ଆଇନ ସହାୟତା କ୍ଲିନିକ

କଟକ ଅଫିସ,୨୪ା୬: ଓଡ଼ିଶା ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ ପରିସରରେ ବୁଧବାର ନୂତନ ଆଇନ୍‌ ସହାୟତା କ୍ଲିନିକ୍‌ କୋଠା ଉଦ୍‌ଘାଟିତ ହୋଇଛି। ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ତଥା ବିଶ୍ୱବିଦ୍ୟାଳୟର ଚାନ୍‌ସେଲର ଏବଂ ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣର ପାଟ୍ରୋନ ଇନ୍‌ ଚିଫ୍‌ ଜଷ୍ଟିସ୍‌ ମହମ୍ମଦ ରଫିକ୍‌ ଏହାକୁ ଉଦ୍‌ଘାଟନ କରିଛନ୍ତି। ରାଜ୍ୟ ଆଇନ ସେବା ପ୍ରାଧିକରଣର କାର୍ଯ୍ୟକାରୀ ଅଧ୍ୟକ୍ଷା ଜଷ୍ଟିସ୍‌ ସଞ୍ଜୁ ପଣ୍ଡା, ଜଷ୍ଟିସ୍‌ ସଞ୍ଜୟ କୁମାର ମିଶ୍ର, ଜଷ୍ଟିସ୍‌ ଚିତ୍ତରଞ୍ଜନ ଦାସ, ଜଷ୍ଟିସ ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ, ଜଷ୍ଟିସ୍‌ ବିଶ୍ୱନାଥ ରଥ, ଜଷ୍ଟିସ୍‌ ସଙ୍ଗମ୍‌ କୁମାର ସାହୁ, ଜଷ୍ଟିସ୍‌ କୃଷ୍ଣରାମ ମହାପାତ୍ର, ଜଷ୍ଟିସ ସଞ୍ଜୀବ କୁମାର ପାଣିଗ୍ରାହୀ ଏବଂ ଜଷ୍ଟିସ୍‌ ସାବିତ୍ରୀ ରଥ ଉପସ୍ଥିତ ଥିଲେ। ଏହି ଆଇନ୍‌ ସହାୟତା କ୍ଲିନିକ୍‌ରେ ଲୋକଙ୍କୁ ମାଗଣାରେ ଆଇନ୍‌ ସେବା ଦିଆଯିବ। ଏହି ଅବସରରେ ବନ ବିଭାଗ ସହଯୋଗରେ କ୍ୟାମ୍ପସ୍‌ ପରିସରରେ ଚାରା ରୋପଣ କରାଯାଇଥିଲା। ପରେ ତ୍ରିଶୁଳିଆ ନିକଟସ୍ଥ ବେଲଗଛିଆଠାରେ ମଧ୍ୟ ଚାରା ରୋପଣ ହୋଇଥିଲା। ଏହି ଅବସରରେ ରାଜ୍ୟ ଆଇନ ସେବା ବିଭାଗ ପ୍ରମୁଖ ସଚିବ ଶଶିକାନ୍ତ ମିଶ୍ର, ମୁଖ୍ୟ ବନ ସଂରକ୍ଷକ ସନ୍ଦୀପ ତ୍ରିପାଠୀ, ଜଙ୍ଗଲ ଓ ପରିବେଶ ବିଭାଗର ପ୍ରମୁଖ ସଚିବ ମୋନା ଶର୍ମା, ଆଞ୍ଚଳିକ ବନ ସଂରକ୍ଷକ ଅଶୋକ ମିଶ୍ର, ଜିଲାପାଳ ଭବାନୀ ଶଙ୍କର ଚୟନୀ, ରେଜିଷ୍ଟ୍ରାର (ଜେନେରାଲ) ମଳୟ ରଞ୍ଜନ ଦାଶ, ରେଜିଷ୍ଟ୍ରାର (ଆଡମିନ୍‌) ଆର୍‌.କେ. ତୋଷ, ରେଜିଷ୍ଟ୍ରାର (ଜୁଡିସିଆଲ୍‌) ଲଳିତ ଦାଶ ଏବଂ ହାଇକୋର୍ଟର ବରିଷ୍ଠ ଅଧିକାରୀଙ୍କ ସହ ଜିଲା ଜଜ୍‌ ରାଜ୍‌ କୁମାର ସାହୁ ଉପସ୍ଥିତ ଥିଲେ। ଆଇନ ସେବା ପ୍ରାଧିକରଣ ସଦସ୍ୟ ସଚିବ ମିନାକ୍ଷୀ ଦାସ, ପ୍ରକଳ୍ପ ପରାମର୍ଶଦାତା ଦେବାଶିଷ ନାୟକ କାର୍ଯ୍ୟକ୍ରମ ପରିଚାଳନା ଓ ଏଥିରେ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ କୁଳପତି ଶ୍ରୀକୃଷ୍ଣ ଦେବା ରାଓ, ଉପସଚିବ ଜ୍ୟୋତିରଞ୍ଜନ ଦାଶ ଓ ସହ ସଚିବ ରୁଦ୍ରପ୍ରକାଶ ନାୟକ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri