ପଞ୍ଚାୟତ କାର୍ଯ୍ୟାଳୟରେ ଆଇନ ସଚେତନତା: ବିଭିନ୍ନ ଆଇନ ସମ୍ପର୍କରେ ଆଲୋଚନା

ଦିଗପହଣ୍ଡି, ୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ କାର୍ଯ୍ୟାଳୟ ସଭାଗୃହରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ସୋମବାର ଏକ ଆଇନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି।

ଟିଏଲସି ସମ୍ପାଦକ ତଥା କୋର୍ଟ କର୍ମଚାରୀ ପ୍ରଦୀପ କୁମାର ପୁରୋହିତଙ୍କ ସଂଯୋଜନାରେ ଆୟୋଜିତ ସଭାରେ ଦିଗପହଣ୍ଡିସ୍ଥିତ ସିଭିଲ ଜଜ (ସିନିୟର ଡିଭିଜନ) କୋର୍ଟର ମାଜିଷ୍ଟ୍ରେଟ ମହାଶ୍ୱେତା ପରିଜା ଯୋଗଦେଇ ବିଭିନ୍ନ ଆଇନ ଓ ମାଗଣା ଆଇନ ସହାୟତା ବ୍ୟବସ୍ଥା ସମ୍ପର୍କରେ ସଚେତନ କରିଥିଲେ।

ସେ ଯୌତୁକ ନିର୍ଯାତନା ନିରୋଧ ଆଇନ, ଶିଶୁଙ୍କୁ ଯୌନ ଉତ୍ପୀଡ଼ନରୁ ସୁରକ୍ଷା ଆଇନ (ପୋକ୍ସୋ), ଯୌନ ଉତ୍ପୀଡ଼ନର ଶିକାର ମହିଳା ଓ ଅନ୍ୟାନ୍ୟ ଅପରାଧରେ ପୀଡ଼ିତଙ୍କ ପାଇଁ ଜାତୀୟ ଆଇନ ସେବା ପ୍ରାଧିକରଣ (ନାଲସା) ପକ୍ଷରୁ ଅନୁକମ୍ପାମୂଳକ ଆର୍ଥିକ ସହାୟତା ସ୍କିମ-୨୦୧୮ ସମ୍ପର୍କରେ ଆଲୋଚନା କରିଥିଲେ।

ଏଥିସହ ମହିଳାଙ୍କୁ ସମ୍ମାନର ସହ ବଞ୍ଚିବାର ସାମ୍ବିଧାନିକ ଅଧିକାର, ଘରୋଇ ହିଂସାରୁ ମହିଳାଙ୍କୁ ସୁରକ୍ଷା ଆଇନ, ସାଇବର ଅପରାଧ ଏବଂ କାର୍ଯ୍ୟସ୍ଥଳରେ ମହିଳାଙ୍କୁ ଯୌନ ଉତ୍ପୀଡ଼ନରୁ ସୁରକ୍ଷା ଓ ପ୍ରତିକାର ଆଇନ-୨୦୧୩ ସମ୍ପର୍କରେ ମଧ୍ୟ ବିସ୍ତୃତ ଭାବେ ବୁଝାଇଥିଲେ।

ସଭାରେ ମାଗଣା ଆଇନ ସହାୟତା କିପରି ପାଇପାରିବେ ଏବଂ ମହିଳାଙ୍କ ସୁରକ୍ଷା ସମ୍ପର୍କିତ ଆଇନଗତ ବ୍ୟବସ୍ଥା ବିଷୟରେ ଉପସ୍ଥିତ ପଞ୍ଚାୟତ ୱାର୍ଡ ସଭ୍ୟସଭ୍ୟା, ଅଙ୍ଗନବାଡ଼ି କର୍ମୀ, ଆଶା କର୍ମୀ, ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟା, ବିଭିନ୍ନ ଗ୍ରାମରୁ ଆସିଥିବା ମହିଳା ଓ ଗଣ୍ୟମାନ୍ୟ ବ୍ୟକ୍ତିମାନଙ୍କୁ ସଚେତନ କରାଯାଇଥିଲା।

ଏହି ଅବସରରେ ସରପଞ୍ଚ ବି. ସନ୍ଧ୍ୟାରାଣୀ ସୁବୁଦ୍ଧି, ସମିତି ସଭ୍ୟା ଏମ. ଅନୁସୁୟା ରେଡ୍ଡୀ, ସରକାରୀ ଓକିଲ ସନ୍ତୋଷ ସାହୁ, ବିଜୟ ପ୍ରଧାନ, ଆଇନଜୀବୀ ହରପ୍ରସାଦ ରଥ, ପ୍ରହଲ୍ଲାଦ ପ୍ରଧାନ ଏବଂ ଦିଗପହଣ୍ଡି ଥାନା ଏସଆଇ କୃଷ୍ଣମୟୀ ବରାଳ ପ୍ରମୁଖ ମଞ୍ଚାସୀନ ଥିଲେ। ସେହିପରି କୋର୍ଟ କର୍ମଚାରୀ ରୁଦ୍ର ପ୍ରସାଦ ତାଣ୍ଡିଆ, ଆକାଶ କୁମାର ପାଢ଼ୀ, ପପୁନ କୁମାର ମହାରଣା, ନିରଞ୍ଜନ ଶବରଙ୍କ ସମେତ ବହୁ ବ୍ୟକ୍ତି ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…

୧୬ ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି: ବିଭିନ୍ନ ମହଲରୁ ଶୁଭେଚ୍ଛା

କର୍ଲାମୁଣ୍ଡା, ୨୮।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ୧୬ ଜଣ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ପଦୋନ୍ନତି ମିଳିଥିବା ଜଣାପଡ଼ିଛି। ଏଥିରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୩ ଜଣ…

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

ସରକାରୀ ସୁବିଧାରୁ ବଞ୍ଚିତ ଦିବ୍ୟାଙ୍ଗ: ଗ୍ରାମସଭାରେ ଅଧିକାର ପାଇଁ ଉଠିଲା ଦାବି

କର୍ଲାମୁଣ୍ଡା,୨୮।୯(ପ୍ରଦୀପ କୁମାର ସାହୁ): ଦିବ୍ୟାଙ୍ଗ ଜନ ଅଧିକାର ଆଇନ, ୨୦୧୬ ପ୍ରଣୟନର ଦଶ ବର୍ଷ ପୂର୍ତ୍ତି ହୋଇଥିଲେ ମଧ୍ୟ ଗ୍ରାମସଭାଗୁଡ଼ିକରେ ଦିବ୍ୟାଙ୍ଗଜନଙ୍କ ଅଧିକାର ଓ ସରକାରୀ ସୁବିଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?