ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନା ବୈଠକରେ ତାତିଲେ ନିର୍ବାଚିତ ସଦସ୍ୟ: କାର୍ଯ୍ୟଶୈଳୀ ନେଇ ଅସନ୍ତୋଷ ବ୍ୟକ୍ତ କଲେ…

ପାଟଣା, ୨୮୮ (ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ବ୍ଲକ୍ ସଭାଗୃହରେ ଶୁକ୍ରବାର ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନାର ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ ପ୍ରକଳ୍ପ ପ୍ରସ୍ତୁତି ନିମନ୍ତେ ଏକ ସ୍ୱତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଛି। ରାଜ୍ୟ ଓ ଜାତୀୟ ଅର୍ଥ କମିଶନ ସହ ଭିବି-ଜି ରାମ-ଜି ଯୋଜନାର ସହଭାଗିତାରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ କରିବାକୁ ବୈଠକରେ ନିଷ୍ପତ୍ତି ହୋଇଥିଲା।

ବ୍ଲକ୍ ଅଧ୍ୟକ୍ଷା ବୀଣାପାଣି ନାୟକଙ୍କ ସଭାପତିତ୍ୱରେ ଆୟୋଜିତ ଏହି ବୈଠକକୁ ପାଟଣା ବିଡିଓ ମାନସ କୁମାର ଦଣ୍ଡପାଟ ପରିଚାଳନା କରିଥିଲେ। ଏଥିରେ ଜିଲା ପରିଷଦ ସଦସ୍ୟା ରୁନୁ ମହାନ୍ତ, ସୌଭାଗ୍ୟ ମଞ୍ଜରୀ ନାୟକ, କେନ୍ଦୁଝର ସାଂସଦ ଅନନ୍ତ ନାୟକଙ୍କ ପାଟଣା ବ୍ଲକ୍ ପ୍ରତିନିଧି ପ୍ରହଲ୍ଲାଦ ପଲେଇ, ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ବ୍ଲକ୍ ପ୍ରତିନିଧି କମଳାକାନ୍ତ ଦାଶ, ସହକାରୀ ଯନ୍ତ୍ରୀ ସୁସ୍ମିତା ବେହେରା, ଏପିଇଓ ମଧୁସୂଦନ ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ।

ବୈଠକରେ ପାଟଣା ବ୍ଲକ୍‌ର ପୂର୍ବତନ ଅଧ୍ୟକ୍ଷା ଶୁକାନ୍ତି ନାଏକ, ବଡ଼ପାଟଣା ସରପଞ୍ଚ ବିନତୀ ବାନାରା, ମୂଷାଖୋରୀ ସରପଞ୍ଚ ଭାମାମଣି ଦାସ, ମିରିଗିଖୋଜୀ ସରପଞ୍ଚ ମନମୋହନ ବେହେରା, ଟାଙ୍ଗରପଡ଼ା ସରପଞ୍ଚ ଅନିରୁଦ୍ଧ ନାଏକ, ରାଜନଗର ସରପଞ୍ଚ ସୁଧାଂଶୁ ଶେଖର ନାଏକ, ଚେମେଣା ସମିତି ସଭ୍ୟ ମନୋଜ ମହାନ୍ତ ପ୍ରମୁଖ ନିଜ ନିଜ ପଞ୍ଚାୟତର ବିଭିନ୍ନ ସମସ୍ୟା, ଦୁର୍ନୀତି ଓ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ମତ ରଖିଥିଲେ।

ପଞ୍ଚାୟତଗୁଡ଼ିକରେ ଚାଲିଥିବା ବିଭିନ୍ନ କାର୍ଯ୍ୟର କାର୍ଯ୍ୟଶୈଳୀ ଓ ଅନିୟମିତତା ନେଇ କେତେକ ନିର୍ବାଚିତ ପ୍ରତିନିଧି ଅସନ୍ତୋଷ ପ୍ରକାଶ କରିଥିଲେ। ନିଜ ନିଜ ଅଞ୍ଚଳର ସମସ୍ୟାର ସମାଧାନ ଓ ଉନ୍ନୟନ କାର୍ଯ୍ୟକୁ ଗୁରୁତ୍ୱ ଦେବା ପାଇଁ ସେମାନେ ଦାବି ରଖିଥିଲେ। ଏହାକୁ ନେଇ ବୈଠକରେ କିଛି ସମୟ ପାଇଁ ମାହୋଲ ସରଗରମ ହୋଇଉଠିଥିଲା।

