Posted inଖେଳ

ପଏଣ୍ଟ ଭାଗକଲେ ଲେବାନନ-ମଙ୍ଗୋଲିଆ

ଭୁବନେଶ୍ୱର, ୧୩ା୬, (କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଚତୁଃରାଷ୍ଟ୍ରୀୟ ଫୁଟବଲ ଟୁର୍ନାମେଣ୍ଟରେ ସୋମବାର ଲେବାନନ-ମଙ୍ଗୋଲିଆ ମ୍ୟାଚ ଗୋଲଶୂନ୍ୟ ଡ୍ର ରହିଛି। ମ୍ୟାଚଟି ବେଶ୍‌ ସଂଘର୍ଷପୂର୍ଣ୍ଣ ହୋଇଥିଲେ ହେଁ କୌଣସି ଦଳ ଗୋଲ ସ୍କୋର କରିପାରି ନ ଥିଲେ। ଫଳରେ ଉଭୟ ଦଳ ଗୋଟିଏ ଲେଖାଏ ପଏଣ୍ଟ ଭାଗ କରିଥିଲେ। ନିଜର ପ୍ରଥମ ମ୍ୟାଚରେ ଭାନୁଆଟୁକୁ ୩-୧ ଗୋଲରେ ହରାଇଥିବା ଲେବାନନ ୨ ମ୍ୟାଚରୁ ୪ ପଏଣ୍ଟ ସହିତ ଫାଇନାଲ ଦିଗରେ ଗୋଟିଏ ପାଦ ଅଗ୍ରସର ହୋଇଛି। ଅନ୍ୟପକ୍ଷରେ ପ୍ରଥମ ମ୍ୟାଚରେ ଭାରତ ନିକଟରୁ ୦-୨ରେ ହାରିଯାଇଥିବା ମଙ୍ଗୋଲିଆ ଏହି ମ୍ୟାଚରେ ପଏଣ୍ଟ ଖାତା ଖୋଲିଛି। ମଙ୍ଗୋଲିଆ ଏହାର ଅନ୍ତିମ ଲିଗ୍‌ ମ୍ୟାଚରେ ଗୁରୁବାର ଅପେକ୍ଷାକୃତ ଦୁର୍ବଳ ଭାନୁଆଟୁକୁ ଭେଟିବ। ତେଣୁ ଏହି ଦଳର ମଧ୍ୟ ଆଗକୁୁ ବଢ଼ିବା ସମ୍ଭାବନା ରହିଛି। କାରଣ ଲେବାନନ ଏହାର ଶେଷ ଲିଗ୍‌ ମ୍ୟାଚରେ ଶକ୍ତିଶାଳୀ ଭାରତକୁ ଭେଟିବ। ଘରୋଇ ପରିବେଶରେ ଭାରତ ଉତ୍ସାହୀ ପ୍ରଦର୍ଶନ କରୁଥିବାରୁ ଏହାକୁ ହରାଇବା ଲେବାନନ ପାଇଁ ସହଜ ହେବନାହିଁ। ଯଦି ଲେବାନନ ନିଜର ଶେଷ ମ୍ୟାଚରେ ହାରିଯାଏ ଏବଂ ମଙ୍ଗୋଲିଆ ବିଜୟୀ ହୁଏ ତେବେ ଉଭୟ ଦଳର ପଏଣ୍ଟ ସଂଖ୍ୟା ୪ରେ ପହଞ୍ଚତ୍ବ। ଏ କ୍ଷେତ୍ରରେ ଗୋଲ ବ୍ୟବଧାନ ନିର୍ଣ୍ଣାୟକ ହେବ। ଦୁଇ ଦଳ ୨ଟି ଲେଖାଏ ମ୍ୟାଚ ଖେଳି ସାରିଥିବାବେଳେ ଲେବାନନର ଗୋଲ ବ୍ୟବଧାନ +୨ ଓ ମଙ୍ଗୋଲିଆର-୨ ରହିଛି। ତେଣୁ ଫାଇନାଲ ଖେଳିବା ସମ୍ଭାବନା ସୃଷ୍ଟି କରିବାକୁ ହେଲେ ମଙ୍ଗୋଲିଆକୁ ଏହାର ଅନ୍ତିମ ମ୍ୟାଚରେ ଭାନୁଆଟୁ ବିପକ୍ଷରେ ବଡ଼ ବ୍ୟବଧାନରେ ଜିତିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri