ଘରୁ ବାହାରି ଯାଇ ଆଉ ଫେରି ନ ଥିଲେ , ୪ ଦିନ ପରେ ମିଳିଲା ମୃତଦେହ

ଢେଙ୍କାନାଳ ଅଫିସ, ୭।୧୧: ଦୀର୍ଘ ଚାରିଦିନ ପରେ ଶେଷରେ ବୋରାପଦା ସ୍ଥିତ ସରକାରୀ ଆଇଟିଆଇ ପଛପଟ ଏକ ପରିତ୍ୟକ୍ତ କୂଅରୁ ନିଖୋଜ ବ୍ୟବସାୟୀ ପୀତବାସ ଦାସଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି । ଖବର ପାଇବା ପରେ ସଦର ଥାନା ଅଧିକାରୀ ଅଭିନବ ଡାଳୁଅଙ୍କ ନେତୃତ୍ୱରେ ପୋଲିସ ଓ ସାଇଣ୍ଟିଫିକଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ପରିତ୍ୟକ୍ତ କୂଅରୁ ମୃତଦେହ ଉଦ୍ଧାର ହେବାପରେ ବ୍ୟବଚ୍ଛେଦ ପାଇଁ ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି।
ପ୍ରକାଶ ଯେ, ସଦର ଥାନା ଅନ୍ତର୍ଗତ ବୋରାପଦା ସ୍ଥିତ ଖମାର ଅଞ୍ଚଳର ପୀତବାସ (୪୦) ଜଣେ ବ୍ୟବସାୟୀ ଭାବେ ପରିଚିତ ଥିଲେ। ଇଟା ଭାଟି, ବାଲି, ଚିପ୍ସ ଓ ଅନ୍ୟାନ୍ୟ ବ୍ୟବସାୟ କରୁଥିଲେ । ହେଲେ ନିଜ ବ୍ୟବସାୟକୁ କେନ୍ଦ୍ର କରି ତାଙ୍କର ପୂର୍ବ ଶତ୍ରୁତା ରହିଥିଲା। ତେବେ ଚଳିତ ନଭେମ୍ବର ୩ ତାରିଖ ସା ସମୟରେ ପୀତବାସ ନିଜ ଘରୁ ବାହାରି ଆଉ ଫେରିନଥିଲା। ପରିବାର ଲୋକ ଅନେକ ଖୋଜାଖୋଜି ପରେ ପୀତବାସ ଆଉ ମିଳି ନ ଥିଲେ। ପରେ ତାଙ୍କ ପରିବାର ପକ୍ଷରୁ ସଦର ଥାନାରେ ଏକ ନିଖୋଜ ମାମଲା ମଧ୍ୟ ଦାୟର ହୋଇଥିଲା। ପୋଲିସ ମଧ୍ୟ ଏହି ମାମଲାରେ କିଛି ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରିଥିଲା। ରବିବାର ସକାଳେ ମୃତ ପୀତବାସଙ୍କ ଗଳିତ ମୃତଦେହ କୂଅରୁ ଉଦ୍ଧାର ହୋଇଛି। ତାଙ୍କୁ ହତ୍ୟା କରାଯାଇଛି ଓ ପୂର୍ବ ଶତ୍ରୁତା ଯୋଗୁ ଏଭଳି ଘଟିଛି ବୋଲି ସାନଭାଇ ପୂର୍ଣ୍ଣଚନ୍ଦ୍ର କହିଛନ୍ତି । ମୃତଦେହ ବ୍ୟବଚ୍ଛେଦ ପରେ ମୃତ୍ୟର କାରଣ ଜଣାପଡିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲେବାନନ୍‌ରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ବେରୁଟ୍‌,୨୬ା୫: ଲେବାନନ୍‌ର ଏକ ଗ୍ରାମ ଉପରେ ଇସ୍ରାଏଲୀ ସେନା ଏୟାରଷ୍ଟ୍ରାଇକ୍‌ କରିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ସେଠାର ସରକାରୀ ଗଣମାଧ୍ୟମ ପ୍ରକାଶ କରିଛି। ଲେବାନନ୍‌କୁ ଇସ୍ରାଏଲ…

ଭାରତ ହାତରେ ଲାଗିଲା ‘କୁବେର ଭଣ୍ଡାର’, ମାଟିତଳୁ ମିଳିଲା କୋଟି କୋଟି ଟଙ୍କାର… ଚୀନର ଉଡ଼ିଗଲା ନିଦ!

ନୂଆଦିଲ୍‌ଲୀ,୨୬।୫: ପଶ୍ଚିମ ରାଜସ୍ଥାନର ବାଲୋତ୍ରା ଜିଲାରେ ପ୍ରାୟ ୭୫୦ ବର୍ଗ କିଲୋମିଟର ପତିତ ଜମି ତଳେ ବିପୁଳ ପରିମାଣର ‘ରେୟାର୍‌ ଆର୍ଥ ଏଲିମେଣ୍ଟସ’ (Rare Earth Elements…

ମିଥୁନ ରାଶିରେ ବୁଧଙ୍କ ଗୋଚର: ମେ’ ୨୯ରୁ ଜୁଲାଇ ୨୨ ଯାଏ ଏହି ୪ଟି ରାଶି ରୁହନ୍ତୁ ସାବଧାନ! ନଚେତ…

ଜ୍ୟୋତିଷ ଶାସ୍ତ୍ରରେ ବୁଧ ଗ୍ରହକୁ ବୁଦ୍ଧି, ବାଣୀ, ତର୍କ, ଯୋଗାଯୋଗ, ବ୍ୟାପାର ଏବଂ ନିଷ୍ପତ୍ତି ନେବାର କ୍ଷମତାର କାରକ ବୋଲି ମାନାଯାଏ। ସେଥିପାଇଁ ବୁଧ ଗ୍ରହଙ୍କର ଯେକୌଣସି…

ନାବାଳିକାକୁ ଅପହରଣ କରି ବଳାତ୍କାର

ବଲାଙ୍ଗୀର,୨୬।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ…

ପ୍ରକାଶ ପାଇଲା OAS ପରୀକ୍ଷାଫଳ: ୨୦୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ, ବୁବୁନ ସାହ ଟପ୍ପର, ଦେଖନ୍ତୁ ତାଲିକା…

ଭୁବନେଶ୍ୱର,୨୬।୫: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପରିଚାଳିତ OCS-୨୦୨୪ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏହି ପ୍ରତିଷ୍ଠିତ ପରୀକ୍ଷାରେ ମୋଟ ୨୦୦ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ…

ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲଙ୍କ ପରଲୋକ, ସେଉଲ ଅଲିମ୍ପିକ୍ସରେ କରିଥିଲେ ପ୍ରତିନିଧିତ୍ୱ

ନୂଆଦିଲ୍ଲୀ, ୨୬ା୫: ଭରତର ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲ ମୀନାଙ୍କ ପରଲୋକ ଘଟିଛି। ସେ ୧୯୮୮ ସେଉଲ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ…

ମମତାଙ୍କ ବିରୋଧରେ FIR; ବଢ଼ିଲା ଅଡୁଆ!

କୋଲକାତା,୨୬।୫: ବିଧାନସଭା ନିର୍ୱାଚନରେ ଶୋଚନୀୟ ପରାଜୟ ପରେ ପଶ୍ଚିମବଙ୍ଗର ପୂର୍ୱତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ବିବାଦରେ ଫସିଛନ୍ତି। ତାଙ୍କ ବିରୋଧରେ ସିଲିଗୁଡ଼ି ସାଇବର ପୋଲିସ…

ନିର୍ଦ୍ୱନ୍ଦରେ ଅଧ୍ୟକ୍ଷ ଭାବରେ ନିର୍ବାଚିତ ହେଲେ ଅରୁଣ କୁମାର ପଣ୍ଡା, କହିଲେ କୃଷକ ସମସ୍ତ…

ପୁରୁଷୋତ୍ତମପୁର,୨୬।୫ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଆତ୍ମା (କୃଷିବୈଷୟିକ କମିଟି)ର ନିର୍ବାଚନ ମଙ୍ଗଳବାର କୃଷି କାର୍ଯ୍ୟାଳୟ ପରିଷରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୨୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri