ରୋଗୀଙ୍କୁ ଛାଡ଼ି ପଳାଇଲେ

ଢେଙ୍କାନାଳ ଅଫିସ୍‌/ଭୁବନ(ଡି.ଏନ୍‌.ଏ.), ୩ା୧: ଗୁରୁତର ରୋଗୀଙ୍କୁ ନେଇ ଆସୁଥିବା ୧୦୮ ଆମ୍ବୁଲାନ୍ସ ଭାରସାମ୍ୟ ହରାଇ ଅଟୋରିକ୍ସାକୁ ଧକ୍କା ଦେଲା। ପୋଲିସ କାର୍ଯ୍ୟାନୁଷ୍ଠାନ ଭୟରେ ଗାଡ଼ିରେ ଛଟପଟ ହେଉଥିବା ରୋଗୀଙ୍କୁ ଛାଡ଼ି ଫେରାର ହୋଇଗଲେ ଆମ୍ବୁଲାନ୍ସ ଚାଳକ ଏବଂ ତାଙ୍କ ସହଯୋଗୀ। ଏଭଳି ସମୟରେ ଈଶ୍ୱରଙ୍କ ଦୂତ ଭାବେ ପହଞ୍ଚତ୍ଲେ ସ୍ଥାନୀୟ ବାସିନ୍ଦା। ପୋଲିସ ସହାୟତାରେ ସେମାନେ ରୋଗୀଙ୍କୁ ଅନ୍ୟ ଏକ ଆମ୍ବୁଲାନ୍ସ ଡକାଇ ଜିଲା ଚିକିତ୍ସାଳୟକୁ ପଠାଇଲେ। ରବିବାର ରାତି ପ୍ରାୟ ୮ଟାରେ ଏଭଳି ଘଟଣା ଘଟିଛି ଢେଙ୍କାନାଳ ସହର ଉପକଣ୍ଠ ରାମେଶ୍ୱରପୁର ନିକଟରେ।
ସୂଚନାଯୋଗ୍ୟ, ଭୁବନ ବଜାରରୁ କାମସାରି ବାଲିଝାଟି ଗ୍ରାମର ବିଶ୍ୱଜିତ୍‌ ନାୟକ (୨୯) ଏବଂ ଚିତ୍ତରଞ୍ଜନ ଭୂୟଁା (୩୨) ବାଇକ୍‌ରେ ଘରକୁ ଫେରୁଥିଲେ। ୫୩ନଂ. ଜାତୀୟ ରାଜପଥର ଶ୍ୟାମଳ ଛକ ନିକଟରେ ଭାରସାମ୍ୟ ହରାଇ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ସ୍ଥାନୀୟ ଅଗ୍ନିଶମ ବାହିନୀ ପହଞ୍ଚତ୍ ଉଭୟଙ୍କୁ ଉଦ୍ଧାର କରି ଭୁବନ ଡାକ୍ତରଖାନାକୁ ଆଣିଥିଲେ। ଅଧିକ ଚିକିତ୍ସା ଲାଗି ବିଶ୍ୱଜିତ୍‌ଙ୍କୁ ୧୦୮ ଆମ୍ବୁଲାନ୍ସ (ନଂ. ଓଡ଼ି ୦୨ ବିଜେ ୫୯୩୫)ରେ ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ରାମେଶ୍ୱରପୁର ନିକଟରେ ଆମ୍ବୁଲାନ୍ସ ଡ୍ରାଇଭର ଭାରସାମ୍ୟ ହରାଇ ରାସ୍ତାରେ ଯାଉଥିବା ଏକ ଅଟୋରିକ୍ସାକୁ ଧକ୍କା ଦେଇଥିଲା। ଏହି ସମୟରେ ରାସ୍ତାରେ ଆସୁଥିବା ଅନ୍ୟ ଜଣେ ସ୍କୁଟି ଆରୋହୀ ଆମ୍ବୁଲାନ୍ସରେ ପିଟି ହୋଇ ଗାଡ଼ିରୁ ଛିଟିକି ପଡ଼ି ଗୁରୁତର ହୋଇଥିଲେ। ଦୁର୍ଘଟଣା ପରେ ଆମ୍ବୁଲାନ୍ସ ଡ୍ରାଇଭର, ସହାୟକ ଏବଂ ଅଟୋରିକ୍ସା ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ରୋଗୀ ଜଣକ ଯନ୍ତ୍ରଣାରେ ଛଟପଟ ହେଉଥିବାବେଳେ ସ୍ଥାନୀୟ ଲୋକେ ପହଞ୍ଚତ୍ ତାଙ୍କୁ ଗାଡ଼ି ଭିତରୁ ଉଦ୍ଧାର କରିଥିଲେ। ପୋଲିସ ସହାୟତାରେ ଅନ୍ୟ ଏକ ଆମ୍ବୁଲାନ୍ସରେ ଜିଲା ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ। ଟାଉନ ଥାନା ପୋଲିସ ପହଞ୍ଚତ୍ ଦୁର୍ଘଟଣା ଘଟାଇଥିବା ଆମ୍ବୁଲାନ୍ସ ଏବଂ ଅଟୋରିକ୍ସାକୁ ଜବତ କରି ତଦନ୍ତ ଆରମ୍ଭ କରିଛି। ଅନ୍ୟପଟେ ଦୁର୍ଘଟଣା ପରେ ବିପଦସଙ୍କୁଳ ଅବସ୍ଥାରେ ରୋଗୀଙ୍କୁ ଛାଡ଼ି ଫେରାର ହୋଇଥିବା କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବୁଦ୍ଧିଜୀବୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri