ଆଇନ ସଚେତନତା ଶିବିର, ନିଜ ଅଧିକାର ନିଜେ ଜାଣିଲେ ସମାଜରେ ଆଗକୁ…

ଭଞ୍ଜନଗର,୧୯ା୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ମୁଦୁଲିପଲ୍ଲୀ ଠାରେ ଏକ ଆଇନ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଧେଶ୍ୟ ହେଲା ଲୋକକୁ ଆଇନଗତ ଅଧିକାର ଓ ସରକାରଙ୍କ ଯୋଜନା ଉପରେ ସଚେତନ କରାଇବା। ଲୋକେ ନିଜ ଅଧିକାର ନିଜେ ଯେତେ ଅଧିକ ଜାଣିବ ସମାଜରେ ସେତେ ଆଗକୁ ବଢିପାରିବ। ତେଣୁ ଲୋକେ ସରକାରଙ୍କ ଯୋଜନା ଓ ଆଇନ ସମ୍ପର୍କରେ ଅଧିକରୁ ଅଧିକ ଜାଣିବା ଆବଶ୍ୟକତା ରହିଛି। ଏଥିପ୍ରତି ଦୃଷ୍ଟି ଦେବାକୁ ଅତିଥି ମାନେ ଉପସ୍ଥିତ ଲୋକଙ୍କୁ ଆହ୍ବାନ କରିଥିଲେ।
ଭଞ୍ଜନଗର ଅତିରିକ୍ତ ଜିଲା ଓ ଦୌରାଜଜ୍ ତଥା ତାଲୁକ ଆଇନ ସେବା କମିଟିର ଅଧ୍ୟକ୍ଷ ସେଖ୍ ମହମ୍ମଦ କଏସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଲୋକମାନଙ୍କୁ ଆଇନ ଜ୍ଞାନର ଗୁରୁତ୍ୱ ସମ୍ପର୍କରେ ସଚେତନତା କରାଇଥିଲେ। ଉପ ଜିଲାପାଳ ଉମା ଶଙ୍କର ବେହେରା, ସହକାରୀ ଜିଲାପାଳ ରାମ ଚନ୍ଦ୍ର ମହାପାତ୍ର, ସିନିୟର ସିଭିଲ ଜଜ୍ ଦେବାଶିଷ ବିଶୋୟୀ, ଏସ୍‌.ଡି.ଜେ.ଏମ୍‌ ସୌମ୍ୟ ରଞ୍ଜନ ପୃଷ୍ଟି ,ଜେ.ଏମ୍‌.ଏଫ୍‌.ସି ଭିୟେନା ନାୟକ ଉପସ୍ଥିତ ରହି ଆଇନ ସମ୍ପର୍କିତ ବିଭିନ୍ନ ବିଷୟ ଉପରେ ଆଲୋଚନା କରିଥିଲେ।
ତାଲୁକ ଆଇନ ସେବା କମିଟି ସଦସ୍ୟ ଡ଼ଃ ପୂର୍ଣ୍ଣ ଚନ୍ଦ୍ର ତ୍ରିପାଠୀ ଓ ସଭ୍ୟା ଅଳକା ମଞ୍ଜରି ପଟ୍ଟନାୟକ ଆଇନ ସେବାର ବିଭିନ୍ନ ପ୍ରସଙ୍ଗରେ ଲୋକମାନଙ୍କୁ ସଚେତନ କରିଥିଲେ । ମୁଦୁଲିପଲ୍ଲୀ ସରପଞ୍ଚ କାହ୍ନୁ ଚରଣ ପ୍ରଧାନ ପ୍ରମୁଖ କାର୍ଯ୍ୟକ୍ରମକୁ ସଫଳ କରିବାରେ ସହଯୋଗ କରିଥିଲେ। ଭାରତୀୟ ନାଗରିକ ସୁରକ୍ଷା ସଂହିତା, ୨୦୨୩ ଅନୁସାରେ ଏଫ୍‌.ଆଇ.ଆର୍‌, ଜାମିନ, ସମନ୍ , ୱାରେଣ୍ଟ, ଆଇନଜୀବୀ ସହାୟତା, ଅପିଲ୍‌ ପ୍ରମୁଖ ବିଷୟରେ ଲୋକଙ୍କୁ ସଚେତନ କରାଯାଇଥିଲା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ITDA ଯନ୍ତ୍ରୀଙ୍କ ଧର୍ମଶାଳା ଘରେ ଚାଲିଛି ରେଡ୍‌, ମୋଟ୍‌ ୯ଟି ସ୍ଥାନରେ ରହିଛି…

