବୁଥ୍‌ରେ ୧୨୭୬ ପୋଲିଂ ଅଧିକାରୀ ଓ ୧୨୮ଜଣ ରିଜର୍ଭ ପୋଲିଂ ଅଧିକାରୀ ରହିବେ। ସେହିପରି ୫୧ଟି ସ୍ଥାନର ୭୯ଟି ବୁଥ୍‌ ସମ୍ବେଦନଶୀଳ ରହିଛି। ୪୬ଟି ବୁଥ୍‌ ମାଓବାଦୀ ପ୍ରବଣ ଅଞ୍ଚଳରେ ଥିବାରୁ ରାତ୍ର ରହଣୀର ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ମତଦାନ ଦିନ ହିଁ ପୋଲିଂ ପାର୍ଟି ବୁଥ୍‌ରେ ଉପସ୍ଥିତ ରହିବେ ବୋଲି ଜିଲାପାଳ ସୂଚନା ଦେଇଥିଲେ। ନିର୍ବାଚନ ମଣ୍ଡଳୀ ଅଧୀନ ପ୍ରତ୍ୟେକ ବ୍ଲକର ୨ଟି ଲେଖାଏଁ ଏହିପରି ମୋଟ୍‌ ୬ଟି ପିଙ୍କ୍‌ ବୁଥ୍‌ ଓ ୧୫ଟି ଆଦର୍ଶ ଭୋଟ୍‌ଗ୍ରହଣ କେନ୍ଦ୍ର କରାଯାଇଛି। ଏହି ଉପନିର୍ବାଚନରେ ମୋଟ୍‌ ୬୬୭ଟି ଗାଡି ବ୍ୟବହାର ହେବ। ୩୮ ଜଣ ପୋଲିସ ଅଧିକାରୀ, ୩୪ ସେକ୍ସନ ସିଆର୍‌ପିଏଫ୍‌, ୩୧୯ ସୁରକ୍ଷା କର୍ମୀ,୧୨୩ ହୋମ୍‌ଗାର୍ଡଙ୍କୁ ନିଯୁକ୍ତ କରାଯାଇଛି। ଅବାଧ, ମୁକ୍ତ, ନିରପେକ୍ଷ ଓ ଶାନ୍ତିଶୃଙ୍ଖଳା ସହିତ ନିର୍ବାଚନ କରିବା ପାଇଁ ଜିଲାପାଳ ଓ ଏସ୍‌ପି ପଦ୍ମପୁରବାସୀଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri