Posted inଫୁରସତ

ଦେଶ ବିକାଶରେ ଆଇନ ସଚେତନତା ଅପରିହାର୍ଯ୍ୟ

ଦେଶ ବିକାଶରେ ଆଇନ ବ୍ୟବସ୍ଥାର ସଫଳ କାର୍ଯ୍ୟକାରିତା ଗୁରୁତ୍ୱପୂର୍ଣ୍ଣ। ପ୍ରଚଳିତ ଆଇନ ବ୍ୟବସ୍ଥା ସମ୍ପର୍କରେ ସଚେତନତା ସୃଷ୍ଟି କରାଯାଇ ପାରିଲେ ହିଁ ଜନସାଧାରଣ ଆବଶ୍ୟକ ଆଇନଗତ ସହାୟତା ସହଜରେ ପାଇ ପାରିବେ। ଆଉ ବିଚାର କାର୍ଯ୍ୟ ଶୀଘ୍ର ହେବା ଦ୍ୱାରା ବହୁ ଅର୍ଥ ଅପଚୟ ରୋକିହେବ। ଆମ ଦେଶରେ ଆଇନ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ନଭେମ୍ବର ୯ରେ ଜାତୀୟ ଆଇନ ସେବା ଦିବସ ପାଳିତ ହୋଇଆସୁଛି।
ସେବା ପ୍ରାଧିକରଣ ଅଧିନିୟମ ୧୯୮୭ ଦେଶର ସମସ୍ତ ନାଗରିକଙ୍କ ମୌଳିକ ଅଧିକାରକୁ ସୁନିଶ୍ଚିତ କରୁଥିବା ସମ୍ବିଧାନର ଧାରା ‘୩୯-କ’କୁ କାର୍ଯ୍ୟକାରୀ କରିବା ପାଇଁ ଏକ ପ୍ରୟାସ । ସମ୍ବିଧାନର ଧାରା ‘୩୯-କ’ ସମାଜର ଗରିବ ଏବଂ ଆର୍ଥିକ ଦୁର୍ବଳ ଶ୍ରେଣୀଙ୍କୁ ମାଗଣା ଆଇନ ସହାୟତା ଯୋଗାଇ ସମାନ ସୁଯୋଗ ଆଧାରରେ ନ୍ୟାୟକୁ ପ୍ରୋତ୍ସାହିତ କରିବା ସହ ଜଡିତ। ଏହି ଅଧିନିୟମ ଦ୍ୱାରା ସମଗ୍ର ଦେଶରେ ଜାତୀୟ ଆଇନ ସେବା ପ୍ରାଧିକରଣ (ଏନ୍‌ଏଲ୍‌ଏସ୍‌ଏ) ସୃଷ୍ଟି ହୋଇଛି। ଏହି ଅଧିନିୟମ ୯ ନଭେମ୍ବର ୧୯୮୭ରୁ ଲାଗୁ ହୋଇଥିଲା। ଦେଶରେ ବିଚାର ନ ହୋଇ ପଡ଼ିରହିଥିବା ମାମଲାର ବିକଳ୍ପ ସମାଧାନ ପାଇଁ ଲୋକ ଅଦାଲତ, ମଧ୍ୟସ୍ଥତା ଏବଂ ମାଗଣା ଆଇନ ସହାୟତା ଶିବିର ପ୍ରଭୃତି ଆୟୋଜନ କରାଯାଉଛି। ୧୧ ଅକ୍ଟୋବର ୧୯୮୭ରେ, ଆଇନ ସେବା ପ୍ରାଧିକରଣ ଅଧିନିୟମ ୧୯୮୭ ପ୍ରଣୟନ କରାଯାଇଥିଲା। ଏହା ୯ ନଭେମ୍ବର ୧୯୯୫ରେ ଲାଗୁ ହୋଇଥିଲା। ଭାରତର ଜାତୀୟ ଆଇନ ସେବା ପ୍ରାଧିକରଣ ଏହାର ନିୟମ ଅନୁଯାୟୀ ୫ ଡିସେମ୍ବର ୧୯୯୫ରେ ଗଠିତ ହୋଇଥିଲା। ଭାରତୀୟ ଅଦାଲତର ପେଣ୍ଡେନ୍ସି ଲୋଡ (ବ୍ୟାକ୍‌ଲଗ୍‌)କୁ ହ୍ରାସ କରିବା ସହିତ ଅଭାବୀ ମକଦ୍ଦମାକାରୀଙ୍କ ପାଇଁ ନ୍ୟାୟ ପାଇବାକୁ ଏହା ଏକ ନିଆରା ପ୍ରୟାସ ଥିଲା। ତେବେ ଆଇନ ସେବା ପ୍ରାଧିକରଣ ଅଧିନିୟମ ଏବଂ ମକଦ୍ଦମାକାରୀଙ୍କ ଅଧିକାର ଅଧୀନରେ ଥିବା ବିଭିନ୍ନ ବ୍ୟବସ୍ଥା ବିଷୟରେ ଜନସାଧାରଣଙ୍କୁ ଏହି ଅବସରରେ ଅବଗତ କରାଯାଇଥାଏ। କେତେକ ପ୍ରାଧିକରଣ ପକ୍ଷରୁ ଲୋକ ଅଦାଲତ, ଆଇନ ସହାୟତା ଶିବିର ଏବଂ ଆଇନ ସହାୟତା କାର୍ଯ୍ୟକ୍ରମମାନ ମଧ୍ୟ ଆୟୋଜନ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମାସକରେ ତୃତୀୟ ଥର ପାଇଁ ବଢ଼ିଲା LPG ଦର, ଜାଣନ୍ତୁ ୧୧ କେଜି ସିଲିଣ୍ଡରର ଦାମ୍?

ନୂଆଦିଲ୍ଲୀ,୧।୪: ଇରାନ ସହିତ ସଂଘର୍ଷ ପରେ, ବିଶ୍ୱର ଅନେକ ଦେଶରେ ତୈଳ ଏବଂ ଘରୋଇ ଗ୍ୟାସ (LPG) ସମ୍ବନ୍ଧୀୟ ସଙ୍କଟ ଦେଖାଦେଇଛି। ପାକିସ୍ତାନ ପୂର୍ବରୁ ଆର୍ଥିକ କ୍ଷେତ୍ରରେ…

ମାଟିରେ ପ୍ଲାଷ୍ଟିକ୍‌ ପୋତିହୋଇ ଜଳଧାରଣ ହ୍ରାସ

ପଟ୍ଟାମୁଣ୍ଡାଇ,୧ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ପ୍ଲାଷ୍ଟିକର ବ୍ୟବହାର ବହୁଳ ଭାବରେ ବଢ଼ିଚାଲିଛି। ସହର ସାରା କୁଢ଼ କୁଢ଼ ପ୍ଲାଷ୍ଟିକ ଅଳିଆ ଓ ଆବର୍ଜନା…

‘ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମହାମନିଷୀଙ୍କ ଅବଦାନ ଅବିସ୍ମରଣୀୟ’

କେନ୍ଦୁଝର,୧ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ…

‘ଆତ୍ମନିର୍ଭର ଓଡ଼ିଶା ଗଠନ ପାଇଁ ସରକାର ସଂକଳ୍ପବଦ୍ଧ’

ସାକ୍ଷୀଗୋପାଳ,୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି। ଏହି…

‘ଆପଣ ଦ୍ବିତୀୟ ଥର ଧୋକା ଦେଇପାରିବେନି’…ଟ୍ରମ୍ପଙ୍କୁ ଗାଳି କରି ହାତ ଛାଡିଦେଲା ସ୍ପେନ

ନୂଆଦିଲ୍ଲୀ,୧।୪: ଇରାନ ସହିତ ସଂଘର୍ଷ କରି ଆମେରିକା ସାହାଯ୍ୟ ପାଇଁ ୟୁରୋପକୁ ଚାହିଁ ରହିଛି । ତଥାପି, ଏହି ଅଞ୍ଚଳର ଚାରିଟି ରାଷ୍ଟ୍ର ସ୍ପଷ୍ଟ ଭାବରେ ସ୍ପଷ୍ଟ କରିଛନ୍ତି…

ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ

ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri