ଘରୁ ବାହାରି ଯାଇ ଆଉ ଫେରି ନ ଥିଲେ , ୪ ଦିନ ପରେ ମିଳିଲା ମୃତଦେହ

ଢେଙ୍କାନାଳ ଅଫିସ, ୭।୧୧: ଦୀର୍ଘ ଚାରିଦିନ ପରେ ଶେଷରେ ବୋରାପଦା ସ୍ଥିତ ସରକାରୀ ଆଇଟିଆଇ ପଛପଟ ଏକ ପରିତ୍ୟକ୍ତ କୂଅରୁ ନିଖୋଜ ବ୍ୟବସାୟୀ ପୀତବାସ ଦାସଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି । ଖବର ପାଇବା ପରେ ସଦର ଥାନା ଅଧିକାରୀ ଅଭିନବ ଡାଳୁଅଙ୍କ ନେତୃତ୍ୱରେ ପୋଲିସ ଓ ସାଇଣ୍ଟିଫିକଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ପରିତ୍ୟକ୍ତ କୂଅରୁ ମୃତଦେହ ଉଦ୍ଧାର ହେବାପରେ ବ୍ୟବଚ୍ଛେଦ ପାଇଁ ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି।
ପ୍ରକାଶ ଯେ, ସଦର ଥାନା ଅନ୍ତର୍ଗତ ବୋରାପଦା ସ୍ଥିତ ଖମାର ଅଞ୍ଚଳର ପୀତବାସ (୪୦) ଜଣେ ବ୍ୟବସାୟୀ ଭାବେ ପରିଚିତ ଥିଲେ। ଇଟା ଭାଟି, ବାଲି, ଚିପ୍ସ ଓ ଅନ୍ୟାନ୍ୟ ବ୍ୟବସାୟ କରୁଥିଲେ । ହେଲେ ନିଜ ବ୍ୟବସାୟକୁ କେନ୍ଦ୍ର କରି ତାଙ୍କର ପୂର୍ବ ଶତ୍ରୁତା ରହିଥିଲା। ତେବେ ଚଳିତ ନଭେମ୍ବର ୩ ତାରିଖ ସା ସମୟରେ ପୀତବାସ ନିଜ ଘରୁ ବାହାରି ଆଉ ଫେରିନଥିଲା। ପରିବାର ଲୋକ ଅନେକ ଖୋଜାଖୋଜି ପରେ ପୀତବାସ ଆଉ ମିଳି ନ ଥିଲେ। ପରେ ତାଙ୍କ ପରିବାର ପକ୍ଷରୁ ସଦର ଥାନାରେ ଏକ ନିଖୋଜ ମାମଲା ମଧ୍ୟ ଦାୟର ହୋଇଥିଲା। ପୋଲିସ ମଧ୍ୟ ଏହି ମାମଲାରେ କିଛି ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରିଥିଲା। ରବିବାର ସକାଳେ ମୃତ ପୀତବାସଙ୍କ ଗଳିତ ମୃତଦେହ କୂଅରୁ ଉଦ୍ଧାର ହୋଇଛି। ତାଙ୍କୁ ହତ୍ୟା କରାଯାଇଛି ଓ ପୂର୍ବ ଶତ୍ରୁତା ଯୋଗୁ ଏଭଳି ଘଟିଛି ବୋଲି ସାନଭାଇ ପୂର୍ଣ୍ଣଚନ୍ଦ୍ର କହିଛନ୍ତି । ମୃତଦେହ ବ୍ୟବଚ୍ଛେଦ ପରେ ମୃତ୍ୟର କାରଣ ଜଣାପଡିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ପ୍ରାର୍ଥୀ ଘୋଷଣା ପରେ ବଡ଼ ବୟାନ ଦେଲେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ଦଳ ଚିଲିକାରୁ ରଘୁନାଥ ସାହୁଙ୍କୁ ପ୍ରାର୍ଥୀ କରିଛି। ତେବେ ଚିଲିକା...

ବଡଚଣାରୁ ଲଢିବେ ବର୍ଷା, କେଉଁଠୁ ଲଢିବେ ଅନୁଭବ?

ଭୁବନେଶ୍ୱର,୨୦।୪: ବିଜେଡି ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଯେଉଁଥିରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସରପ୍ରାଇଜ କ୍ୟାଣ୍ଡିଡେଟ୍‌ ଭାବେ ବର୍ଷା ପ୍ରିୟଦର୍ଶିନୀଙ୍କୁ...

ଏହି ୨ ବିଧାୟକଙ୍କୁ ମିଳିଲାନି ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ପ୍ରାର୍ଥୀ ଘୋଷଣାରେ ଚମ୍ପୁଆ ବିଧାୟକ ମିନାକ୍ଷୀ ମହାନ୍ତ ଏବଂ ଆନନ୍ଦପୁର...

ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା: ୫ ବିଧାୟକଙ୍କ କଟିଲା ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଟିକେଟ ଘୋଷଣା କରି ସମସ୍ତଙ୍କୁ ଚମକାଇ ଦେଇଛନ୍ତି। ତାଲିକାରେ...

ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କାଟି ବର୍ଷାଙ୍କ ଉପରେ ଭରସା

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବିଜେଡି ବଡ଼ଚଣାର ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କଟିଛି। ତାଙ୍କ...

ସର୍‌ପ୍ରାଇଜ୍‌ କଲେ ନବୀନ, ଆଶାୟୀ ବରିଷ୍ଠ ନେତାଙ୍କ କାଟିଲେ ଟିକେଟ୍‌!

ଭୁବନେଶ୍ୱର,୨୦।୪: ପୁରୁଖା ନେତାଙ୍କ ଉପରେ ବିଜେଡିର ଭରସା ପାଉନାହିଁ। ଏହାର ପ୍ରମାଣସ୍ବରୂପ ନିର୍ବାଚନ ମଇଦାନକୁ ଦଳ ସଦ୍ୟ ସାମିଲ ହୋଇଥିବା ପ୍ରାର୍ଥୀଙ୍କୁ ଓହ୍ଲାଉଛି। ଫଳରେ ଦୀର୍ଘଦିନ...

ବିଜେଡି ବିଧାନସଭା ପ୍ରାର୍ଥୀ ତାଲିକା: ରଘୁନାଥ ସାହୁଙ୍କୁ ମିଳିଲା ଏହି ଆସନ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ତାଲିକାରେ ରହିଛି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନାଁ। ସେ ବଡ଼ଚଣାରୁ...

କେନ୍ଦ୍ରାପଡ଼ାରୁ ଗଣେଶ୍ୱର, ବଡ଼ଚଣାରୁ ଲଢ଼ିବେ…

ଭୁବନେଶ୍ୱର,୨୦।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡି ପକ୍ଷରୁ ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri