୪ ଶହ ମିଟର ଛାଡ଼ିଦେଲେ, ପୋଲ କଲେନି

ବଇଣ୍ଡା, ୬ା୮(ଡି.ଏନ.ଏ.) ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ କୁରୁମଟାପ ପଞ୍ଚାୟତର କୁରୁମଟାପ ଛକଠାରୁ ମନ୍ଦରବାହାଳ ପର୍ଯ୍ୟନ୍ତ ମୁଖ୍ୟରାସ୍ତାକୁ ସମ୍ପୂର୍ଣ୍ଣ ପକ୍କା କରାଯାଉ ନାହିଁ। ନିର୍ମାଣ କାର୍ଯ୍ୟ ବେଳେ ୪ ଶହ ମିଟର ଛାଡ଼ି ଦିଆଯାଇଥିବାରୁ ଯାତୟାତରେ ଅସୁବିଧା ଉପୁଜୁଛି। ସେହିପରି ଏକ ନାଳ ଉପରେ ଥିବା କଲଭର୍ଟ ସ୍ଥାନରେ ପୋଲଟିଏ କରା ନ ଯିବାରୁ ବର୍ଷା ବେଳେ ଅସୁବିଧା ହେଉଥିବା ବାଲିପଟା ଗ୍ରାମବାସୀ ବୁଧବାର ଅନୁଗୋଳ ଜିଲାପାଳଙ୍କୁ ଅଭିଯୋଗ କରିଛନ୍ତି।
ଅଭିଯୋଗପତ୍ରରେ ଦର୍ଶାଯାଇଛି, କୁରୁମଟାପରୁ ବାଲିପଟା ଭାୟା ଦାମୋଦରପୁର ଦେଇ ମନ୍ଦରବାହାଳ ପର୍ଯ୍ୟନ୍ତ ୪. ୭୧୦ କିଲୋମିଟର ରାସ୍ତାକୁ ପକ୍କା କରିବା ପାଇଁ ୨୦୧୩ ଏପ୍ରିଲରେ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ କାମ ଆରମ୍ଭ ହୋଇଥିଲା। ଏଥିପାଇଁ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ୨ କୋଟି ୧୬ ଲକ୍ଷ ୭୩ ହଜାର ଟଙ୍କା ମଞ୍ଜୁର ହୋଇଥିଲା। ୨୦୧୪ ମାର୍ଚ୍ଚ ୧୧ରେ କାମ ଶେଷ ହୋଇଥିଲେ ମଧ୍ୟ ରାସ୍ତାର ୪ ଶହ ମିଟରକୁ ପକ୍କା ନ କରାଯାଇ ଛାଡ଼ି ଦିଆଯାଇଛି। ନିର୍ମାଣ ସମୟରେ ମୁଖ୍ୟ ରାସ୍ତାର କିଛି ଜମି ବେସରକାରୀ ଥିବାରୁ ସେତେବେଳେ ବିବାଦ ଦେଖାଦେଇଥିଲା। ହେଲେ ବିଭାଗୀୟ ଅଧିକାରୀମାନେ ଉକ୍ତ ଜମିକୁ ଚିହ୍ନଟ ନ କରି ୪ ଶହ ମିଟର ଛାଡି ପକ୍କା ରାସ୍ତା ଆରମ୍ଭ କରିଦେଇଥିଲେ। ସେହିପରି ଉକ୍ତ ରାସ୍ତାରେ ପଡୁଥିବା ଏକ ନାଳ ଉପରେ ପୋଲଟିଏ ପାଇଁ ଗ୍ରାମବାସୀ ଦାବି କରିଆସୁଥିଲେ ହେଁ ତାହା ନିର୍ମାଣ କରାଗଲା ନାହିଁ। ବର୍ଷା ପରେ କଲଭର୍ଟ ଉପର ଦେଇ ପାଣି ପ୍ରବାହିତ ହେଉଥିବାରୁ ଯାତାୟାତ କଷ୍ଟକର ହୋଇପଡ଼ିଥିବା ସରପଞ୍ଚ ସୁମନ୍ତ ବେହେରା, ଭଗବାନ ସାହୁ, ପୀତବାସ ସାହୁ, ଡିଲେଶ୍ୱର ନାୟକ ପ୍ରମୁଖ ଅଭିଯୋଗ କରିଛନ୍ତି। ଗ୍ରାମ୍ୟ ଉନ୍ନୟନ ବିଭାଗ କନିଷ୍ଠ ଯନ୍ତ୍ରୀ ବସନ୍ତ କୁମାର ବସ୍ତିଆ କୁହନ୍ତି, ମୁଖ୍ୟରାସ୍ତାର ଜାଗା ବିବାଦୀୟ ଥିବାଯୋଗୁ ପକ୍କା ରାସ୍ତା ନିର୍ମାଣ ହୋଇପାରିନାହିଁ। ଅର୍ଥ ଆସିଲେ ସେଠାରେ ପୋଲ ନିର୍ମାଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ମନ୍ଦିରରେ ଲାଗିଛି ଶ୍ରଦ୍ଧାଳଙ୍କୁ ଭିଡ଼

ଭବାନୀପାଟଣା,୩ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ଶନିବାର ଅନୁଷ୍ଠିତ ହେବ। ଏଥିପାଇଁ ଦେବୀପୀଠ ଉତ୍ସବ ମୁଖର ହୋଇ…

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

ଫାଇନାଲରେ ଧୋକା ଦେଲେ ବୈଭବ ସୂର୍ଯ୍ୟବଂଶୀ: ଭାରତ-ପାକିସ୍ତାନ ମହାମୁକାବିଲାରେ ମାତ୍ର ଏତିକି ରନ୍‌ କରି ଆଉଟ୍‌

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହୋଇଛନ୍ତି। ସ୍ବର୍ଣ୍ଣ ପାଇଁ ହେଉଥିବା ଏହି ବଡ଼ ମୁକାବିଲାରେ ଭାରତୀୟ ଦଳର…

ସ୍ବର୍ଣ୍ଣ ଜିତିଲେ ଆଦିବାସୀ ଝିଅ ଝରଣା: ଶ୍ରମିକ ମା’ବାପାଙ୍କ ଝିଅଙ୍କ ସଫଳତାରେ ଜିଲା ଗର୍ବିତ

ଅମରପାଲି,୩ା୧୦(ପୀତାମ୍ବର ସାହୁ):ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର…

ମହିଳା ହକି ଟିମ୍‌ ଉପରେ ଟଙ୍କା ବର୍ଷା କଲେ ମୋହନ ସରକାର: ପ୍ରତ୍ୟେକ ଖେଳାଳିଙ୍କ ମିଳିବ…

ଭୁବନେଶ୍ୱର,୩।୧୦: ମହିଳା ହକି ଦଳ ଫାଇନାଲରେ ଚାଇନାକୁ ୧-୦ ଗୋଲରେ ହରାଇ ଦୀର୍ଘ ୪୪ ବର୍ଷ ପରେ ଏସିଆଡ୍‌ ସ୍ବର୍ଣ୍ଣ ପଦକ ହାସଲ କରିଛି। ଏଥିସହ ଦଳ…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ପୁଣି ଆସୁଛି ଲଘୁଚାପ! ବଙ୍ଗୋପସାଗରରେ ନେଇପାରେ ଅବପାତ ରୂପ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?