ବୈଠକରେ ପଞ୍ଚାୟତଗୁଡ଼ିକର ଆବଶ୍ୟକତା ଓ ସ୍ଥାନୀୟ ସମସ୍ୟାକୁ ଆଧାର କରି ଆଗାମୀ ଉନ୍ନୟନ ଯୋଜନା ପ୍ରସ୍ତୁତ କରିବା ଉପରେ ଗୁରୁତ୍ୱ ଦିଆଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଜାପଲ୍ଲୀରେ ଶିଶୁ ମହୋତ୍ସବ ‘ସୁରଭି’: କୋମଳମତି ଶିଶୁଙ୍କ ନୃତ୍ୟ କଳାରେ ମନ୍ତ୍ରମୁଗ୍ଧ ହେଲେ ଦର୍ଶକ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ଅଧୀନ ବଜାପଲ୍ଲୀ ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ଦିନ ଗୋକର୍ଣ୍ଣପୁର…

ଜଙ୍ଗଲରେ ଚାଲିଥିଲା ଜୁଆ ଆଡ୍ଡା; ପୋଲିସର ଅତର୍କିତ ଚଢ଼ାଉରେ ୬ ଜଣ ଗିରଫ; ଟଙ୍କା-ମୋବାଇଲ ସହ…

ପାରଳାଖେମୁଣ୍ଡି,୧୩।୧୦(ଗିରିଧାରୀ ପରିଛା): ଗଜପତି ଜିଲାରେ ଜୁଆ ଆଡ୍ଡା ବିରୋଧରେ ପୋଲିସର କାର୍ଯ୍ୟାନୁଷ୍ଠାନ ଜାରି ରହିଛି। ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ପ୍ରହ୍ଲାଦ ସହାୟ ମୀନାଙ୍କ ନିର୍ଦ୍ଦେଶକ୍ରମେ ପାରଳାଖେମୁଣ୍ଡି ଆଦର୍ଶ…

ପାଟଣା କଲେଜ ନିର୍ବାଚନ: ସରିଲା ପ୍ରଚାର, ବିରିୟାନି-ଗୁପ୍‌ଚୁପ୍‌ରେ କମ୍ପିଲା କଲେଜ କ୍ୟାମ୍ପସ୍…

ପାଟଣା, ୧୩।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ଛାତ୍ର ସଂସଦ ନିର୍ବାଚନୀ ପ୍ରଚାରର ଶେଷ ଦିନରେ କଲେଜ ପରିସର ଚଳଚଞ୍ଚଳ…

ବୈତରଣୀ ନଦୀରୁ ନାବାଳକଙ୍କ ଗଳିତ ମୃତଦେହ ଜବତ, ପରିଚୟ ଖୋଜୁଛି ତୁରୁମୁଙ୍ଗା ପୋଲିସ

ପାଟଣା, ୧୩।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ଜୁମେଇଁ ଗ୍ରାମ ନିକଟ ବୈତରଣୀ ନଦୀର ସିନ୍ଦୁରିଗୌରୀ ଘାଟରୁ ମଙ୍ଗଳବାର ଦିନ ଜଣେ…

ଦାରିଙ୍ଗବାଡିରେ ପୋଲିସ ପାଟ୍ରୋଲିଂ ବେଳେ ଧରାପଡ଼ିଲେ ଗଞ୍ଜେଇ ବେପାରୀ; ୨୩ କେଜିରୁ ଅଧିକ ଗଞ୍ଜେଇ ଜବତ

ଦାରିଙ୍ଗବାଡି, ୧୩।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ ଏକ ବଡ଼ଧରଣର ଗଞ୍ଜେଇ ଜବତ କରାଯାଇଛି। ପାଟ୍ରୋଲିଂ ବେଳେ ପୋଲିସ ୨୩…

କୋଲ୍‌କାତାରେ ହେବ ବାର୍ସେଲୋନା, ରିୟଲ ମାଡ୍ରିଡ୍‌ ଲିଜେଣ୍ଡ୍ସ ମ୍ୟାଚ୍‌

କୋଲ୍‌କାତା,୧୩ା୧୦: ବିଶ୍ୱ ଫୁଟ୍‌ବଲର ଅନ୍ୟତମ ସଫଳ କ୍ଲବ ବାର୍ସେଲୋନା ଓ ରିୟଲ ମାଡ୍ରିଡ୍‌ର ଲିଜେଣ୍ଡ୍ସ ଦଳ ଆସନ୍ତା ନଭେମ୍ବର ୨୫ରେ କୋଲ୍‌କାତାରେ ଏକ ପ୍ରଦର୍ଶନୀ ମ୍ୟାଚ୍‌ ଖେଳିବେ।…

ଗଞ୍ଜେଇ ସହ ବାଇକ ଜବତ: ଅଭିଯୁକ୍ତ ଗଲେ ଜେଲ             

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧୭ ନଂ.ରାଜ୍ୟ ରାଜପଥ କଡ଼ରେ ଥିବା ପଥପାର୍ଶ୍ଵ ସୁବିଧାକେନ୍ଦ୍ର ନିକଟରୁ ମଙ୍ଗଳବାର ପୂର୍ବାହ୍ନ ସାଢେ ୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?