ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ

ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼ ଗ୍ରାମ ପଞ୍ଚାୟତର ପାଲୁର ରୋଡ୍ ହାଇସ୍କୁଲ ଛକଠାରେ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କରାଯାଇଛି।

ଏହି କାର୍ଯ୍ୟକ୍ରମରେ ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ତଥା ଓଡ଼ିଶା କୃଷକ ସଭାର ଜିଲ୍ଲା ସଭାପତି ପି. ହରିକୃଷ୍ଣ ରେଡ୍ଡୀ ଯୋଗଦେଇଥିଲେ। ସେ ନିଜ ବକ୍ତବ୍ୟରେ କହିଥିଲେ ଯେ, ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) କାର୍ଯ୍ୟକ୍ରମ ସମୟରେ ଭୋଟର ତାଲିକାରେ ହେରଫେର ଓ ମନମୁଖୀ ପରିବର୍ତ୍ତନ କରାଯାଇଥିବା ଅଭିଯୋଗ ହୋଇଛି। ଭୋଟ ଚୋରି କରି ବିଜେପିକୁ ଶାସନ କ୍ଷମତାକୁ ଆଣିବା ପାଇଁ ଏଭଳି କାର୍ଯ୍ୟ କରାଯାଇଥିବା ଅଭିଯୋଗ କରି ସେ ଏହାର ନିନ୍ଦା କରିଥିଲେ। ଏଥିସହ ନିର୍ବାଚନର ନିରପେକ୍ଷତା ଓ ଗଣତାନ୍ତ୍ରିକ ଅଧିକାରର ସୁରକ୍ଷା ପାଇଁ ନିର୍ବାଚନ କମିଶନରଙ୍କୁ ତୁରନ୍ତ ବହିଷ୍କାର କରିବାକୁ ସେ ଦାବି କରିଥିଲେ।

ଏହି କାର୍ଯ୍ୟକ୍ରମରେ କୃଷକ ସଭାର ଜିଲ୍ଲା ଉପସଭାପତି ଯୋଗେଶ ଚନ୍ଦ୍ର ସାହୁ, ବ୍ଲକ୍ ସମ୍ପାଦକ ତଥା ସରପଞ୍ଚ ବୈରାଗୀ ବେହେରା, ଗୋବର୍ଦ୍ଧନ ପାହାନ, ଭାସ୍କର ଦାସ, ପଦ୍ମନାଭ ପ୍ରଧାନ, ସୁଶୀଲ ପ୍ରଧାନ, ରବୀନ୍ଦ୍ର ଆଚାରୀ, ନିରଞ୍ଜନ ରେଡ୍ଡୀ ପ୍ରମୁଖ ଯୋଗଦେଇଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ର-ମଙ୍ଗଳଙ୍କ ଯୋଗରେ ବଡ଼ ପରିବର୍ତ୍ତନ! ମେଷ, ମକର ସମେତ ୪ ରାଶିଙ୍କର ହେବ ଧନହାନି, ପାଖରୁ ପଳାଇବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହ ତୁଳା ରାଶିରେ ଏବଂ ମଙ୍ଗଳ ଗ୍ରହ କର୍କଟ ରାଶିରେ ଅବସ୍ଥାନ କରୁଛନ୍ତି। ଶୁକ୍ରଙ୍କୁ ଧନ, ସୁଖ-ସୁବିଧା ଓ ସମ୍ପର୍କର…

ସ୍କୁଟି ଧକ୍କାରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

ବଲାଙ୍ଗୀର, ୧୧।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସଇଁତଳା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ନର୍ସରୀ ନିକଟରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ସମଲେଶ୍ବରୀଙ୍କ ଶୈଳପୁତ୍ରୀ ବେଶ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ): ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ…

ସରକାରଙ୍କ ବଡ଼ ଘୋଷଣା: ବଢିବ ମାସିକ ପେନସନ! ଜାଣନ୍ତୁ କେତେ …

ଲକ୍ଷ୍ନୌ,୧୧।୧୦: ଉତ୍ତରପ୍ରଦେଶର ବୟସ୍କ ନାଗରିକ, ନିରାଶ୍ରିତ ମହିଳା ଓ ଦିବ୍ୟାଙ୍ଗଜନଙ୍କ ପାଇଁ ବଡ଼ ଖବର। ଯୋଗୀ ଆଦିତ୍ୟନାଥ ସରକାର ଏହି ବର୍ଗର ହିତାଧିକାରୀଙ୍କୁ ମିଳୁଥିବା ପେନସନ ରାଶି…

ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ

ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ…

ଏଇ ଭାରତରେ

ନିଶା ବିନାଶର କାରଣ- ଏହିି କଥାକୁ ଭଲ ଭାବେ ହୃଦୟଙ୍ଗମ କରିଛନ୍ତି ହିମାଚଳପ୍ରଦେଶର ଲତା ଦେବୀ। ସେ ବାମସନ୍‌ ବ୍ଲକ ବାହ୍ଲୋ ପଞ୍ଚାୟତର ସରପଞ୍ଚ ଭାବେ ୫ଟି…

ନ୍ୟୁଜିଲାଣ୍ଡ ସିରିଜ ପୂର୍ବରୁ ବଡ଼ ହଲଚଲ: ବାଦ୍‌ ପଡ଼ିଲେ ଭାରତୀୟ ଅଧିନାୟକ ଶୁଭମନ ଗିଲ!

ନୂଆଦିଲ୍ଲୀ,୧୧।୧୦: ନ୍ୟୁଜିଲାଣ୍ଡ ଗସ୍ତ ପୂର୍ବରୁ ନିଜ ବ୍ୟାଟିଂ ଫର୍ମ ପରଖିବା ସହ ମ୍ୟାଚ ଅଭ୍ୟାସ ହାସଲ କରିବା ପାଇଁ ଭାରତୀୟ ଟେଷ୍ଟ ଓ ଦିନିକିଆ ଦଳର ଅଧିନାୟକ…

ଇସ୍ତଫା ଦାବିରେ ଅଟଳ ସିଜେପି, ସକାଳୁ ସକାଳୁ କଲା ବଡ଼ ଘୋଷଣା; ସରକାର ଛାନିଆ!

ନୂଆଦିଲ୍ଲୀ,୧୧।୧୦: କକ୍ରୋଚ ଜନତା ପାର୍ଟି (ସିଜେପି) ପକ୍ଷରୁ ରବିବାର ସକାଳ ୧୦ଟାରେ ଜନ୍ତରମନ୍ତରଠାରେ ପ୍ରତିବାଦ ପ୍ରଦର୍ଶନ କରିବାକୁ ଆହୱାନ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?