ଧର୍ମଶାଳା,୬ା୬(ଶିବ ପ୍ରସାଦ ମହାନ୍ତି): ITDA ବାଲିଗୁଡ଼ା ଯନ୍ତ୍ରୀ ବୈକୁଣ୍ଠନାଥ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍‌ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଚଢ଼ାଉ…

ଜଙ୍ଗଲରୁ ହାତୀ ଶାବକର ମୃତଦେହ ଜବତ

ରିଆମାଳ,୬ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ସଙ୍ଘାପଶି ଖସଡ଼ା ଜଙ୍ଗଲରୁ ଶନିବାର ଏକ ଅଣ୍ଡିରା ଶିଶୁ ଶାବକ ହାତୀର ମୃତଦେହ ଜବତ…

ଭିନ୍ନ ଏକ ରେବତୀ: ବାପା ଦିନ ମଜୁରିଆ, ଝିଅ ହେଲେ ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଟପ୍ପର, କହିଲେ-ଆଗକୁ ମୁଁ…

ବଲାଙ୍ଗୀର, ୬।୬ (ବୀରେନ୍ଦ୍ର କୁମାର ଝାଙ୍କର/ସୁନୀଲ କୁମାର ମହାନ୍ତି): ବ୍ୟାସକବି ଫକୀର ମୋହନ ଗଳ୍ପ ସେନାପତିଙ୍କ କାଳଜୟୀ ‘ରେବତୀ’କୁ ନେଇ ଓଡ଼ିଆ ସାହିତ୍ୟ ଜଗତ ମୁଖରିତ। ନାରୀ…

ପୂର୍ବତନ ବାର୍‌ ଆସୋସିଏଶନ ସଭାପତିଙ୍କ ପରଲୋକ, ଶୋକ ବ୍ୟକ୍ତ କଲେ ବିଧାୟକ

ଭଞ୍ଜନଗର,୬ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ପୂର୍ବତନ ସଭାପତି ବଂଶୀଧର ପ୍ରଧାନ(୭୭) ଶୁକ୍ରବାର ରାତିରେ ପରଲୋକ ଗମନ କରିଛନ୍ତି। ଏହି ଖବର ଜଣାପଡ଼ିବା ପରେ…

ଘର ଆଗରେ ମା’-ଝିଅଙ୍କୁ ଅସଦାଚରଣ, ଥାନାରେ ଏତଲା ଦେବା ପରେ…

ଦିଗପହଣ୍ଡି,୬ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ ଅଧୀନ ଏକ ଗାଁରେ ଜଣେ ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ ଗ୍ରାମର ଏ.ଶଙ୍କର ପାତ୍ର…

ଆଗେ ଆଗେ ଦନ୍ତା, ପଛେ ପଛେ ଲୋକେ- ବନ ବିଭାଗ କର୍ମଚାରୀ, ସ୍ଥାନୀୟ ଅଞ୍ଚଳରେ ଆତଙ୍କ

ଆନନ୍ଦପୁର ୬।୬(ସୁଶାନ୍ତ କୁମାର ସାହୁ ): ଗାଁ ପରେ ଗାଁ ବୁଲୁଛି ଦନ୍ତା । ଆଗେ ଆଗେ ଦନ୍ତା ପଛେ ପଛେ ସ୍ଥାନୀୟ ଲୋକେ ଓ ବନ…

‘ଏବେଠାରୁ ସଚେତନ ନ ରହିଲେ ଭବିଷ୍ୟତ ପିଢ଼ି ପାଇଁ ସ୍ଥିତି ହେବ ଭୟଙ୍କର’

ମହାକାଳପଡ଼ା,୬ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବେଣାକନ୍ଧାସ୍ଥିତ ତପୋବନ ଉଚ୍ଚ ବିଦ୍ୟାଳୟ ଇକୋ କ୍ଲବ୍‌ ଜାତୀୟ ସବୁଜ ବାହିନୀ ପକ୍ଷରୁ ୫୪ ତମ ବିଶ୍ୱ…

ଜଗା ଦର୍ଶନ ସାରି ଫେରୁଥିଲେ, ଘରକୁ ଧକ୍କା ଦେଲା ବୋଲେରୋ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୬ା୬(ସବିତା ମିଶ୍ର): ଜଗା ଦର୍ଶନ ସାରି ଫେରିବା ବେଳେ ରାସ୍ତାକଡ଼ରେ ଥିବା ଏକ ଘରକୁ ଧକ୍କା ଦେଇଛି ଏକ ବୋଲେରୋ। ଫଳରେ ଏଥିରେ ୮ ଜଣ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri