ଏକା ପଡ଼ିଲେ ଟ୍ରମ୍ପ: ହର୍ମୁଜ ଉପରେ କବ୍‌ଜା ପାଇଁ ହୁଙ୍କାର, NATOକୁ କହିଲେ- ସାହାର୍ଯ୍ୟ କର ନଚେତ…

ୱାଶିଂଟନ,୨୦।୩: ଇରାନ ସହ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ନାଟୋ (NATO) ଦେଶଗୁଡ଼ିକ ଉପରେ ପ୍ରବଳ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ନିଜ ସୋସିଆଲ ମିଡିଆ ପ୍ଲାଟଫର୍ମ ’ଟ୍ରୁଥ ସୋସିଆଲ’ରେ ଏକ ପୋଷ୍ଟ କରି ଟ୍ରମ୍ପ ସହଯୋଗୀ ଦେଶମାନଙ୍କୁ “କାପୁରୁଷ”ବୋଲି ସମ୍ବୋଧନ କରିଛନ୍ତି।
ଟ୍ରମ୍ପ ଅଭିଯୋଗ କରିଛନ୍ତି ଯେ, ଆମେରିକା ପ୍ରତିବର୍ଷ ବିପୁଳ ପରିମାଣର ଅର୍ଥ ଖର୍ଚ୍ଚ କରି ଏହି ଦେଶଗୁଡ଼ିକର ସୁରକ୍ଷା କରୁଛି, କିନ୍ତୁ ଯେତେବେଳେ ଆମେରିକାକୁ ସେମାନଙ୍କ ସାହାଯ୍ୟ ଦରକାର, ସେତେବେଳେ ସେମାନେ ପଛଘୁଞ୍ଚା ଦେଉଛନ୍ତି।
ଟ୍ରମ୍ପଙ୍କ ଅନୁଯାୟୀ,ହର୍ମୁଜ ପ୍ରଣାଳୀ ଏବେ ଇରାନ କବ୍‌ଜାରେ ଥିବାରୁ ବିଶ୍ୱରେ ତେଲ ଦର ବଢ଼ୁଛି। ଏହି ସାମୁଦ୍ରିକ ମାର୍ଗକୁ ମୁକ୍ତ କରିବା ଏକ ସହଜ ସାମରିକ ପଦକ୍ଷେପ, କିନ୍ତୁ ନାଟୋ ଦେଶଗୁଡ଼ିକ ଏଥିପାଇଁ ସାହସ ଜୁଟାଇ ପାରୁନାହାନ୍ତି। ସେ ଚେତାବନୀ ଦେଇଛନ୍ତି ଯେ ଯଦି ସହଯୋଗ ନ ମିଳେ, ତେବେ ନାଟୋର ଭବିଷ୍ୟତ ବିପଦରେ ପଡ଼ିପାରେ।
ଟ୍ରମ୍ପଙ୍କ ଏହି ଚାପ ସତ୍ତ୍ୱେ ଜର୍ମାନୀ, ବ୍ରିଟେନ, ଫ୍ରାନ୍ସ, ଇଟାଲୀ, ନେଦରଲ୍ୟାଣ୍ଡ, ଜାପାନ ଏବଂ କାନାଡା ଭଳି ୭ଟି ଦେଶ ଏକ ସଂଯୁକ୍ତ ବିବୃତି ଜାରି କରିଛନ୍ତି। ସେମାନଙ୍କର ସ୍ପଷ୍ଟ ମତ ହେଉଛି,  ସାମୁଦ୍ରିକ ମାର୍ଗର ସୁରକ୍ଷା ପାଇଁ ସେମାନେ ପ୍ରସ୍ତୁତ, କିନ୍ତୁ ପ୍ରଥମେ ଯୁଦ୍ଧ ବନ୍ଦ ହେବା ଦରକାର।
ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ କହିଛନ୍ତି ଯେ, ୟୁରୋପୀୟ ଦେଶଗୁଡ଼ିକ ଏହି ଯୁଦ୍ଧରେ ସାମିଲ ହେବାକୁ ଚାହୁଁନାହାନ୍ତି।  ଜର୍ମାନୀ ଚାନ୍ସେଲର ଫ୍ରେଡରିକ ମର୍ଜ କହିଛନ୍ତି ଯେ ଯୁଦ୍ଧ ଜାରି ରଖି କୌଣସି ପଦକ୍ଷେପ ନେବା ଆଦୌ ଉଚିତ ହେବନାହିଁ।
ଫେବୃଆରୀ ୨୮ରୁ ଆରମ୍ଭ ହୋଇଥିବା ଏହି ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁ ଏପର୍ଯ୍ୟନ୍ତ ହଜାର ହଜାର ଲୋକଙ୍କ ଜୀବନ ଗଲାଣି। ଲକ୍ଷ ଲକ୍ଷ ଲୋକ ଘର ଧ୍ୱଂସ ପାଇଥିବା ବେଳେ ବିଶ୍ୱ ଅର୍ଥବ୍ୟବସ୍ଥା ଉପରେ ଏହାର ଗଭୀର ପ୍ରଭାବ ପଡ଼ିଛି। ଟ୍ରମ୍ପଙ୍କ ମତରେ ହୋର୍ମୁଜ ପ୍ରଣାଳୀ ବନ୍ଦ ରହିବା ହିଁ ବିଶ୍ୱ ବଜାରରେ ମହଙ୍ଗା ମାଡ଼ର ମୁଖ୍ୟ କାରଣ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ପାଲଟିବ ବକିଂହାମ୍‌ ପ୍ରାସାଦର ଭାଲୁଛାଲ ଟୋପି

ବକିଂହାମ୍‌, ୨୧।୯: ଲଣ୍ଡନ ବକିଂହାମ୍‌ ପ୍ରାସାଦ ବାହାରେ ଉଜ୍ଜ୍ୱଳ ନାଲି ପୋଷାକ ଏବଂ ଉଚ୍ଚ, କଳା ଲୋମଶ ଟୋପି ପିନ୍ଧିଥିବା ସୈନିକଙ୍କ ଏକ ସ୍ବତନ୍ତ୍ର ପରିଚୟ ରହିଛି।…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

ବିଦ୍ୟାଳୟରେ ବୁର୍ଖା ଉପରେ ଲାଗୁ ହେବ କଟକଣା! ସୀମିତ ହେବ ବିଦେଶୀ ଛାତ୍ରଙ୍କ ସଂଖ୍ୟା

ରୋମ୍‌,୨୦।୯: ଇଟାଲୀର ସ୍କୁଲଗୁଡ଼ିକରେ ବୁର୍ଖା ଭଳି ମୁହଁ ସମ୍ପୂର୍ଣ୍ଣ ଢାଙ୍କୁଥିବା ପୋଷାକ ଉପରେ ପ୍ରତିବନ୍ଧ ଲଗାଇବା ସହ ପ୍ରତି କ୍ଲାସରେ ବିଦେଶୀ ଛାତ୍ରଙ୍କ ସଂଖ୍ୟା ସୀମିତ କରିବାକୁ…

ବରିଷ୍ଠ କିରାଣି ଜୟନ୍ତ ପ୍ରଧାନଙ୍କୁ ନିଲମ୍ବନ କଲେ କେନ୍ଦ୍ରାପଡ଼ା DEO

ଡେରାବିଶ, ୨୦।୯(ବେବର୍ତା ଅଜୟ ଦାସ): ଡେରାବିଶ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀ ଜୟନ୍ତ କୁମାର ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ନିଜ କାର୍ଯ୍ୟରେ…

ମଦ ଦୋକାନରେ ଗଣ୍ଡଗୋଳ, ଯୁବକଙ୍କ ତଣ୍ଟି କାଟି ହତ୍ୟା ଉଦ୍ୟମ; ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ଯୁବକ ଏସ. ରାଜୀବ ରେଡ୍ଡୀ ଚୈତନ୍ୟପୁର ଗ୍ରାମର ଦେବ ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?