ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର ବିଶ୍ୱାଳ, ସଦସ୍ୟ ପବିତ୍ର ଦେହେରୀ, ଏମଡ଼ି ଅଲିମ ଏବଂ ଭୁବନେଶ୍ୱର ସାହୁ ।

ଦଳ ସଭାପତି ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଚିନ୍ତାଧାରାରେ ସାମିଲ ହୋଇ ସେମାନେ ଦଳରେ ସାମିଲ ହୋଇଥିଲେ । ମାତ୍ର ଗତ କିଛିଦିନ ହେଲା, ରାଜ୍ୟ ଏବଂ ଜିଲା ଏଏପିରେ ମନମୁଖୀ କାର୍ଯ୍ୟକଳାପ ଚାଲିଥିବା ସେମାନେ ଅଭିଯୋଗ କରିଛନ୍ତି । ଏହି ଦୃଷ୍ଟିରୁ ସେମାନେ ଦଳ ଛାଡ଼ିଥିବା ଇସ୍ତଫାପତ୍ରରେ ଉଲ୍ଳେଖ କରିଛନ୍ତି ।

ଦଳର ରାଜ୍ୟ ସଭାପତି ନିଶିକାନ୍ତ ମହାପାତ୍ରଙ୍କ ଉଦ୍ଦେଶ୍ୟରେ ଜିଲା ଆବାହକ ଭବାନୀ ପ୍ରସାଦ ସାହୁଙ୍କୁ ସେମାନେ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି । ତେବେ ଇସ୍ତଫା ଦେଇଥିବା ଆପ୍‌ କାର୍ଯ୍ୟକର୍ତ୍ତାମାନେ ନିକଟ ଭବିଷ୍ୟତରେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା ଚାଲିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରିଲେ ବନ୍ଧାପଡ଼ିଥିବା ୨୨ ଶ୍ରମିକ

ଭବାନୀପାଟଣା,୬।୫(ଉତ୍ତମ କୁମାର ଦାଶ): ହାଇଦ୍ରାବାଦକୁ କାମ କରିବାକୁ ଯାଇ ବନ୍ଧାପଡିଥିବା କଳାହାଣ୍ଡି ଜିଲା ଜୁନାଗଡ଼ ସହରର ୨୨ ଶ୍ରମିକ ସୋମବାର ଘରକୁ ଫେରିଛନ୍ତି। କଳାହାଣ୍ଡି ଜିଲା...

ଗିଫ୍ଟ ଦୋକାନରେ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ

ପଟ୍ଟାଙ୍ଗୀ,୬।୫(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ସଦର ମହକୁମାସ୍ଥିତ ଜାତୀୟ ରାଜପଥ ପାର୍ଶ୍ୱରେ ରହିଥିବା ଏକ ଗିଫ୍ଟ ଦୋକାନରେ ସୋମବାର ରାତିରେ ନିଆଁ ଲାଗି...

ବାରବାଟୀ-କଟକ ବିଧାନସଭା ଆସନରୁ ନାମାଙ୍କନ ଭରିଲେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର,୬।୫: ବାରବାଟୀ-କଟକ ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର ସୋମବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କଟକ ଚଣ୍ଡୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ବିଶାଳ...

ପୋଷ୍ଟାଲ ବାଲଟରେ ନିଜ ପସନ୍ଦର ନେତାଙ୍କୁ ଦେଲେ ଭୋଟ

ରାୟଗଡ଼ା,୬।୫(ଆଶିଷ ରଞ୍ଜନ ପଣ୍ଡା)-୨୦୨୪ ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୧୩ ତାରିଖରେ କୋରାପୁଟ ଲୋକ ସଭା ଆସନ ଏବଂ ଏହା ଅଧୀନ ୭ଟି ବିଧାନସଭା ଆସନ...

ସାଲେପୁର ନାବାଳିକା ବଳାତ୍କାର-ହତ୍ୟା ମାମଲା: ମୃତ୍ୟୁ ଦଣ୍ଡାଦେଶକୁ ଆଜୀବନ କାରାଦଣ୍ଡରେ ବଦଳାଇଲେ ହାଇକୋର୍ଟ 

କଟକ,୬ା୫(କାର୍ତ୍ତିକ ସାହୁ): ସାଲେପୁର ଥାନା ଅଞ୍ଚଳରେ ଘଟିଥିବା ଏକ ନାବାଳିକା ବଳାତ୍କାର ହତ୍ୟା ମାମଲାରେ ତଳକୋର୍ଟ ଦ୍ୱାରା ମୃତ୍ୟୁଦଣ୍ଡ ପାଇଥିବା ଅଭିଯୁକ୍ତଙ୍କ ଦଣ୍ଡକୁ ହାଇକୋର୍ଟ କୋହଳ...

କାଳ ବୈଶାଖୀରେ ଭାଙ୍ଗିଲା ଗଛ: ରାଜପଥରେ ଯାତାୟାତ ବାଧାପ୍ରାପ୍ତ

ମୋରଡ଼ା,୬।୫(ସ୍ମାରକ ମାଜୀ): କାଳ ବୈଶାଖୀ ପ୍ରଭାବରେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ଚିତ୍ରଡାରେ ଅଞ୍ଚଳରେ ସୋମବାର ରାତି ପ୍ରାୟ ୮ଟାରେ ପ୍ରବଳ ବେଗରେ ପବନ...

ଖୁଣ୍ଟକୁ ପିଟିଲା କାର: ଚାଲିଗଲା ଚାଳକଙ୍କ ଜୀବନ

ଛତ୍ରପୁର,୬।୫(ଦିଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟାଗେଟ୍‌ ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଖୁଣ୍ଟକୁ ଏକ କାର ଧକ୍କା ଦେଇ ଦୁର୍ଘଟଣା...

ଅଗ୍ନିକାଣ୍ଡରେ ଜଳିଗଲା ୧୦ଲକ୍ଷ ଟଙ୍କାର ସାମଗ୍ରୀ

ବ୍ରହ୍ମପୁର,୬ା୫(ସୁବାସ ଚନ୍ଦ୍ର ପାଢ଼ୀ): ଗୋସାଇଁନୂଆଗାଁ ସାମନ୍ତରାୟ ଏକାଡେମୀ ନିକଟରେ ଥିବା ଏକ ଗୋଦାମରେ ସୋମବାର ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗୋଦାମରେ ଥିବା ୧୦ ଲକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri