ଅଧ୍ୟାପକଙ୍କ ଯୁକ୍ତ୨, ଯୁକ୍ତ୩ ପରୀକ୍ଷା ବର୍ଜନ ଚେତାବନୀ

ଭୁବନେଶ୍ୱର, ୨୧।୨(ବ୍ୟୁରୋ):ସମାନ ଗ୍ରେଡ୍‌ ପେ’ ଆଧାରରେ ସମାନ ଦରମା ବୃଦ୍ଧି, ସମସ୍ତଙ୍କୁ ପେନସନ ଓ ଗ୍ରାଚ୍ୟୁଇଟି ପ୍ରଦାନ ଭଳି ୪ ଦଫା ଦାବି ନେଇ ସୋମବାର ପୁଣିଥରେ ମହାସମାବେଶ କରିଛନ୍ତି ଅଧ୍ୟାପକ ଓ କର୍ମଚାରୀ। ୬୬୨ ବର୍ଗ କଲେଜ ଅଧ୍ୟାପକ ଓ କର୍ମଚାରୀ ସଂଘ ପକ୍ଷରୁ ଆରମ୍ଭ ହୋଇଥିବା ଅହୋରାତ୍ର ଧାରଣାର ୭ଦିନ ପରେ ମଧ୍ୟ ସରକାର ନିରବ ରହିବା ପ୍ରତିବାଦରେ ସୋମବାର ଲୋୟର ପିଏମଜିଠାରେ ଏହି ମହାସମାବେଶ ଅନୁଷ୍ଠିତ ହୋଇଥିଲା। ସଂଘ ପକ୍ଷରୁ କୁହାଯାଇଛି, ସରକାର କିଛି କର୍ମଚାରୀ ଓ ଅଧ୍ୟାପକଙ୍କୁ ଅନୁକମ୍ପା ଦେଖାଇ ପ୍ରାୟ ୧୦ହଜାର ଟଙ୍କାର ଦରମା ତାରତମ୍ୟ ଘୋଷଣା କରିଛନ୍ତିି। ୪,୨୦୦ ଗ୍ରେଡ୍‌ ପେ’ ପାଉଥିବା ୪୮୮ ବର୍ଗର ପିଇଟି ଲାଇବ୍ରେରିଆନ୍‌ ଓ ଡେମୋନଷ୍ଟ୍ରେଟରମାନେ ୪,୬୦୦ ଗ୍ରେଡ୍‌ ପେ’ ପାଉଥିବା ୬୬୨ ବର୍ଗ କଲେଜ ଅଧ୍ୟାପକଙ୍କଠାରୁ ପାଖାପାଖି ୮ ହଜାର ଟଙ୍କା ଅଧିକ ପାଇବେ। ଖାଲି ସେତିକି ନୁହେଁ, ୪୨୦୦ ଗ୍ରେଡ୍‌ ପେ’ ପାଉଥିବା ସ୍କୁଲ ଶିକ୍ଷକଙ୍କ ଠାରୁ ମଧ୍ୟ ଏହି ବର୍ଗର ଅଧ୍ୟାପକମାନେ ପାଖାପାଖି ୬ ହଜାର ଟଙ୍କା କମ୍‌ ଦରମା ପାଇବେ। ନିଯୁକ୍ତିରେ ବରିଷ୍ଠ ଓ ସମାନ ପଦ୍ଧତିରେ ନିଯୁକ୍ତି ପାଇଥିଲେ ମଧ୍ୟ ୬୬୨ ବର୍ଗର ଅଧ୍ୟାପକ ଓ କର୍ମଚାରୀଙ୍କୁ ଉପେକ୍ଷା କରାଯାଇଛି ବୋଲି ସଂଘ ଅଭିଯୋଗ କରିଛି। ଏହି ପ୍ରସଙ୍ଗରେ ଯଥାଶୀଘ୍ର ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ କରନ୍ତୁ। ନିଷ୍ପତ୍ତିର ଶୀଘ୍ର ପୁନର୍ବିଚାର କରା ନ ଗଲେ ଆଗକୁ ଆମରଣ ଅନଶନ ଭଳି ପଦକ୍ଷେପ ନିଆଯିବ। ଆବଶ୍ୟକ ପଡ଼ିଲେ ଯୁକ୍ତ୨ ଓ ଯୁକ୍ତ୩ ବାର୍ଷିକ ପରୀକ୍ଷାରେ ଅସହଯୋଗ କରିବା ସହ ମୂଲ୍ୟାଙ୍କନ ବର୍ଜନ ଭଳି ନିଷ୍ପତ୍ତି ନିଆଯିବ ବୋଲି ସଂଘ ସଭାପତି ଗୋଲକ ନାୟକ, ସାଧାରଣ ସମ୍ପାଦକ ସତାପଉଦ୍ଦିନ ଅହମ୍ମଦ ଓ ଡ. ଗଗନ ବେଉରା, ଡ. ତପନ ଜେନା, ରଞ୍ଜନ ପ୍ରଧାନ ପ୍ରମୁଖ ସରକାରଙ୍କୁ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri