ବିଷ ପିଇଲେ ଅଧ୍ୟାପକ

ଲୋଇସିଂହା,୨୪।୧୦(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ରାମପୁର-ଡୁଡୁକା ରାସ୍ତାରେ ବିଷ ପିଇ ଗୁରୁତର ଅବସ୍ଥାରେ ପଡିଥିବା ଜଣେ ଅଧ୍ୟାପକଙ୍କୁ ସ୍ଥାନୀୟ କିଛି ଯୁବକ ଉଦ୍ଧାର କରି ସୋମବାର ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଚିକିତ୍ସା ପାଇଁ ବଲାଙ୍ଗୀର ଭୀମ ଭୋଇ ମେଡିକାଲ ଆଣ୍ଡ କଲେଜକୁ ପଠାଯାଇଛି। ଗୁରୁତର ଅଧ୍ୟାପକ ଜଣକ ହେଲେ ବଲାଙ୍ଗୀର ଚନ୍ଦନଭାଟି କଲେଜର ଇତିହାସ ବିଭାଗ ଅଧ୍ୟାପକ ହୃଦୟାନନ୍ଦ ଦାସ ।

ପରିବାର ଲୋକଙ୍କ କହିବା ଅନୁଯାୟୀ, ତାଙ୍କ ମାନସିକ ସ୍ଥିତି ଭଲନାହିଁ। ସୋମବାର ସକାଳେ ସେ ଜଳଖିଆ ଖାଇଥିଲେ । ସ୍ତ୍ରୀ ଔଷଧ ଖାଇବାକୁ କହିବାରୁ ସ୍କୁଟି ଧରି ବାହାରି ଯାଇଥିଲେ। ପୂବାହ୍ନରେ ଲୋଇସିଂହା ଥାନା ଅନ୍ତର୍ଗତ ଝାରବନ୍ଧଲି ଗ୍ରାମର ସୁଜିତ କର୍ଣ୍ଣ, ରମାକାନ୍ତ ମାଝିଙ୍କ ସହ କେତେକ ଯୁବକ ଡ୍ୟାମରୁ ଗାଧୋଇ ଆସୁଥିବା ବେଳେ ଅଧ୍ୟାପକଙ୍କୁ ମୁମୂର୍ଷୁ ଅବସ୍ଥା ପଡ଼ିଥିବା ଦେଖିବାକୁ ପାଇଥିଲେ । ପରେ ସେମାନେ ପଚାରିବାରୁ ସେ ବିଷ ପିଇ ଦେଇଥିବା କହିଥିଲେ। ତୁରନ୍ତ ତାଙ୍କୁ ଯୁବକମାନେ ଉଦ୍ଧାର କରି ଲୋଇସିଂହା ଡାକ୍ତରଖାନା ଆଣିଥିଲେ । ଖବର ପାଇ ପରିବାର ଲୋକେ ଡାକ୍ତର ଖାନାରେ ପହଞ୍ଚିଛନ୍ତି । ଲୋଇସିଂହା ପୋଲିସ ଘଟଣାସ୍ଥଳରୁ ସ୍କୁଟିକୁ ଜବତ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ହସ୍ପିଟାଲରେ ଅସ୍ତ୍ରୋପଚାରରେ ତ୍ରୁଟି: ମହିଳାଙ୍କ ଚାଲିଗଲା ଜୀବନ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନରେ ଥିବା ଜାରକାସ୍ଥିତ ଏକ ଘରୋଇ ହସ୍ପିଟାଲରେ ତ୍ରୁଟିଜନିତ ଅସ୍ତ୍ରୋପଚାର ଯୋଗୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା...

ୟୁଟ୍ୟୁବରୁ ଶିଖି ୫ ଏକର ଜମି କଲେ ଚାଷ: ଦୁଇମାସରେ…

ଭବାନୀପାଟଣା,୯ା୧୨(ଉତ୍ତମ କୁମାର ଦାଶ):ନେପିଆର୍‌ ଘାସ ଚାଷ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ସିକେରଗୁଡା ଗାଁର ଅଜିତ ପ୍ରଧାନଙ୍କୁ ସ୍ବାବଲମ୍ବୀ କରିଛି। ଏଥିରେ ସେ ଆତ୍ମ...

ବିବାହ ଭାଙ୍ଗିବା ପରେ ସ୍ମୃତିଙ୍କ ନୂଆ ଇନଷ୍ଟାଗ୍ରାମ ପୋଷ୍ଟ ସୃଷ୍ଟି କଲା ହଇଚଇ, ଲେଖିଲେ ଏମିତି…

ନୂଆଦିଲ୍ଲୀ,୯।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ବର୍ତ୍ତମାନ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଖବରରେ ଅଛନ୍ତି। ରବିବାର, ସେ ଏକ...

ବିମାନରେ ଗୀତା ପଢିଲେ ରୁଷିଆ ରାଷ୍ଟ୍ରପତି, ବନ୍ଧୁଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଦେଇଥିଲେ ବିଶେଷ ଉପହାର

ମସ୍କେ/ନୂଆଦିଲ୍ଲୀ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସମ୍ପ୍ରତି ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରିଛନ୍ତି। ତାଙ୍କ ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ...

ଆଦର୍ଶ ବିଦ୍ୟାଳୟରେ ପାଠପଢ଼ା ସହ ଖାଦ୍ୟ ସମସ୍ୟା, ତେଜିଲେ ଅଭିଭାବକ

ଅତାବିରା,୯ା୧୨(ଯୁଧିଷ୍ଠିର ମହାପାତ୍ର):ଅତାବିରା ଏନ୍‌ଏସି ଅନ୍ତର୍ଗତ ଭୋଇପୁରା ଆଦର୍ଶ ବିଦ୍ୟାଳୟରେ ପିଲାଙ୍କ ପାଠପଢ଼ାରେ ବ୍ୟାଘାତ ହେବା ସହିତ ରନ୍ଧା ଖାଦ୍ୟ ସମସ୍ୟା ଦେଖାଦେଇଛି। ସୋମବାର କେତେକ ପିଲାମାନେ...

ଆଇପିଏଲ ନାଁରେ ଏନଏଚଆରସିରେ ଅଭିଯୋଗ: ଦୂଷିତ ପାଣି ଗନ୍ଧରେ ଫାଟି ପଡୁଛି ଅଞ୍ଚଳ

ଭବାନୀପାଟଣା,୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳଜାରିଙ୍ଗରେ ଅବସ୍ଥାପିତ ଥିବା ଆଇପିଏଲ (ଇଣ୍ଡିଆନ ପଟାସ ଲିମିଟେଡ) କମ୍ପାନୀ ଇଥାନଲ ଉତ୍ପାଦନ କରୁଥିବା ସମୟରେ...

ପିତୃତ୍ୱ ପାଇଁ ଜନ୍ମ ସାର୍ଟିଫିକେଟ ନୁହେଁ ବାଧକ: ଶିଶୁପୁତ୍ର ହସ୍ତାନ୍ତର ପାଇଁ ଅଜାଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୯ା୧୨(କାର୍ତ୍ତିକ ସାହୁ): ପିତୃତ୍ୱର ପ୍ରମାଣ ପାଇଁ ଜନ୍ମ ସାର୍ଟିଫିକେଟ ବାଧକ ନୁହେଁ। ଶିଶୁପୁତ୍ରର ଜନ୍ମ ସାର୍ଟିଫିକେଟ ଦାଖଲ କରି ନ ପାରିବା କାରଣରୁ ଜନ୍ମିତ ପିତାଙ୍କୁ...

ଆନ୍ଧ୍ରର ଚକ୍ରାନ୍ତ: ଓଡ଼ିଶା ଯୋଜନାକୁ ସୀମାନ୍ତବର୍ତ୍ତୀ ୭ ଗାଁର ବର୍ଜନ ନିଷ୍ପତ୍ତି

ପଟ୍ଟାଙ୍ଗି,୯ା୧୨(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତ ଫାଟୁସିନେରୀ ଗ୍ରାମ ନିକଟ ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ୭ ଗ୍ରାମର ମୁଖିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri