ଲେଫ୍ରିପଡ଼ା ବ୍ଲକ ଅଧ୍ୟକ୍ଷ ହେଲେ ନରେଶ ପ୍ରତାପ

ଲେଫ୍ରିପଡ଼ା,୧୨ା୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦ ପାଇଁ ଶନିବାର ଶାନ୍ତି ଶୃଙ୍ଖଳାର ସହ ଭୋଟ ଗ୍ରହଣ ହୋଇଛି। ଏଥିରେ ପୂର୍ବତନ ବିଧାୟକ ତଥା ବିଜେଡି ନେତା ଯୋଗେଶ କୁମାର ସିଂହଙ୍କ ବଡ଼ଭାଇ ନରେଶ ପ୍ରତାପ ସିଂହ ନିର୍ଦ୍ୱନ୍ଦ୍ୱରେ ଲେଫ୍ରିପଡ଼ା ବ୍ଲକର ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ୧୭ ଜଣ ସମିତିସଭ୍ୟଙ୍କ ମଧ୍ୟରୁ ନରେଶ ଏକ ମାତ୍ର ଅଧ୍ୟକ୍ଷ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଥିଲେ। ୨୦୦୨ରୁ୨୦୦୭ ପର୍ଯ୍ୟନ୍ତ ନରେଶ ସର୍ଗିପାଲି ପଞ୍ଚାୟତର ସରପଞ୍ଚ ଭାବେ ନିଜର ରାଜନୈତିକ କ୍ୟାରିୟର ଆରମ୍ଭ କରି ୨୦୦୭ରୁ ୨୦୧୨ ଏବଂ ୨୦୧୨ରୁ ୨୦୧୭ ପର୍ଯ୍ୟନ୍ତ ଲଗାତର ଦୁଇଥର ଲେଫ୍ରିପଡ଼ା ବ୍ଲକର ଅଧ୍ୟକ୍ଷ ରହିବା ସହ ୨୦୧୭ ରୁ ୨୦୨୨ ପର୍ଯ୍ୟନ୍ତ ଲେଫ୍ରିପଡ଼ା ବ୍ଲକ ( ଖ) ଜୋନ୍‌ର ଜିଲା ପରିଷଦ ସଭ୍ୟ ଭାବେ ନିର୍ବାଚିତ ହୋଇ ଜଣେ ଅପ୍ରତିଦ୍ୱନ୍ଦ୍ୱୀ ନେତା ନିଜକୁ ପ୍ରମାଣ କରିବା ପରେ ପୁଣି ଚଳିତ ନିର୍ବାଚନରେ ତୃତୀୟ ଥର ପାଇଁ ଲେଫ୍ରିପଡ଼ା ବ୍ଲକ ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ହେଲେ ପୂର୍ବରୁ ସେ କଂଗ୍ରେସରେ ଥିଲା ବେଳେ ଏଥର କଂଗ୍ରେସ ଛାଡ଼ି ବିଜେଡିରେ ଯୋଗଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri